୧ କୋଟି ୭୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର

ବୌଦ୍ଧ,୧୫ା୫( ଅଜିତ କୁମାର ବାରିକ ): ବୌଦ୍ଧ ଥାନା ବଘିଆପଡା ଫାଣ୍ଡି ଅଞ୍ଚଳରେ ଜଙ୍ଗଲ ମଧ୍ୟରେ ରଖା ଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜିଲା ଅବକାରୀ ବିଭାଗ ପକ୍ଷରୁ ଜବତ କରାଯାଇଛି। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୧ କୋଟି ୭୫ ଲକ୍ଷ ଟଙ୍କା ହେବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ପ୍ରକାଶ ଯେ, ନିର୍ବାଚନକୁ ଦୃଷ୍ଟିରେ ରଖି ଅବକାରୀ ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରହିଛି ା ବଘିଆପଡା ଫାଣ୍ଡି ଅନ୍ତର୍ଗତ ଆଙ୍କୁନ ଓ ସାନବବଡା ଜଙ୍ଗଲରେ ଚୋରା ଚାଲାଣ ପାଇଁ ବିପୁଳ ପରିମାଣର ଗଞ୍ଜେଇ ଗଚ୍ଛିତ ଥିବା ସୂଚନା ପାଇ ମଙ୍ଗଳବାର ଦିନ ଚଢାଉ କରାଯାଇଥିଲା। ଆଙ୍କୁନ ଗ୍ରାମ ନିକଟସ୍ଥ ଜଙ୍ଗଲରୁ ୫୧୫ କିଲୋ ଓ ସାନବବଡା ନିକଟସ୍ଥ ଜଙ୍ଗଲରୁ ୫୬୦ କିଲୋ ଗଞ୍ଜେଇ ଜବତ କରାଯିବା ସହିତ ଦୁଇଟି ବାଇକ୍‌ ( ନଂଓଡି ୩୧- ୯୫୭୨/ ନଂଓଡି ୨୭ ବି ୬୨୪୫)କୁ ଅବକାରୀ ବିଭାଗ ଜବତ କରିଥିବା ଜଣାଯାଇଛି। ଚାଲାଣକାରୀମାନେ ଫେରାର ହୋଇଯାଇଥିବା ଜଣାଯାଇଛିା ଏ ନେଇ ତଦନ୍ତ ଚାଲିଥିବା ଜିଲା ଅବକାରୀ ଅଧୀକ୍ଷକ ଶାନ୍ତିଲତା ମାରାଣ୍ଡି ସୂଚନା ଦେଇଛନ୍ତି । ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୧ କୋଟି ୭୫ ଲକ୍ଷ ଟଙ୍କା ହେବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଚଢାଉରେ ଅନ୍ୟମାନଙ୍କ ମଧ୍ୟରେ ଅବକାରୀ ଇନ୍ସପେକ୍ଟର(ମୋବାଇଲ) ପ୍ରମୋଦ କୁମାର ବଣୁଆ,ସବଇନ୍ସପେକ୍ଟର ସତ୍ୟ ନାରାୟଣ ପ୍ରଧାନ,ଏଏସଆଇ ଅସିତ କୁମାର ପ୍ରଧାନ,ପ୍ରିୟରଞ୍ଜନ କହଁର ଓ ରେଣୁପ୍ରିୟା ଦେହୁରୀଙ୍କ ସମେତ ଅବକାରୀ କର୍ମଚାରୀମାନେ ଉପସ୍ଥିତ ଥିଲେ।

Share