ଭାଜପା ପକ୍ଷରୁ ୧ କି.ମି.ର ତ୍ରିରଙ୍ଗା ଯାତ୍ରା

ଭୁବନେଶ୍ୱର, ୨୮।୭(ଅସମାପିକା ସାହୁ): କାର୍‌ଗିଲ ଯୁଦ୍ଧରେ ଶହୀଦ ହୋଇଥିବା ବୀର ସୈନିକଙ୍କ ସ୍ମୃତିରେ ଶୁକ୍ରବାର ଦେଶବ୍ୟାପୀ ୨୫ତମ କାର୍‌ଗିଲ ବିଜୟ ଦିବସ ପାଳନ କରାଯାଇଥିବାବେଳେ ଶନିବାର ଭାଜପା ଯୁବମୋର୍ଚ୍ଚା ପକ୍ଷରୁ ରାଜଧାନୀ ଭୁବନେଶ୍ୱରରେ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ୩ ହଜାରରୁ ଊର୍ଦ୍ଧ୍ୱ ଯୁବପିଢ଼ି ୧୦୦୦ ମିଟର (୧କି.ମି.) ଲମ୍ବର ତ୍ରିରଙ୍ଗା ପତାକାକୁ ଧରି ପୁରୁଣା ଭୁବନେଶ୍ୱରର ବଢ଼େଇବାଙ୍କ ଛକରୁ ମାଷ୍ଟରକ୍ୟାଣ୍ଟିନ ପର୍ଯ୍ୟନ୍ତ ପଦଯାତ୍ରା କରିଥିଲେ। ଏହି ତ୍ରିରଙ୍ଗା ଯାତ୍ରାରେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ, ବିଧାୟକ ବାବୁ ସିଂ ଓ ଇରାଶିଷ ଆଚାର୍ଯ୍ୟ, ରାଜ୍ୟ ସାଧାରଣ ସମ୍ପାଦକ ଶାରଦା ପ୍ରସାଦ ଶତପଥୀ, ରାଜ୍ୟ ଉପସଭାପତି ତଥା ଯୁବମୋର୍ଚ୍ଚାର ପ୍ରଭାରୀ ବିରଞ୍ଚତ୍ ତ୍ରିପାଠୀ, ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଅଭିଳାଷ ପଣ୍ଡା, ରାଜ୍ୟ ମୁଖପାତ୍ର ସୁଦୀପ୍ତ ରାୟ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଜଗନ୍ନାଥ ପ୍ରଧାନ, ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର, ଜିଲା କାର୍ଯ୍ୟକାରୀ ସଭାପତି ନିରଞ୍ଜନ ମିଶ୍ର, ଯୁବମୋର୍ଚ୍ଚା ରାଜ୍ୟ ସମ୍ପାଦକ ପ୍ରଶାନ୍ତ ପାଇକରାୟ, ସୁବ୍ରତ ବିଶ୍ୱାଳଙ୍କ ସମେତ ବହୁ ବରିଷ୍ଠ ନେତା ଏବଂ ଯୁବମୋର୍ଚ୍ଚା କାର୍ଯ୍ୟକର୍ତ୍ତା ସାମିଲ ହୋଇଥିଲେ।
ଯାତ୍ରା ପୂର୍ବରୁ ଲିଙ୍ଗରାଜମନ୍ଦିର ନିକଟ ବଢ଼େଇବାଙ୍କଠାରେ ଆୟୋଜିତ ସଭାରେ ଭାଜପା ରାଜ୍ୟ ସଭାପତି ସାମଲ କହିଲେ, କାର୍‌ଗିଲ ଯୁଦ୍ଧରେ ଶହୀଦ ହୋଇଥିବା ବୀର ସୈନିକଙ୍କ ବଳିଦାନ ବ୍ୟର୍ଥ ଯିବନାହିଁ। ସେମାନଙ୍କ ବୀରତ୍ୱ ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇବା ଏହି କାର୍ଯ୍ୟକ୍ରମର ମୂଳଲକ୍ଷ୍ୟ। ତ୍ରିରଙ୍ଗା ମାଧ୍ୟମରେ ଜାତୀୟବାଦ, ରାଷ୍ଟ୍ରବାଦର ପ୍ରଚାର କରିବା ସହ ଜନସାଧାରଣଙ୍କ ମଧ୍ୟରେ ଦେଶପ୍ରେମ ଜାଗ୍ରତ କରାଇବା ଭାଜପାର ଉଦ୍ଦେଶ୍ୟ ବୋଲି ସାମଲ କହିଛନ୍ତି। ରାଜ୍ୟ ଯୁବମୋର୍ଚ୍ଚା ସଭାପତି ପଣ୍ଡା କହିଲେ, ଆଜିର ନୂତନ ଯୁବପିଢ଼ି କାର୍‌ଗିଲ ଯୁଦ୍ଧ ସମ୍ପର୍କରେ ଅବଗତ ନାହାନ୍ତି। ସେହି ଇତିହାସ ସହ ଯୁବପିଢ଼ିଙ୍କୁ ପରିଚିତ କରାଇବା ସହ ବଳିଦାନ ଦେଇଥିବା ସୈନିକଙ୍କ ପରିବାରକୁ ସମ୍ମାନିତ କରିବା ଉଦ୍ଦେଶ୍ୟରେ ଯୁବମୋର୍ଚ୍ଚା ପକ୍ଷରୁ ତ୍ରିରଙ୍ଗା ଶୋଭାଯାତ୍ରା ଆୟୋଜନ କରାଯାଇଛି। ଯେଉଁ ଜାତି ନିଜ ଇତିହାସକୁ ଭୁଲିଯାଏ, ତାହା ଇତିହାସ ହୋଇଯାଏ ବୋଲି ପଣ୍ଡା କହିଛନ୍ତି। ଏହି ଅବସରରେ ଦେଶ ମାତୃକା ପାଇଁ ବଳିଦାନ ଦେଇଥିବା ଶହୀଦ ସଚ୍ଚିଦାନନ୍ଦ ମଲ୍ଲିକଙ୍କ ସ୍ତ୍ରୀ ନିବେଦିତା ମଲ୍ଲିକ ଏବଂ ଶହୀଦ ଗୋପୀନାଥ ମହାରଣାଙ୍କ ଭାଇ ଲକ୍ଷ୍ମଣ ମହାରାଣାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଶୋଭଯାତ୍ରା ପରେ ଦେବଜ୍ୟୋତି ପାତ୍ରଙ୍କ ନେତୃତ୍ୱରେ ମ୍ୟାଷ୍ଟରକ୍ୟାଣ୍ଟିନ ଛକ ନିକଟରେ ଯୁବମୋର୍ଚ୍ଚା କାର୍ଯ୍ୟକର୍ତ୍ତାଙ୍କ ଦ୍ୱାରା ଏକ ପଥପ୍ରାନ୍ତ ନାଟକ ପରିବେଷଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭରତପୁର ଥାନା ଘଟଣା: ସାମ୍ନାକୁ ଆସିଲା ବଡ଼ ପ୍ରମାଣ , କ’ଣ ହୋଇଥିଲା ସେ ରାତିରେ… 

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣା ଦିନକୁ ଦିନ ନୂଆ ମୋଡ଼ ନେଉଛି। ଦନ ଗଡ଼ିବା ସହ ନୂଆନୂଆ ତଥ୍ୟ...

ଫରେଷ୍ଟରଙ୍କ ମୃତ୍ୟୁକୁ ନେଇ ମୁହଁଖୋଲିଲେ ପିସିସିଏଫ: କହିଲେ…

ଭୁବନେଶ୍ୱର,୨୦।୯: ଫରେଷ୍ଟରଙ୍କ ମୃତ୍ୟୁକୁ ନେଇ ପିସିସିଏଫ ଦେବୀଦତ୍ତ ବିଶ୍ବାଳ ଶୁକ୍ରବାର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଅପ୍ରାକୃତିକ ମୃତ୍ୟୁ ହୋଇଛି, ଆତ୍ମହତ୍ୟା ଅଭିଯୋଗରେ ତଦନ୍ତ ଚାଲିଛି।...

ଭରତପୁର ଥାନାରେ ଲୋମଟାଙ୍କୁରା କଳା ରାତିର କଥା କହିବା ପରେ, ଏବେ ଡିସିପିଙ୍କ ମନ୍ତବ୍ୟକୁ ନେଇ…

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ପୀଡ଼ିତା ମୁହଁ ଖୋଲିବା ପରେ ଏବେ ଡିସିପିଙ୍କ ମନ୍ତବ୍ୟ ନେଇ ପ୍ରଶ୍ନ ଉଠୁଛି।...

ରେଡ୍‌ ଡଟ୍‌ ହେଲ୍‌ଥ ସହ ଉତ୍କଳ ହସ୍ପିଟାଲର ବୁଝାମଣା

ଭୁବନେଶ୍ୱର,୨୦।୯ (ଅଭୟ ଦାଶ):ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ତଥା ଭୁବନେଶ୍ୱରର ଉତ୍କଳ ହସ୍ପିଟାଲ ଏବଂ ରେଡ୍‌ ଡଟ୍‌ ହେଲ୍‌ଥ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ...

ନବୀନଙ୍କ କଥାରେ ଚିହିଁକି ଉଠିଲେ ସୁରେଶ ପୂଜାରୀ: କହିଲେ ଶହେ ଦିନର ସରକାରକୁ…

ଭୁବନେଶ୍ୱର,୨୦।୯: ନବୀନଙ୍କ ନ୍ୟାୟିକ ତଦନ୍ତ ଦାବିକୁ କଟାକ୍ଷ କଲେ ମନ୍ତ୍ରୀ ସୁରେଶ ପୂଜାରୀ। ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ମୁହଁ...

କେନ୍ଦୁଝରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ପୂର୍ବାହ୍ନ ପ୍ରାୟ ୧୧ଟାରେ କେନ୍ଦୁଝରରେ ପହଞ୍ଚିଛନ୍ତି। ରାଇସୁଆଁ ଏୟାରଷ୍ଟ୍ରିପରେ ଓହ୍ଲାଇ ରାସ୍ତା ପଥରେ ସିଧାସଳଖ...

ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା: ମୁହଁ ଖୋଲିଲେ ନବୀନ, କହିଲେ….

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ମୁହଁ ଖୋଲିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସେ ଏହି ଘଟଣା...

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଲ୍ୟାଣ୍ଡମାଇନ୍‌ ଖଞ୍ଜିଥିଲେ ମାଓବାଦୀ, କମ୍ବିଂ ବେଳେ…

ମାଲକାନଗିରି,୨୦ା୯(ଦୁର୍ଯ୍ୟୋଧନ ପାତ୍ର): ଭେଜେଙ୍ଗଓ୍ବାଡା ଜଙ୍ଗଲରେ ମାଓବାଦୀମାନେ ଲ୍ୟାଣ୍ଡ୍‌ମାଇନ୍‌ ଖଞ୍ଜି ଏକ ବଡ଼ ଧରଣର କାଣ୍ଡ ଘଟାଇବା ପାଇଁ ଯୋଜନା କରିଥିଲେ। ମାତ୍ର ଏହା ପଣ୍ଡ ହୋଇଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri