Posted inରାଜ୍ୟ

ଭିତରକନିକାରେ ୧ ଲକ୍ଷ ୩୦ ହଜାର ୧୨୩ ଦେଶୀୟ ପକ୍ଷୀ

ରାଜନଗର,୧୫ା୯(ଭାସ୍କର ରାଉତରାୟ): ପକ୍ଷୀବିହାର ରୂପେ ପରିଚିତ ଭିତରକନିକା ଜାତୀୟ ଉଦ୍ୟାନରେ ଆଗନ୍ତୁକ ଦେଶୀୟ ପକ୍ଷୀଙ୍କ ଗଣନା ଶେଷ ହୋଇଛି। ଚଳିତବର୍ଷ ଦେଶୀୟ ପକ୍ଷୀଙ୍କ ସଂଖ୍ୟା ଗତ ବର୍ଷଠାରୁ ବୃଦ୍ଧି ପାଇଛି। ଗତବର୍ଷ ଭିତରକନିକାରେ ୧,୨୩,୮୬୭ ଦେଶୀୟ ପକ୍ଷୀ ଭିଡ଼ ଜମାଇଥିବା ବେଳେ ଚଳିତ ବର୍ଷ ଏହିସଂଖ୍ୟା ୧,୩୦,୧୨୩କୁ ବୃଦ୍ଧି ପାଇଛି। ଅର୍ଥାତ୍‌ ଗତ ବର୍ଷଠାରୁ ଚଳିତ ବର୍ଷ ୬୨୫୬ ଅଧିକ ସଂଖ୍ୟକ ପକ୍ଷୀ ଆସିଛନ୍ତି। ଚଳିତ ବର୍ଷ ୧୩୦୦ ଗଛରେ, ୨୭୨୮୨ ବସାରେ ଏହି ପକ୍ଷୀଙ୍କୁ ଗଣନା କରାଯାଇଛି ବୋଲି ରାଜନଗର ଡିଏଫ୍‌ଓ ସୁଦର୍ଶନ ଗୋପୀନାଥ ଯାଦବ ସୂଚନା ଦେଇଛନ୍ତି। ଗତ ୯ ତାରିଖରୁ ୧୩ ଯାଏ ଭିତରକନିକାର ମଠଆଡିଆ, ଲକ୍ଷ୍ମୀପ୍ରସାଦଡିଆ, ଦୁର୍ଗାପ୍ରସାଦଡିଆ ସମେତ ରାଜନଗର ରେଞ୍ଜର ବ୍ରାହ୍ମଣୀ ନଦୀ ମଧ୍ୟରେ ଥିବା ବାଲିଡିଆ ଆଇଲ୍ୟାଣ୍ଡରେ ପକ୍ଷୀ ଗଣନା କରାଯାଇଥିଲା। ଭିତରକନିକା ଇତିହାସରେ ଦ୍ୱିତୀୟ ଥର ପାଇଁ ଜାତୀୟ ଉଦ୍ୟାନ ବାହାରେ ଦେଶୀୟ ପକ୍ଷୀଙ୍କ ଠିକଣା ଠାବ ସହ ତା’ର ଗଣନା କରାଯାଇଛି। ଭିତରକନିକା ଜାତୀୟ ଉଦ୍ୟାନ ମଧ୍ୟରେ ବନ ବିଭାଗର ୪ଟି ଟିମ୍‌ ପକ୍ଷୀ ଗଣନା କରିଥିବାବେଳେ ଭିତରକନିକା ଜାତୀୟ ଉଦ୍ୟାନ ବାହାରେ ଗୋଟିଏ ଟିମ୍‌ ପକ୍ଷୀ ଗଣନା କରିଥିଲେ। ଚଳିତ ବର୍ଷ ଭିତରକନିକା ଜାତୀୟ ଉଦ୍ୟାନରେ, ଗେଣ୍ଡାଳିଆ, ରାଣୀବଗ, ମଝିଆବଗ, ଛୋଟବଗ, ଖଇରା ବଗ, ମାଟିଆ ବଗ, ପାଣିକୁଆ, ଅନ୍ଧାରିଆ ବଗ, କାପରଖାଇ, ଦା ବେଣ୍ଟିଆ ଆଦି ପକ୍ଷୀଙ୍କ ଚିହ୍ନଟ କରାଯାଇଛି। ୨୦୧୬ ମସିହାରୁ ମଠଆଡିଆରେ ଦେଶୀୟ ପକ୍ଷୀ ଭିଡ଼ ଜମାଇଥିଲେ। ଗତ ୩ ବର୍ଷ ହେଲା ମଠଆଡିଆ ସହିତ ଲକ୍ଷ୍ମୀପ୍ରସାଦଡିଆ ଓ ଦୁର୍ଗାପ୍ରସାଦଡିଆରେ ଦେଶୀୟ ପକ୍ଷୀମାନେ ବସା ବାନ୍ଧି ଆସୁଥିଲେ। ମାତ୍ର ଜଳବାୟୁ ପରିବର୍ତ୍ତନ ଏବଂ ବିଶ୍ୱତାପନର ପ୍ରଭାବରେ ଦେଶୀୟ ପକ୍ଷୀମାନଙ୍କର ଖାଦ୍ୟ ଏବଂ ବାସସ୍ଥାନ ଉପଯୁକ୍ତ ନ ହେବାରୁ ଚଳିତ ବର୍ଷ ଭିତରକନିକା ଜାତୀୟ ଉଦ୍ୟାନ ବାହାରେ ପ୍ରଥମ ଥର ପାଇଁ ଦେଶୀୟ ପକ୍ଷୀଙ୍କ ନୂଆ ଠିକଣା ଠାବ କରାଯାଇଛି। ରାଜନଗର ବ୍ଲକ ଓ ଆଳି ବ୍ଲକର ମଧ୍ୟସ୍ଥଳୀ ବ୍ରାହ୍ମଣୀ ନଦୀର ଏକମାଣିଆଠାରେ ନଦୀ ଭିତରେ ଗତ କିଛିବର୍ଷ ଭିତରେ ସୃଷ୍ଟି ହୋଇଥିବା ବାଲିଡିଆ ଆଇଲ୍ୟାଣ୍ଡରେ ଏବେ ଦେଶୀୟ ପକ୍ଷୀଙ୍କ କାକଳି ଶୁଭୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସେନା ଅଧିକାରୀ, ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ଅପବ୍ୟବହାର ମାମଲା: ରିପୋର୍ଟ ମାଗିଲେ ଜାତୀୟ ମହିଳା କମିଶନ

ଭୁବନେଶ୍ୱର,୧୯।୯: ଶିଖ୍ ରେଜିମେଣ୍ଟର ଭାରତୀୟ ସେନା ଅଧିକାରୀ ମେଜର ଗୁରୁଭାନ୍ସ ସିଂ ଏବଂ ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ଅପବ୍ୟବହାର ସହିତ ମାଡ଼ ମାରିବା ଘଟଣାରେ...

ସ୍ତ୍ରୀଙ୍କୁ ହତ୍ୟା କରି ପ୍ରମାଣ ନଷ୍ଟ ପାଇଁ ମୃତଦେହ ଆଣି ରାସ୍ତାକଡ଼ରେ ଫିଙ୍ଗିଥିଲେ ସ୍ବାମୀ: ପୋଲିସ ହାତରେ ଲାଗିଲା ବଡ଼ ପ୍ରମାଣ

କୋଣାର୍କ,୧୯।୯: କୋଣାର୍କ ରାସ୍ତାକଡ଼ରୁ ମହିଳାଙ୍କ ମୃତଦେହ ଜବତ ଘଟଣାର ପୋଲିସ ଗୁରୁବାର ପର୍ଦ୍ଦାଫାଶ କରିଛି। ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ସ୍ବାମୀ ହତ୍ୟାକାଣ୍ଡ ଘଟାଇଥିବା ଜଣାପଡିଛି।...

ପୁରୀରୁ ନବୀନଙ୍କୁ ସିଧା ଟାର୍ଗେଟ କଲେ ମୋହନ ମାଝୀ, କହିଲେ ପୁରୀରେ କରୁଥିଲେ ଏଇ ରାଜନୀତି…

ଭୁବନେଶ୍ୱର,୧୯।୯: ଓଡ଼ିଶାରେ ଭାଜପାର ୧୦୦ଦିନ ପୂରଣ ହେବା ନେଇ ପୁରୀରେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଯେଉଁଥିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ଉପ ମୁଖ୍ୟମନ୍ତ୍ରୀ...

ବ୍ରିଜ୍‌ ଉପରେ ସ୍କୁଟି, ମୋବାଇଲ, ଆଧାରକାର୍ଡ ରଖି ଭରାନଦୀକୁ ଡେଇଁଲେ ଅଙ୍ଗନଓ୍ବାଡ଼ି ସୁପରଭାଇଜର

ଯାଜପୁର ସଦର,୧୯ା୯(ସମୟ ବିଜୟ ଶରଣ): ଯାଜପୁର ବ୍ଲକ ଅନ୍ତର୍ଗତ ବରୁଆଁ ନିକଟସ୍ଥ ଖରସ୍ରୋତା ନଦୀକୁ ଡେଇଁ କୁଆଖିଆ ଥାନା ଅନ୍ତର୍ଗତ ଶ୍ରିବନ୍ତପୁର ଅଞ୍ଚଳର ମନ୍ଦାକିନୀ ସାମଲ...

ସରକାରର ୧୦୦ ଦିନ ପୂର୍ତ୍ତିରେ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଯେଉଁମାନେ ସୁଭଦ୍ରା ପାଇନାହାନ୍ତି ସେମାନଙ୍କୁ…

ଭୁବନେଶ୍ୱର,୧୯।୯: ସରକାରର ୧୦୦ ଦିନ ପୂର୍ତ୍ତିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଅଭିଭାଷଣ ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ମହିଳାଙ୍କୁ ଶକ୍ତିଶାଳୀ କରିବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ। ଶ୍ରୀମନ୍ଦିର...

ଭୁଟାନ ଆପଣାଇବ ବିଏମ୍‌ସି ମଡେଲ

ଭୁବନେଶ୍ୱର,୧୯ା୯ (ଅନୁରାଧା ମହାରଣା): ଭୁଟାନର ଏକ ପ୍ରତିନିଧି ଦଳ ୪ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି। ଏହି ଟିମ୍‌ରେ ବରିଷ୍ଠ ଅଧିକାରୀ ଓ ବୈଷୟିକ ବିଶେଷଜ୍ଞମାନେ...

ମେଜରଙ୍କୁ ଦୁର୍ବ୍ୟବହାର ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି, କହିଲେ କାହାରିକୁ ବି…

ଭୁବନେଶ୍ୱର,୧୯ା୯: ରାସ୍ତାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର କରିଥିବା ଘଟଣାର ତଦନ୍ତ ହେବ ବୋଲି ଗୁରୁବାର କଡ଼ା ନିର୍ଦ୍ଦେଶ ଦେଇଛନ୍ତି ଡିଜିପି ଓ୍ବାଇବି ଖୁରାନିଆ।...

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ସବୁ ଜିଲାରେ ହେବ…

ଭୁବନେଶ୍ୱର,୧୯।୯: ରାଜ୍ୟର ସମସ୍ତ ଜିଲାରେ ମେଡିକାଲ କଲେଜ ହେବ। ଗୁରୁବାର ଏନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏହି ଘୋଷଣା କରିଛନ୍ତି। ଖୁବଶୀଘ୍ର ଏଥିନିମନ୍ତେ କାର୍ଯ୍ୟ ଖସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri