ସୁଭଦ୍ରା ଯୋଜନାର ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ଗଲା ୧ ଟଙ୍କା: ଶେଷ ହିତାଧିକାରୀଙ୍କ ପର୍ଯ୍ୟନ୍ତ ନପହଞ୍ଚିବା ଯାଏଁ….

ଭୁବନେଶ୍ୱର,୧୫।୯: ସୁଭଦ୍ରା ଯୋଜନାର ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ଗଲା ୧ ଟଙ୍କା। ସୁଭଦ୍ରା ଶୋଭାଯାତ୍ରାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏହି ସୂଚନା ଦେଇଛନ୍ତି। ଏହା ସହ ସେ କହିଛନ୍ତି, ଶେଷ ହିତାଧିକାରୀଙ୍କ ପର୍ଯ୍ୟନ୍ତ ନପହଞ୍ଚିବା ଯାଏଁ ଏହି ଯୋଜନା ଚାଲିବ। ୧୭ ତାରିଖକୁ ନେଇ ଭୟଭୀତ ନ ହେବାକୁ ସେ କହିଛନ୍ତି। ଏହା ସବୁ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯିବ ବୋଲି ସେ କହିଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତ ସେପ୍ଟେମ୍ୱର ୧୭ ତାରିଖ ଭୁବନେଶ୍ୱରରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ। ଏଥିପାଇଁ ବିପୁଳ ଜନ ସମାଗମ ହେବାର ସମ୍ଭାବନାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରର ସମସ୍ତ ସ୍କୁଲ କଲେଜ ଗୁଡିକ ଉକ୍ତଦିନ ସମ୍ପୂର୍ଣ୍ଣ ଛୁଟି ହେବା ସହିତ ସରକାରୀ କାର୍ଯ୍ୟାଳୟ ଗୁଡିକର ପ୍ରଥମାର୍ଦ୍ଧ ଛୁଟି ରହିଛି।

Share