ରାଜ୍ୟରେ ଆଖି ବୁଜିଲେ ୧୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୮।୪(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୧୦ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୧୭ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୧୦ ମୃତକଙ୍କ ମଧ୍ୟରୁ ପୁରୀ ଓ ରାୟଗଡ଼ାରୁ ସର୍ବାଧିକ ୩ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ବୌଦ୍ଧ, ଗଞ୍ଜାମ, ଖୋର୍ଦ୍ଧା ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତ ଆଖି ବୁଜିଛନ୍ତି।

Share