ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୨।୨(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗୁନି। ଆଜି ଆଉ ୧୦ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତ୍ୟୁସଂଖ୍ୟା ୯,୦୩୬କୁ ବୃଦ୍ଧି ପାଇଛି। ଆଜି ସୁନ୍ଦରଗଡ ଜିଲାରୁ ସର୍ବାଧିକ ୬ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବାଲେଶ୍ୱରରୁ ୨, ଖୋର୍ଦ୍ଧାରୁ ଓ କେନ୍ଦୁଝରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

 

Share