୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୭।୪(ବ୍ୟୁରୋ): ରାଜ୍ୟରେ କମୁଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦ ନୂଆ କୋଭିଡ୍‌ ମାମଲା ଚିହ୍ନଟ ହୋଇଛନ୍ତି। ସେମାନଙ୍କ ଭିତରୁ ୧୮ ବର୍ଷରୁ କମ୍‌ ବୟସର ପିଲା ଜଣେ ଚିହ୍ନଟ ହୋଇଛନ୍ତି। ସେହିପରି ୬ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୪ ଜଣ ଲୋକାଲ କେସ୍‌ ରହିଛନ୍ତି। ଏ ନେଇ ବୁଧବାର ରାଜ୍ୟ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱର ଏବଂ ଖୋଦ୍ଧାରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗୀର ଏବଂ ସୁନ୍ଦରଗଡରୁ ୨ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Share