Categories: ଫୁରସତ

ଗୋଟିଏ ସାଇକେଲରେ ୧୦ ଜଣ

ବର୍ତ୍ତମାନ ସମୟରେ ଲୋକେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହୁଛନ୍ତି। ଏହି ସମୟରେ ମଧ୍ୟ ସୋସିଆଲ ମିଡିଆର ଚାହିଦା ବଢ଼ିଥିବା ବେଳେ ଭାଇରାଲ ହେଉଥିବା ଫଟୋ ଓ ଭିଡିଓକୁ ନେଇ ଚର୍ଚ୍ଚା ଜୋର ଧରୁଛି। ବର୍ତ୍ତମାନ ସେଭଳି ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଜଣେ ବ୍ୟକ୍ତି ୯ ଜଣ ପିଲାଙ୍କୁ ଧରି ଗୋଟିଏ ସାଇକେଲ୍‌ରେ ଯାଉଥିବା ଦେଖିବାକୁ ମିଳୁଛି। ଏହି ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। କ୍ୟାପଶନ୍‌ରେ ସେ ଲେଖିଛନ୍ତି, ”କିଏ କହିଲା ପିତାଙ୍କ ସହଜ କାର୍ଯ୍ୟ“।

Share