ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ ଉତ୍ତରପ୍ରଦେଶ ବାରଣସୀର ଚାନ୍ଦ ଅହମ୍ମଦ(୨୪) ଓ ମହମ୍ମଦ ଅକିଲ(୨୫)। ବିଚାପତି ଅଭିଯୁକ୍ତଙ୍କୁ ୧୦ବର୍ଷ ଲେଖାଏଁ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସେହିପରି ପ୍ରତ୍ୟେକ ୧ଲକ୍ଷ ଟଙ୍କା ଲେଖାଏଁ ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦେୟ ଅତିରିକ୍ତ ୧ବର୍ଷ ଲେଖାଏଁ ସଶ୍ରମ କାରାଦଣ୍ଡରେ ଦଣ୍ଡିତ ପାଇଁ ନିର୍ଦ୍ଦେଶ ରହିଛି।

ବ୍ରହ୍ମପୁର ସହରକୁ ଗଞ୍ଜେଇ ଚୋରାଚାଲାଣ ହେଉଥିବା ନେଇ ଅବକାରୀ ବିଭାଗକୁ ଖବର ମିଳିଥିଲା। ଇନ୍ସପେକ୍ଟର ଗୀତାଞ୍ଜଳି ସାହୁଙ୍କ ନେତୃତ୍ୱରେ ଏକ ଟିମ୍‌ ୨୦୨୨ ନଭେମ୍ବର ୨୧ରେ ଅଙ୍କୁଶପୁର ଛକରେ ଯାନବାହନ ଯାଞ୍ଚ କରାଯାଉଥିଲା। ବ୍ରହ୍ମପୁର ଅଭିମୁଖେ ଆସୁଥିବା ଏକ ଗାଡି(ନଂ.ଏମ୍‌ପି୦୪ଟିବି-୧୬୧୦)କୁ ଅଟକାଇ ପୋଲିସ ଟିମ୍‌ ଯାଞ୍ଚ କରିଥିଲା। ଯାଞ୍ଚ ବେଳେ ବେଆଇନ ଭାବେ ୮୦ କେଜି ଗଞ୍ଜେଇ ଚାଲାଣ ହେଉଥିବା ଜଣାପଡିଥିଲା।

ଅବକାରୀ ମାମଲା(ନଂ ୧୧୦/୨୧-୨୨)ରେ ଉପରୋକ୍ତ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିଲା। ଜେରା ବେଳେ ସେମାନେ ଉକ୍ତ ଗଞ୍ଜେଇ କନ୍ଧମାଳ ଅଞ୍ଚଳରୁ ଆଣି ବ୍ରହ୍ମପୁର ଦେଇ ଉତ୍ତରପ୍ରଦେଶ ଚାଲାଣ କରିଥାନ୍ତେ ବୋଲି ଅବକାରୀ ବିଭାଗ ଜାଣିବାକୁ ପାଇଥିଲେ। ପରେ ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରାଯାଇଥିଲା।

ତଦନ୍ତକାରୀ ଅଧିକାରୀ ତଥା ଇନ୍ସପେକ୍ଟର ସାହୁ କୋର୍ଟରେ ଚାର୍ଜସିଟ ଦାଖଲ କରିଥିଲେ। ମାମଲାର ବିଚାର ବେଳେ ୩ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା। ଗିରଫ ପରଠାରୁ ମଣ୍ଡଳକାରାଗାରରେ ବିଚାରାଧୀନ ବନ୍ଦୀ ଭାବେ ଥିବା ଉପରୋକ୍ତ ଦୁଇ ଅଭିଯୁକ୍ତଙ୍କୁ କୋର୍ଟରେ ହାଜର କରାଯାଇଥିଲା। ସାକ୍ଷୀମାନଙ୍କ ବୟାନ ଏବଂ ପ୍ରମାଣକୁ ଆଧାର କରି ବିଚାରପତି ଉପରୋକ୍ତ ରାୟ ପ୍ରକାଶ କରିଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ନରେଶ ପ୍ରସାଦ ପାତ୍ର ମାମଲା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪ ଜମି ଅଧିଗ୍ରହଣ ଅଧିକାରୀ ନିଲମ୍ବିତ

ଯାଜପୁର,୧୮ା୧୦(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ଦ୍ୱିତୀୟ ସର୍ବବୃହତ୍‌ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ରେଙ୍ଗାଲି ବହୁମୁଖୀ ଯୋଜନା ଦ୍ୱାରା ଯାଜପୁର ଜିଲାର ୪୬,୬୦୦ ହେକ୍ଟର ଜମିରେ ଜଳସେଚନ...

ହୋଇ ନ ଥିବା ପ୍ରକଳ୍ପ କାମ ଶୀଘ୍ର ଆରମ୍ଭ କର

ଭବାନୀପାଟଣା,୧୭ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଗୁରୁବାର ପଞ୍ଚାୟତିରାଜ ଓ ପାନୀୟ ଜ ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ...

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

ଅକ୍ଟୋବର ୨୧, ୨୮ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: କରିବାକୁ ହେବ ଆଗୁଆ ପଞ୍ଜୀକରଣ

ଭୁବେନେଶ୍ୱର,୧୭।୧୦: ଅକ୍ଟୋବର ୨୧ ଏବଂ ୨୮ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ୧୮ତାରିଖ ପୂର୍ବାହ୍ନ ୧୧ରୁ ଆଗୁଆ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହେବ।...

କନ୍ୟା ସନ୍ତାନକୁ ଜନ୍ମ ଦେଲେ ଦଶମ ଶ୍ରେଣୀ ଛାତ୍ରୀ: ଅଭିଯୁକ୍ତ ଥାନାରେ ଅଟକ

ଥୁଆମୂଳ ରାମପୁର,୧୭।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ଦଶମ ଶ୍ରେଣୀ ଛାତ୍ରୀ ମା’...

ସ୍ତ୍ରୀ, ଶାଶୁଙ୍କୁ ହତ୍ୟା କରି ଫିଙ୍ଗିଥିଲେ: ଖପୁରି ହାଡ଼ ଟାଣି ଖାଉଥିଲା କୁକୁର

ବାସୁଦେବପୁର,୧୭।୧୦(ନାରାୟଣ ପ୍ରସାଦ ବାରିକ୍‌):  ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମୁଣ୍ଡା ପଞ୍ଚାୟତର ପାଞ୍ଚଘେରିଆ ଗାଁରେ ଯୋର ନିକଟରୁ ଅଖା ବସ୍ତାରୁ ମଣିଷ ଖପୁରି ହାଡ଼...

ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ମୃତ୍ୟୁ ମାମଲା: ହତ୍ୟା ଅଭିଯୋଗ ଆଣିଲେ ଭଉଣୀ 

ବାରିପଦା,୧୭ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଖଇରବଣିଠାରେ ବେତନଟୀ ବସ୍‌ଷ୍ଟାଣ୍ଡ ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ବେହେରାଙ୍କ ମୃତ୍ୟୁ ଘଟଣାରେ ପୋଲିସର...

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼

ଯାଜପୁର,୧୭ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନ ମଣ୍ଡଳିରେ ରାଜନୈତିକ ଆକ୍ରୋଶ କ୍ରମଶଃ ବଢିବାରେ ଲାଗିଛି। ବିଜେଡି, ଭାଜପା ଓ ସ୍ବାଧୀନ ବିଧାୟକ ସମର୍ଥକଙ୍କ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri