Posted inରାଜ୍ୟ

ନାବାଳିକାଙ୍କୁ ବଳାତ୍କାର ମାମଲାରେ ଦୋଷୀଙ୍କୁ ୧୦ ବର୍ଷ ଜେଲ ଦଣ୍ଡ

ଭୁବନେଶ୍ୱର,୧୦ା୯(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ଆଡ୍‌ ହକ୍‌ ଅତିରିକ୍ତ ଦୌରା ଜଜ୍‌ ତଥା ଫାଷ୍ଟ୍‌ ଟ୍ରାକ୍‌ ସ୍ପେଶାଲ କୋର୍ଟ(ପୋକ୍ସ)ର ବିଚାରପତି ସରୋଜ କୁମାର ସାହୁ ମଙ୍ଗଳବାର ଏକ ନାବାଳିକା ବଳାତ୍କାର ମାମଲାରେ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତ ଦୀପୁ ବେହେରା ଓରଫ ଦୀପକ (୩୧)ଙ୍କୁ ଦୋଷୀ ସାବ୍ୟସ୍ତ କରାଯିବା ସହ ତାଙ୍କୁ ୧୦ବର୍ଷ ଜେଲଦଣ୍ଡ ହୋଇଛି। ଏଥିସହ ତାଙ୍କୁ ୧୦ ହଜାର ଟଙ୍କା ଜରିମାନା ଦେବାକୁ ମଧ୍ୟ ନିର୍ଦ୍ଦେଶ ହୋଇଛି। ଏହି ଜରିମାନା ନ ଦେଇପାରିଲେ ଦୋଷୀ ଦୀପକଙ୍କୁ ଅଧିକ ୩ ମାସ ଜେଲଦଣ୍ଡ ଭୋଗିବାକୁ ପଡିବ ବୋଲି କୋର୍ଟ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି।

ମାମଲାର ବିବରଣୀ ଅନୁଯାୟୀ, ବାଲିଅନ୍ତା ଥାନା ଅଞ୍ଚଳର ଏକ ଗାଁରେ ୨୦୨୦ ଅଗଷ୍ଟ ୧୬ରେ ଏହି ଲଜ୍ଜାକର ଘଟଣା ଘଟିଥିଲା। ୧୪ ବର୍ଷୀୟା ନାବାଳିକା ପୀଡ଼ିତା ଏବଂ ଅଭିଯୁକ୍ତ ଦୀପକ ଗୋଟିଏ ଗ୍ରାମର ବାସିନ୍ଦା। ଅଗଷ୍ଟ ୧୬ ସା ପ୍ରାୟ ୭ଟା ବେଳେ ପୀଡ଼ିତାଙ୍କ ମା’ ରୋଷେଇ କାମରେ ବ୍ୟସ୍ତ ଥିଲେ। ଏହି ସମୟରେ ନାବାଳିକା ଜଣଙ୍କ ଘର ପଛ ପାର୍ଶ୍ୱକୁ ଶୌଚ ହେବା ପାଇଁ ଯାଇଥିଲେ। ସେଠାରେ ଅନ୍ୟ କେହି ନ ଥିବାର ସୁଯୋଗ ନେଇ ଦୀପକ ଏକ ଗାମୁଛା ସାହାଯ୍ୟରେ ପୀଡିତାଙ୍କ ପାଟିକୁ ଖୁବଜୋରରେ ଚାପିଧରି ତାଙ୍କୁ ନିକଟସ୍ଥ ଘଞ୍ଚବୁଦା ନିକଟକୁ ଟେକି ନେଇଯାଇଥିଲେ। ସେଠାରେ ନାବାଳିକାଙ୍କୁ ଦୀପକ ବଳାତ୍କାର କରିଥିଲେ। ପରେ ପୀଡ଼ିତା ଜଣଙ୍କ କୌଶଳ କ୍ରମେ ଦୀପକଙ୍କ କବଳରୁ ଖସି ଆସି କାନ୍ଦି କାନ୍ଦି ନିଜ ମାଙ୍କୁ ଏହି ଘଟଣା ବିଷୟରେ ଖୋଲି କହିଥିଲେ। ପରେ ସମ୍ପୃକ୍ତ ଗ୍ରାମର ୱାର୍ଡ ମେମ୍ବର ଓ କିଛି ବରିଷ୍ଠ ଭଦ୍ରବ୍ୟକ୍ତି ଘଟଣାର ଆପୋସ ସମାଧାନ କରିବାକୁ ପ୍ରୟାସ କରି ଏକ ଗ୍ରାମ ସଭାର ଆୟୋଜନ କରିଥିଲେ। ଏହି ସଭାରେ ଅଭିଯୁକ୍ତ ଦୀପକ ଏବଂ ତାଙ୍କ ବାପାଙ୍କୁ ଉପସ୍ଥିତ ରହିବାକୁ ସୂଚନା ଦିଆଯାଇଥିଲା। ହେଲେ ଦୀପକ କିମ୍ବା ତାଙ୍କ ବାପା ଘଟଣାକୁ ଆଡ଼େଇ ଦେଇ ଉକ୍ତ ସଭାରେ ଯୋଗଦେଇ ନ ଥିଲେ। ତେବେ ଏହି ଘଟଣାର କୌଣସି ଆପୋସ ସମାଧାନ ହୋଇ ନ ପାରିବାରୁ ପୀଡ଼ିତା ଜଣଙ୍କ ଅଗଷ୍ଟ ୨୧ରେ ବାଲିଅନ୍ତା ଥାନାରେ ଏତଲା ଦେଇଥିଲେ। ପୋଲିସ ଏତଲାକୁ ଆଧାର କରି ପୋକ୍ସ ଆକ୍ଟର ସେକ୍ସନ-୪ ଓ ଆଇପିସି ଦଫା ୩୭୬(୩)ରେ ଏକ ମାମଲା (ନଂ. ୧୮୨/୨୦୨୪) ରୁଜୁ କରି ତଦନ୍ତ କରିବା ସହ ଅଭିଯୁକ୍ତ ଦୀପକଙ୍କୁ ଗିରଫ କରିଥିଲା। ଅକ୍ଟୋବର ୧୮ରେ ପୋଲିସ ଏହି ମାମଲାର ଚାର୍ଜଶିଟ୍‌ ଦାଖଲ କରିଥିଲା। କୋର୍ଟ ଏହି ମାମଲାରେ ୧୪ଜଣଙ୍କ ସାକ୍ଷ୍ୟ ଓ ଅନ୍ୟାନ୍ୟ ଦସ୍ତାବିଜ୍‌କୁ ଆଧାର କରି ରାୟ ଶୁଣାଇଥିଲେ। ସରକାରଙ୍କ ପକ୍ଷରୁ ମାମଲାକୁ ସ୍ବତନ୍ତ୍ର ପବ୍ଲିକ୍‌ ପ୍ରୋସିକ୍ୟୁଟର ରାଜୀବ ସାସମଲ ଓ ଅତିରିକ୍ତ ପବ୍ଲିକ୍‌ ପ୍ରୋସିକ୍ୟୁଟର ବଳରାମ ଦେଓ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା।...

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

Featured Video Play Icon

ମୋତେ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିଲେ ଆଇଆଇସି!

ଭରତପୁର ଥାନାରେ ସେନାଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା । ପିଡ଼ୀତା ଆଣିଲେ ଆଇଆଇସି ଦୁଷ୍କର୍ମ କରିବା ଅଭିଯୋଗ ।

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ସୀମା ଟପିଥିଲା ଭରତପୁର ଥାନା ପୋଲିସ, କାନ୍ଦି କାନ୍ଦି ଘଟଣା ଦିନର କାହାଣୀ କହିଲେ ମେଜରଙ୍କ ବାନ୍ଧବୀ

ଭୁବନେଶ୍ୱର,୧୯।୯: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ପୋଲିସର ମାଡ଼ ଘଟଣାରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ମେଜରଙ୍କ ବାନ୍ଧବୀ ଅଙ୍କିତ ପ୍ରଧାନ। ଆଉ ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri