ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ୍‌

ବ୍ରହ୍ମପୁର,୨୮ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଜଜ୍‌-୧ ଡ. ଇନ୍ଦୁ ଶର୍ମା ବୁଧବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ କରିଛନ୍ତି। ଉପଯୁକ୍ତ ସାକ୍ଷ୍ୟ ପ୍ରମାଣକୁ ଭିତ୍ତି କରି ଜଣେ ଅଭିଯୁକ୍ତଙ୍କୁ ସେ ୧୦ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଦୋଷୀ ସାବ୍ୟସ୍ତ ହୋଇଥିବା

ଅଭିଯୁକ୍ତ ଜଣଙ୍କ ହେଲେ ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ସିତାପଲି ଗ୍ରାମର ଶିବରାମ ଜାନୀ (୨୨)। ଅଭିଯୁକ୍ତଙ୍କୁ ଜେଲ ଦଣ୍ଡ ସହ ୧ ଲକ୍ଷ ଟଙ୍କା ଜରିମାନା ଦେବାକୁ ଜଜ୍‌ ନିଜ ରାୟରେ ଉଲ୍ଲେଖ କରିଛନ୍ତି। ୨୦୨୩ରେ ଅବକାରୀ ଟିମ୍‌ ବଡ଼ବଜାର ଥାନା ଅନ୍ତର୍ଗତ ଫାଷ୍ଟଗେଟ୍‌ ନିକଟରୁ ଏକ କାର୍‌ ଭିତରୁ ୧୫୦ କେଜି ଗଞ୍ଜେଇ ଜବତ କରିଥିଲା। ଅଭିଯୁକ୍ତ ଶିବରାମ ଜାନୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ମାମଲାର ବିଚାରଣା ବେଳେ ସାକ୍ଷୀମାନଙ୍କ ବୟାନକୁ ଆଧାର କରି ପ୍ରମାଣ ମିଳିଥିବାରୁ ଜଜ୍‌ ଉପରୋକ୍ତ ଅଭିଯୁକ୍ତଙ୍କୁ ଜଜ୍‌ ଦଣ୍ଡିତ କରିଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର (ପିପି )ନରେଶ ପ୍ରସାଦ ପାତ୍ର ମୋକଦ୍ଦମା ପରିଚାଳନା କରୁଥିଲେ।

Share