ଭାଜପା ସରକାରକୁ ପୂରିଛି ୧୦୦ ଦିନ: ସଫଳତା ବଖାଣିଲେ ମନମୋହନ

ଭୁବନେଶ୍ୱର, ୧୯।୯(ସୁନିତ୍‌ ମିଶ୍ର):ଦୀର୍ଘ ୬୦ ବର୍ଷ ପରେ ଏକମାତ୍ର ନେତା ଭାବେ ନରେନ୍ଦ୍ର ମୋଦି ୩ୟ ଥର ଲାଗି ଦେଶର ପ୍ରଧାନମନ୍ତ୍ରୀ ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ଏକ କ୍ଷୁଦ୍ର ଗ୍ରାମରେ ଜନ୍ମ ନେଇ ବିଶ୍ୱର ସବୁଠୁ ବଡ଼ ଗଣତାନ୍ତ୍ରିକ ରାଷ୍ଟ୍ର ଭାରତବର୍ଷର ନେତୃତ୍ୱ ନେଉଥିବା ପ୍ରଧାନମନ୍ତ୍ରୀଙ୍କ ଗରିବ କଲ୍ୟାଣ ଓ ବିକାଶ କାର୍ଯ୍ୟ ପାଇଁ ଦେଶର ରାଜନୀତିରେ ସ୍ଥିରତାର ବାତାବରଣ ସମ୍ଭବ ହୋଇଛି। ଗତ ୧୦ ବର୍ଷରେ ବିଶ୍ୱର ୧୦ଟି ରାଷ୍ଟ୍ର ମୋଦିଙ୍କୁ ସେମାନଙ୍କ ‘ରାଷ୍ଟ୍ରର ସର୍ବୋଚ୍ଚ ସମ୍ମାନ’ରେ ସମ୍ମାନିତ କରିଛନ୍ତି। ଏହା ଭାରତବାସୀଙ୍କୁ ଗୌରବାନ୍ବିତ କରିଛି। ସେହିପରି ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ରାଜ୍ୟରେ ଭାଜପା ସରକାର ୧୦୦ ଦିନ ପୂର୍ତ୍ତି କରିବ। ନିର୍ବାଚନ ପୂର୍ବରୁ ଜନତାଙ୍କୁ ଦିଆଯାଇଥିବା ସଂକଳ୍ପକୁ ବାସ୍ତବ ରୂପ ଦେବା କାର୍ଯ୍ୟ ଆରମ୍ଭ ହୋଇସାରିଛି। ରାଜ୍ୟବାସୀଙ୍କ ବିଶ୍ୱାସକୁ ନେଇ ଭାଜପା ସରକାର କାମ କରିବ ବୋଲି ଦଳର ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି।

ରାଜ୍ୟ କାର୍ଯ୍ୟାଳୟଠାରେ ବୁଧବାର ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ମନମୋହନ କହିଛନ୍ତି, ମୋଦି ଗତ ୧୦ ବର୍ଷରେ ଗରିବ ବାସହୀନଙ୍କୁ ପକ୍କାଘର, ଶୌଚାଳୟ, ଗ୍ୟାସ୍‌, ବିଜୁଳି, ୫ କେଜି ଚାଉଳ ଏବଂ ୫ ଲକ୍ଷ ଟଙ୍କାର ମାଗଣା ଚିକିତ୍ସା ବ୍ୟବସ୍ଥା ଯୋଗାଇ ଦେଇଛନ୍ତି ା ଦୀନ୍‌ଦୟାଲ ଯୋଜନା ଅନ୍ତର୍ଗତ ୧୦ କୋଟିରୁ ଊର୍ଦ୍ଧ୍ୱ ମହିଳାଙ୍କୁ ସଙ୍ଗଠିତ କରାଯିବା ସହ ୯୦ ଲକ୍ଷରୁ ଊର୍ଦ୍ଧ୍ୱ ସ୍ବୟଂ ସହାୟକ ଦୂତ ସାଜିଛନ୍ତି। ଏହାସହ ୧୧ ଲକ୍ଷ ଲକ୍ଷପତି ଦିଦିଙ୍କୁ ପ୍ରମାଣପତ୍ର ପ୍ରଦାନ କରାଯାଇଛି। ବିଶ୍ୱକର୍ମା ଯୋଜନାକୁ ତ୍ୱରାନ୍ବିତ କରାଯାଇଛି। ଯୁବକମାନଙ୍କ ପାଇଁ ୨ ଲକ୍ଷ କୋଟି ଟଙ୍କାର ପ୍ୟାକେଜ୍‌ ଘୋଷଣା କରାଯାଇଛି ଏବଂ ଏଥିରେ ଆସନ୍ତା ୫ ବର୍ଷରେ ୪.୧୦ କୋଟି ଯୁବକ ଉପକୃତ ହେବେ ା ଗତ ୧୦ ବର୍ଷରେ ପିଏମ୍‌ କିଷାନ ଯୋଜନା ଅନ୍ତର୍ଗତ ୯.୫ କୋଟି କୃଷକଙ୍କୁ ୨୦ ହଜାର କୋଟି ଟଙ୍କା ପ୍ରଦାନ କରାଯାଇଛି। ବର୍ତ୍ତମାନ ସୁଦ୍ଧା ୧୨.୩୩ କୋଟି କୃଷକଙ୍କୁ ୩ ଲକ୍ଷ କୋଟି ଟଙ୍କା ବିତରଣ କରାଯାଇଛି ା ବହୁ ପ୍ରତୀକ୍ଷିତ ସୁଭଦ୍ରା ଯୋଜନାକୁ ପ୍ରଧାନମନ୍ତ୍ରୀ ନିଜ ଜନ୍ମଦିନରେ ଶୁଭାରମ୍ଭ କରିଛନ୍ତି। କେନ୍ଦ୍ର ସରକାରଙ୍କ ଅନୁଦାନକୁ ଠିକ୍‌ ଭାବେ ବିନିଯୋଗକରି ଦେଶ ଓ ରାଜ୍ୟର ବିକାଶ କରାଯିବ ବୋଲି ମନମୋହନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

Featured Video Play Icon

ମୋତେ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିଲେ ଆଇଆଇସି!

ଭରତପୁର ଥାନାରେ ସେନାଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା । ପିଡ଼ୀତା ଆଣିଲେ ଆଇଆଇସି ଦୁଷ୍କର୍ମ କରିବା ଅଭିଯୋଗ ।

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ସୀମା ଟପିଥିଲା ଭରତପୁର ଥାନା ପୋଲିସ, କାନ୍ଦି କାନ୍ଦି ଘଟଣା ଦିନର କାହାଣୀ କହିଲେ ମେଜରଙ୍କ ବାନ୍ଧବୀ

ଭୁବନେଶ୍ୱର,୧୯।୯: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ପୋଲିସର ମାଡ଼ ଘଟଣାରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ମେଜରଙ୍କ ବାନ୍ଧବୀ ଅଙ୍କିତ ପ୍ରଧାନ। ଆଉ ଏହା...

ବିଜେଡି ଛାଡିଲେ: ଭାଜପାରେ ଯୋଗଦେଲେ ଦେବେନ୍ଦ୍ର

ରିଷିଡ଼ା,୧୯ା୯/ଭବାନୀପାଟଣା,(ଉତ୍ତମ କୁମାର ଦାଶ/ସୁଶାନ୍ତ ମଲ୍ଲିକ)- କିଛିଦିନ ତଳେ ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ଏହା ପରଠାରୁ ତାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri