୧୦୦ ପରିବାରକୁ ଗୋଟିଏ ନଳକୂପ, ବାଲ୍‌ଟିଏ ପାଣି ପାଇଁ ଲମ୍ବା ଧାଡ଼ି

କଣ୍ଟିପାଳ/ଆନନ୍ଦପୁର,୨୨ା୪(ଡି.ଏନ୍‌.ଏ./ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ କଣ୍ଟିପାଳ ପଞ୍ଚାୟତର କଣ୍ଟିପାଳ ଗ୍ରାମର ମହାପାତ୍ର ସାହିରେ ପାନୀୟ ଜଳ ସଙ୍ଗଟ ଉଗ୍ରରୂପ ଧାରଣ କରିଛି। ସାହିରେ ବସବାସ କରୁଥିବା ପରିବାରବର୍ଗଙ୍କ ମଧ୍ୟରୁ ୧୦୦ରୁ ଊର୍ଦ୍ଧ୍ୱ ପରିବାର ପାନୀୟ ଜଳ ପାଇଁ ଗୋଟିଏ ନଳକୂପ ଉପରେ ନିର୍ଭର କରୁଛନ୍ତି। ଦୁଇଟି ମଧ୍ୟରୁ ଗୋଟିଏ ଅଚଳ ହୋଇପଡିଛି। ଗୋଟିଏ ନଳକୂପରେ ଆଶାଜନକ ପାଣି ବାହାରୁ ନ ଥିବାରୁ ମହିଳାମାନେ ପାଣି ଟୋପାଏ ପାଇଁ ଦୀର୍ଘଘଣ୍ଟା ଧରି ନଳକୂପ ନିକଟରେ ଛିଡ଼ା ହେବାକୁ ବାଧ୍ୟ ହେଉଛନ୍ତି। ଗ୍ରୀଷ୍ମ ଦିନରେ ପାନୀୟ ଜଳ ସଙ୍କଟ ଚିନ୍ତା ବଢ଼ାଇଛି। ଏଭଳି ଏକ ମୌଳିକ ସମସ୍ୟା ସମ୍ପର୍କରେ ମହାପାତ୍ର ସାହି ବାସୀ ଅନେକ ଥର ସ୍ଥାନୀୟ ସରପଞ୍ଚଙ୍କ ଦୃଷ୍ଟି ଆକର୍ଷଣ କରିଥିବା କହିଛନ୍ତି। ହେଲେ ଅଦ୍ୟାବଧି ସମସ୍ୟାର ସମାଧାନ ହୋଇପାରିନି। ଗୋଟିଏ ନଳକୂପରେ ଅନେକ ସମୟରେ ମାତ୍ରାଧିକ ଭିଡ଼ ଲାଗି ରହିବା କାରଣରୁ ପାଟିତୁଣ୍ଡ ହେବା ଭଳି ପରିସ୍ଥିତି ମଧ୍ୟ ସୃଷ୍ଟି ହେଉଛି। ଏଭଳି ଏକ ଗୁରୁତ୍ୱପୁର୍ଣ୍ଣ ପ୍ରସଙ୍ଗ ଦିଗରେ ପ୍ରଶାସନିକ ଅଧିକାରୀ ଦୃଷ୍ଟି ଦେଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ଦାବି ହୋଇଛି। ମହାପାତ୍ରସାହିରେ ଦେଖାଦେଇଥିବା ପାନୀୟ ଜଳ ସଙ୍କଟ ସମ୍ପର୍କରେ ଶନିବାର ଆନନ୍ଦପୁର ଉପଜିଲାପାଳ ଅନୀଲ କୁମାର ସେଠୀଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ଉପଜିଲାପାଳ ତୁରନ୍ତ ଏ ପ୍ରସଙ୍ଗରେ ବିଭାଗୀୟ ଅଧିକାରୀଙ୍କ ସହିତ ଆଲୋଚନା କରିଥିଲେ ଏବଂ ଖୁବ୍‌ଶୀଘ୍ର ଏହି ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନିଆଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri