୧୦୦ ତାଲିବାନ୍‌ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…

କାବୁଲ,୩।୬: ସୁରକ୍ଷାକର୍ମୀଙ୍କ ସହିତ ମୁହାଁମୁହିଁ ହେବା ପରେ ଆଫଗାନିସ୍ତାନରେ ୧୦୦ ତାଲିବାନ୍‌ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ଏହି ଘଟଣାରେ ୫୦ ଜଣ ଆତଙ୍କବାଦୀ ଆହତ ହୋଇଥିବା ଆଫଗାନିସ୍ତାନ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶର ଲଘମାନ୍‌, କୁନାର, ନନ୍‌ଗାରହର୍‌, ଘଜନି, ପାକଟିଆ, ମୈଦାନ ଓ୍ବାରଡକ୍‌, ଖୋଷ୍ଟ୍‌, ଜାବୁଲ୍‌, ବଡ଼ଘିସ୍‌, ହେରାଟ୍‌, ଫରୟାବ୍‌, ହେଲମଣ୍ଡ୍‌, ବାଘଲାନ ଆଦି ଅଞ୍ଚଳରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଜାରି ରହିଥିବା ଆତଙ୍କବାଦ ବିରୋଧି ଅପରେଶନ୍‌ରେ ଏହି ସଫଳତା ମିଳିଥିବା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଅପରେଶନ୍‌ ସମୟରେ ୩୫ ପ୍ରକାର ଲ୍ୟାଣ୍ଡମାଇନ୍‌କୁ ନିଷ୍କ୍ରିୟ କରାଯାଇଛି। ଆତଙ୍କବାଦୀଙ୍କଠାରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ହୋଇଥିବା ପ୍ରତିରକ୍ଷା ମନ୍ତ୍ରଣାଳୟ କହିଛି।

Share