ତିହିଡ଼ି ବ୍ଲକରେ ସ୍ଥାନାନ୍ତର ହୋଇଛନ୍ତି ୧୦ ହଜାର ବାତ୍ୟା ବିପନ୍ନ

ତିହିଡ଼ି,୨୫ା୧୦(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥରେ ବିଭିନ୍ନ ସ୍ଥାନରେ ଗଛ ଉପୁଡ଼ି ରାସ୍ତା ଅବରୋଧ ହୋଇଥିବା ଜଣାଯାଇଛି। ତିହିଡି ବ୍ଲକର ସନ୍ଥପୁରା, କମାରିଆ ଇତ୍ୟାଦି ସ୍ଥାନରେ ଏ ପ୍ରକାର ପରିସ୍ଥିତି ଉପୁଜିଛି। ଗୁରୁବାର ରାତିରେ ବାତ୍ୟା ଦାନାର ପ୍ରକୋପରେ ବିଭିନ୍ନ ଅଞ୍ଚଳରେ ମଧ୍ୟ ଗଛସବୁ ଉପୁଡ଼ି ପଡ଼ିଛି। କିଛି ସ୍ଥାନରେ ଗଛ ପଡ଼ି ଚାଳଘର କ୍ଷତିଗ୍ରସ୍ତ ହୋଇଥିବା ଜଣାଯାଇଛି। ଅଗ୍ନିଶମ ବିଭାଗ ଅଧିକାରୀ ଅନନ୍ତ ପ୍ରସାଦ ବେହେରାଙ୍କ ନେତୃତ୍ୱରେ ଅଗ୍ନିଶମ କର୍ମଚାରୀମାନେ ଶୁକ୍ରବାର ସକାଳଠାରୁ ଗଛ କାଟି ରାସ୍ତା ସଫା କରିବା କାର୍ଯ୍ୟରେ ନିୟୋଜିତ ଅଛନ୍ତି।

ଏହାଛଡ଼ା ବ୍ଲକର ୧୦୭ଟି ସ୍ଥାୟୀ ଓ ଅସ୍ଥାୟୀ ବାତ୍ୟା ଆଶ୍ରୟସ୍ଥଳକୁ ବିଭିନ୍ନ ଅଞ୍ଚଳରୁ ୧୦ହଜାର ଲୋକଙ୍କୁ ସ୍ଥାନାନ୍ତରିତ କରାଯାଇଛି। ପଞ୍ଚାୟତର ସରପଞ୍ଚମାନଙ୍କ ତତ୍ତ୍ୱାବଧାନରେ ବିପନ୍ନମାନଙ୍କୁ ରନ୍ଧା ଖାଦ୍ୟ ଯୋଗାଇ ଦିଆଯାଉଛି। ଜିଲା ଅତିରିକ୍ତ ଉନ୍ନୟନ ଅଧିକାରୀ କୁଶଳ ନାୟକ, ତହସିଲଦାର ଜୟଦ୍ରଥ ଆଚାର୍ଯ୍ୟ, ବିଡିଓ ଜ୍ୟୋତିର୍ମୟ କର ସମସ୍ତ କାର୍ଯ୍ୟର ତଦାରଖ କରୁଛନ୍ତି। ପ୍ରଶାସନ ପକ୍ଷରୁ ନିୟୋଜିତ ୧୨ଜଣ ନୋଡାଲ ଅଫିସର ଓ ୩୧ଜଣ ସହକାରୀ ନୋଡାଲ ଅଫିସର ବିଭିନ୍ନ ପଞ୍ଚାୟତରେ ବାତ୍ୟା ବିପନ୍ନ ତଥା ଅନ୍ୟାନ୍ୟ ସୁବିଧା ଅସୁବିଧା ସମ୍ପର୍କରେ ପ୍ରଶାସନକୁ ତଥ୍ୟ ପ୍ରଦାନ କରୁଛନ୍ତି। ବିଭିନ୍ନ ସାମାଜିକ ସଙ୍ଗଠନର କର୍ମକର୍ତ୍ତା ବିଭିନ୍ନ ତଳିଆ ଅଞ୍ଚଳକୁ ଯାଇ ବିପନ୍ନଙ୍କୁ ଭେଟିବା ସହ ଶୁଖିଲା ଖାଦ୍ୟ ବଣ୍ଟନ କରିଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ଦାନାବେଳେ ଆସିଲା ଖୁସି ଖବର

ପାଟଣା,୨୫।୧୦(ବୀରକିଶୋର ଦାଶ): ସାମୁଦ୍ରିକ ଝଡ଼ ‘ଦାନା’ର ମୁକାବିଲା କରିବା ପାଇଁ କେନ୍ଦୁଝର ଜିଲା ପାଟଣା ବ୍ଲକ ପ୍ରଶାସନ ଗୁରୁବାର ସନ୍ଧ୍ୟା ସୁଦ୍ଧା କଚା ଘରେ ରହୁଥିବା...

କନ୍ଧମାଳରେ ଏନ୍‌କାଉଣ୍ଟର: ମାଓବାଦୀ ନିହତ

ବାଲିଗୁଡ଼ା,୨୫।୧୦: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ବୁଦାନାଇ ଜଙ୍ଗଲରେ ଶୁକ୍ରବାର ମାଓବାଦୀ ଏବଂ ଯବାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ମାଓବାଦୀ ନିହତ...

ଲୋକାର୍ପିତ ଅପେକ୍ଷାରେ ଡୁଲୁରୀ ପାଇନ୍‌ ବଣ: ସେଲ୍‌ଫି ପଏଣ୍ଟ ହେବ ମୁଖ୍ୟ ଆକର୍ଷଣ

ଦାରିଙ୍ଗବାଡି, ୨୪।୧୦ (ଅରୁଣ ସାହୁ)-ଆସିଲା ପର୍ଯ୍ୟଟନ ଋତୁ । ଧୀରେ ଧୀରେ ଜଳବାୟୁର ପରିବର୍ତ୍ତନ ହେବାରେ ଲାଗିଛି । ବାତ୍ୟା ପାଇଁ ପାଗ ମେଘୁଆ ରହିବା...

ବାତ୍ୟା ଆଶ୍ରୟସ୍ଥଳ ପରିଦର୍ଶନ କଲେ ମନ୍ତ୍ରୀ, କହିଲେ…

ପାଟଣା,୨୫।୧୦(ବୀରକିଶୋର ଦାଶ): ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଶେଷ ପରେ ମଧ୍ୟ ଟଳିନି ବିପଦ। ଏଭଳିସ୍ଥିତିରେ କେନ୍ଦୁଝର ଜିଲା ପାଟଣା ବ୍ଲକ ଶରଧାପୁର ଉଚ୍ଚ ପ୍ରାଥମିକ...

ଝାରପଡ଼ା ଜେଲରେ ୱାର୍ଡରଙ୍କୁ ପିଟିଲେ କଏଦୀ

ଭୁବନେଶ୍ୱର,୨୫।୧୦: ପୁଣି ଚର୍ଚ୍ଚାରେ ଝାରପଡ଼ା ଜେଲ। ଶୁକ୍ରବାର ପୂର୍ବାହ୍ନରେ ଜେଲ ଭିତରେ ମାରପିଟ୍‌ ହେବା ଘଟଣା ସାମ୍‌ନାକୁ ଆସିଛି। ଜେଲ ୱାର୍ଡରଙ୍କୁ କେତେଜଣ କଏଦୀ ଆକ୍ରମଣ...

କେସିଙ୍ଗା ପଞ୍ଚାୟତ ସମିତି ଅଧ୍ୟକ୍ଷଙ୍କ ଅନାସ୍ଥା ପ୍ରସ୍ତାବ ପାଇଁ ଉପଜିଲାପାଳଙ୍କ ନୋଟିସ

କେସିଙ୍ଗା,୨୫ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ଅଧ୍ୟକ୍ଷଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବ ବିଷୟରେ ଆଲୋଚନା ପାଇଁ ଓ ଅନାସ୍ଥା ପ୍ରସ୍ତାବ ଗୃହିତ...

ଲ୍ୟାଣ୍ଡଫଲ ପରେ ବି ଟଳିନି ବିପଦ: ଚାନ୍ଦବାଲିରେ ରେକର୍ଡ ବର୍ଷା

ଭୁବନେଶ୍ୱର,୨୫।୧୦: ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଶେଷ ହୋଇଥିବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ବାତ୍ୟା ‘ଦାନା’ ଦୁର୍ବଳ ହୋଇ...

କନ୍ଦାଇଲା ‘ଦାନା’: ଘର ଉପରେ ପଡ଼ିଲା ଗଛ, ଆଉ ତା’ ପରେ…

ଭଦ୍ରକ,୨୫ା୧୦(ସନାତନ ରାଉତ): ବାତ୍ୟା ଦାନା ପ୍ରଭାବରେ ଭଦ୍ରକ ଜିଲା ବାସୁଦେବପୁର ଚାନ୍ଦବାଲି ଅଞ୍ଚଳରେ ବିଭିନ୍ନ ସ୍ଥାନରେ ଗଛ ପଡ଼ି ଘର ଭାଙ୍ଗିବା ସହ ରାସ୍ତାରେ ଗଛ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri