Advertisement

୧୧ ଦିନରେ ୧୦ ହଜାର ମୁଣ୍ଡ ନେଲାଣି କରୋନା

ନୂଆଦିଲ୍ଲୀ, ୧୭।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିଚାଲିଛି। ଗତ ୧୧ ଦିନ ମଧ୍ୟରେ କରୋନା ସଂକ୍ରମଣ ଯୋଗୁ ୧୦ ହଜାର ଲୋକଙ୍କ ମୃତ୍ୟୁ ଘଟିଛି। ଇତିମଧ୍ୟରେ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୬ ଲକ୍ଷ ୪୭ ହଜାର ୩୧୬ ରେ ପହଞ୍ଚିଛି। ସେହିପରି ମୃତକଙ୍କ ସଂଖ୍ୟା ୫୧ ହଜାର ୫୪ ଛୁଇଁଛି। ଗତ ୨୪ ଘଣ୍ଟା ମଧ୍ୟରେ ୫୮ହଜାର ୧୦୮ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ୯୬୦ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଦେଶରେ ଗୁରୁବାର ସୁଦ୍ଧା ୧୯ ଲକ୍ଷ ୧୯ ହଜାରରୁ ଅଧିକ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୬ ଲକ୍ଷ ୭୬ ହଜାରରୁ ଅଧିକ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଥିବା ସ୍ବାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share