ଅନୁଦାନ ପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟର ଭିତ୍ତିଭୂମିର ବିକାଶ ପାଇଁ ୧୦୪ କୋଟି ଟଙ୍କା ଅନୁମୋଦନ

ଭୁବନେଶ୍ୱର,୧୨।୨: ରାଜ୍ୟର ୯୦ ଗୋଟି ଅନୁଦାନପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟର (ଏଡ଼େଡ଼ କେଲଜ) ଭିତ୍ତିଭୂମି ବିକାଶ ପ୍ରକଳ୍ପ ନିମନ୍ତେ ସରକାରଙ୍କ ତରଫରୁ ୧୦୪ କୋଟି ଟଙ୍କା ଅର୍ଥରାଶି ଅନୁମୋଦନ କରାଯାଇଛି। ଏହି ପ୍ରକଳ୍ପରେ ରାଜ୍ୟର ୯୦ଟି ଅନୁଦାନ ପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟର ଭିତ୍ତିଭୂମିକୁ ସୁଦୃଢ଼ କରିବା ନିମନ୍ତେ ବିଭିନ୍ନ କାର୍ଯ୍ୟ କରାଯିବ।

ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଛାତ୍ରାବାସ, କଲେଜରେ ଅତିରିକ୍ତ ଶ୍ରେଣୀ ଗୃହ, କମନ ରୁମ୍, ଲାଇବ୍ରେରୀ, ଲାବ୍ରୋଟୋରୀ, କମ୍ପ୍ୟୁଟର ଲବ୍ରୋଟୋରୀ, ମଲ୍‌ଟି ପରପସ୍‌ ହଲ୍‌, ଆଡମିନିଷ୍ଟ୍ରେଟିଭ ବିଲଡ଼ିଙ୍ଗ, ଶୌଚାଳୟ ଆଦିର ନିର୍ମାଣ, ମରାମତି ବା ପୁନରୁଦ୍ଧାର କାର୍ଯ୍ୟ କରିବା ନିମନ୍ତେ ଏହି ଅର୍ଥରାଶିକୁ ବିନିଯୋଗ କରାଯିବ।

ମିଳିଥିବା ସୂଚନା ଅନୁଯାୟୀ, ପ୍ରକଳ୍ପ ପାଇଁ ଅନୁମୋଦିତ ହୋଇଥିବା ସର୍ବମୋଟ ଧନରାଶିକୁ ପର୍ଯ୍ୟାୟକ୍ରମ ଭାବେ ମହାବିଦ୍ୟାଳୟ ଗୁଡ଼ିକୁ ପ୍ରଦାନ କରାଯିବ। ପ୍ରଥମ ପର୍ଯ୍ୟାୟରେ ସର୍ବମୋଟ ଅର୍ଥରାଶିର ଶତକଡ଼ା ୩୩ ପ୍ରତିଶତ ପ୍ରଦାନ କରାଯିବ।

ମହାବିଦ୍ୟାଳୟର ଅଧ୍ୟକ୍ଷମାନେ ଏହି ପ୍ରଥମ ପର୍ଯ୍ୟାୟ ଅର୍ଥରାଶି ପାଇବା ପରେ ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟ ନିର୍ବାହୀ ସଂସ୍ଥା ବା କେନ୍ଦ୍ର ସରକାରୀ ଉଦ୍ୟୋଗମାନଙ୍କ ଦ୍ୱାରା କାର୍ଯ୍ୟ ଆରମ୍ଭ କରିବା ସହ ମିଳିଥିବା ଅର୍ଥରାଶିର ବିନିଯୋଗ ପତ୍ର (ୟୁଟିଲାଇଜେସନ ସାର୍ଟିଫିକେଟ) ଉଚ୍ଚଶିକ୍ଷା ବିଭାଗକୁ ପ୍ରଦାନ କରିବେ।

ଆଜି ଏହି ପରିପ୍ରେକ୍ଷୀରେ ଉଚ୍ଚଶିକ୍ଷା ବିଭାଗ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିବା ଏକ ଆଭାସୀ ବୈଠକରେ ଅନୁଦାନ ପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟର ଅଧ୍ୟକ୍ଷ ଓ ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଥିଲେ ଯେ, ମହାବିଦ୍ୟାଳୟର ଭିତ୍ତିଭୂମିକୁ ସୁଦୃଢ଼ କରିବା ଏବଂ ଛାତ୍ରଛାତ୍ରୀମାନଙ୍କୁ ଗୁଣବତ୍ତା ଶିକ୍ଷା ପ୍ରଦାନ କରିବା ହେଉଛି ଆମର ପ୍ରାଥମିକ ଲକ୍ଷ୍ୟ। ଉଚ୍ଚଶିକ୍ଷା କ୍ଷେତ୍ରରେ ଏକ ବୈପ୍ଲବିକ ପରିବର୍ତ୍ତନ ଆଣିବା ସହ ଛାତ୍ରଛାତ୍ରୀମାନଙ୍କର ସର୍ବାଙ୍ଗୀନ ବିକାଶ ନିମନ୍ତେ ବିଭିନ୍ନ ପଦକ୍ଷେପମାନ ନିଆଯାଉଛି। ଆଜି ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେବା ପରେ ନିଶ୍ଚିତ ଭାବରେ ରାଜ୍ୟର ବେସରକାରୀ ଅନୁଦାନ ପ୍ରାପ୍ତ ମହାବିଦ୍ୟାଳୟର ଭିତ୍ତିଭୂମି ଆହୁରି ସୁଦୃଢ଼ ହୋଇପାରିବ ବୋଲି ମନ୍ତ୍ରୀ ଶ୍ରୀ ସୂରଜ ମତପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କନିଷ୍ଠ ଯନ୍ତ୍ରୀଙ୍କୁ ଛାଡୁନି ଚୌକି ମୋହ: ବଦଳି ଆଦେଶକୁ ବେଖାତିର୍‌

ବରଗଡ଼,୨୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ବିଭାଗର ସରକାରୀ କାର୍ଯ୍ୟାଳୟରେ ଅନେକ ଅଧିକାରୀ, କର୍ମଚାରୀ ଦୀର୍ଘବର୍ଷ ଧରି ଅବସ୍ଥାପିତ ରହିଛି। ସମ୍ପୃକ୍ତ କାର୍ଯ୍ୟାଳୟରେ ସେମାନଙ୍କ ଚୌକି...

ଆନ୍ଧ୍ର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ପହଞ୍ଚି ଗୁହାରି ଜଣାଇଲେ କୋଟିଆ ପଞ୍ଚାୟତର ତିନି ଗ୍ରାମବାସୀ: ଆମକୁ ପରିଚୟ ଦିଅନ୍ତୁ

ପଟ୍ଟାଙ୍ଗୀ,୨୧।୦୪(ଶରତ କୁମାର ଧଳ): କୋରାପୁଟ ଜିଲ୍ଲା ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତକୁ ନେଇ ପୁଣି ଦେଖା ଦେଇଛି ସଙ୍ଗିନୀ ପରିସ୍ଥିତି। ସୂଚନା ମୁତାବକ ଉକ୍ତ...

ଫାର୍ମପଣ୍ଡ ଖନନ ନାମରେ ଟଙ୍କା ଆତ୍ମସାତ୍‌ ଘଟଣା: ତଦନ୍ତର ୨ମାସ ବିତିଲା, କାର୍ଯ୍ୟାନୁଷ୍ଠାନ ଶୂନ

ନୂଆପଡ଼ା,୨୧ା୪ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ୍‌ ଠିକପାଲି ପଞ୍ଚାୟତ ବାବୁପାଲି ଗାଁରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଫାର୍ମପଣ୍ଡ (ଚହଲା) ଖନନ କରାଯାଇଛି। ସେଥିରୁ ଗୋଟିଏ ଚହଲାକୁ...

ଟଙ୍କା ଭର୍ତ୍ତି ବ୍ୟାଗ ଝାମ୍ପିନେବାକୁ ଉଦ୍ୟମ ଧରାପଡ଼ିବା ଭୟରେ ବୋମା ପକାଇଲେ: ୫ ଗିରଫ

ଭବାନୀପାଟଣା,୨୧ା୪(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ସୋମବାର ଦିନ ଦ୍ବିପ୍ରହରରେ ଲୁଟ୍‌ ଉଦ୍ୟମ ହୋଇଛି। ପୂର୍ବାହ୍ନ ୧୦ଟା ୧୦ରେ ବାହାଦୁର ବଗିଚାପଡାର ଶରତ...

ବାଇକ୍‌ ଦୁର୍ଘଟଣା, ଛାତ୍ରଙ୍କ ମୃତ୍ୟୁ

କୋକସରା,୨୧ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବଙ୍ଗୋମୁଣ୍ଡା ଗ୍ରାମରୁ କୋକସରାକୁ ବାଇକ୍‌ରେ ଆସୁଥିବା ବେଳେ କେନାଲ ଛକ ନିକଟରେ ଦୁର୍ଘଟଣା...

ଦିଗପହଣ୍ଡିରେ ମିଳୁନି ପିଇବା ପାଣି : ତେଜୁଛି ଜନଅସନ୍ତୋଷ: ନିର୍ବାହୀ ଅଧିକାରୀଙ୍କୁ ସ୍ମାରକପତ୍ର

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏଭଳି ସମୟରେ...

ରାସ୍ତାକଡ ଖାଲରୁ ବୃଦ୍ଧଙ୍କ ମୃତଦେହ ମିଳିବା ଘଟଣା: ଧକ୍କା ଦେଇଥିବା ଟ୍ରକ ଜବତ ଚାଳକ ….

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଧରମପୁର ଗ୍ରାମ ଗୋଲା ସାହିର ବି. ଜୁରିଆ(୬୦)ଙ୍କ ମୃତଦେହ ଶୁକ୍ରବାର ରାସ୍ତାକଡ ଖାଲରୁ ମିଳିଥିଲା। ଦୁର୍ଘଟଣାରେ...

ସିଡିଓଙ୍କ ସମୀକ୍ଷା: ଯୋଗ୍ୟ ହିତାଧିକାରୀ ପିଏମଏୱାଇରୁ ବାଦ ପଡିିଲେ କାର୍ଯ୍ୟନୁଷ୍ଠାନ

ଭଞ୍ଜନଗର,୨୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ମୁଖ୍ୟ ଉନ୍ନୟନ ଅଧିକାରିଣୀ ( ସିଡିଓ) ମଧୁସ୍ମିତା ସୋମବାର ଭଞ୍ଜନଗର ବ୍ଲକର ବିଭିନ୍ନ ଗ୍ରାମକୁ ଯାଇ ପ୍ରଧାନମନ୍ତ୍ରୀ ଆବାସ ଯୋଜନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image