ପ୍ରଥମ ତ୍ରୈମାସିକରେ ୧୦,୪୬୧କୋଟି ଲାଭ

ମୁମ୍ବାଇ,୧୦।୮: ଭାରତୀୟ ଜୀବନ ବୀମା ନିଗମ(ଲାଇଫ ଇନ୍‌ସ୍ୟୁରାନ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ବା ଏଲ୍‌ଆଇସି)ର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ନିଗମର କାରବାର ଓ ଆଗାମୀ କାର୍ଯ୍ୟକଳାପ ସାଙ୍ଗକୁ ୨୦୨୪-୨୫ ଆର୍ଥକ ବର୍ଷର ପ୍ରଥମ ତ୍ରୈମାସିକ ଫଳାଫଳ ମଧ୍ୟ ଘୋଷଣା କରାଯାଇଥିଲା। ଉଲ୍ଲେଖଯୋଗ୍ୟ, ୨୦୨୪-୨୫ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକ ଆର୍ଥିକ ଫଳାଫଳ ନିଗମ ପକ୍ଷରୁ ଘୋଷଣା କରାଯାଇଛି। ୨୦୨୪ ଜୁନ୍‌ ଶେଷ ସୁଦ୍ଧା ନିଗମର ଟିକସ ପରବର୍ତ୍ତୀ ଲାଭ ୧୦,୪୬୧ କୋଟି ଟଙ୍କା ରହିଥିଲାବେଳେ ଗତ ଆର୍ଥିକ ବର୍ଷର ସମାନ ଅବଧିରେ ନିଗମର ଲାଭ ୯୫୪୪ କୋଟି ଟଙ୍କା ଥିଲା। ୨୦୨୩-୨୪ ଆର୍ଥିକ ବର୍ଷର ଟିକସ ପରବର୍ତ୍ତୀ ଲାଭ ତୁଳନାରେ ୨୦୨୪-୨୫ ଆର୍ଥିକ ବର୍ଷର ଟିକସ ପରବର୍ତ୍ତୀ ଲାଭ ପ୍ରାୟ ୧୦% (୯.୬୧%) ଅଭିବୃଦ୍ଧି ଘଟିଛି। ସେହିଭଳି ନିଗମର ସମ୍ପୂର୍ଣ୍ଣ ବଜାର ଅଂଶ (ଓଭରାଲ ଶେୟାର) ୬୪.୦୨% ହୋଇଥିଲାବେଳେ ବ୍ୟକ୍ତିଗତ କାରବାର ୩୯.୨୭% ଏବଂ ଗ୍ରୁପ୍‌ କାରବାର ୭୬.୫୯%ରେ ପହଞ୍ଚତ୍ଛି। ଅପରପକ୍ଷରେ ଏଲ୍‌ଆଇସି ପ୍ରଥମ ତ୍ରୈମାସିକ ଶେଷ ସୁଦ୍ଧା ମୋଟ ୧,୧୩,୭୭ କୋଟି ଟଙ୍କାର ପ୍ରିମିୟମ ସଂଗ୍ରହ କରାଯାଇଥିଲାବେଳେ ଗତ ଆର୍ଥିକ ବର୍ଷର ସମାନ ଅବଧି ମଧ୍ୟରେ ମୋଟ ୯୮,୩୬୩ କୋଟି ଟଙ୍କାର ପ୍ରିମିୟମ ସଂଗ୍ରହ ହୋଇଥିଲା। ୨୦୨୩-୨୪ ଆର୍ଥିକ ବର୍ଷର ପ୍ରିମିୟମ ସଂଗ୍ରହ ପରିମାଣ ତୁଳନାରେ ୨୦୨୪-୨୫ ଆର୍ଥିକ ବର୍ଷର ପ୍ରିମିୟମ ସଂଗ୍ରହର ପରିମାଣ ପ୍ରାୟ ୧୬% (୧୫.୬୬%) ବୃଦ୍ଧି ପାଇଛି।
ଏ ସମ୍ପର୍କରେ ଏଲ୍‌ଆଇସିର ଏମ୍‌ଡି ତଥା ସିଇଓ ସିଦ୍ଧାର୍ଥ ମହାନ୍ତି କହିଥିଲେ, ଆମେ ଆମର ପ୍ରଥମ ତ୍ରୈମାସିକ ଫଳାଫଳ ଘୋଷଣାକରି ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଏହି ତ୍ରୈମାସିକରେ ଆମର କାରବାର ଉତ୍ସାହଜନକ ରହିଛି। ପ୍ରଥମ ତ୍ରୈମାସିକ ଶେଷ ସୁଦ୍ଧା ଆମର ବଜାର ଅଂଶ ୬୪.୦୨% ବୃଦ୍ଧି ପାଇଛି। ଗତ ବର୍ଷ ଏହି ସମାନ ଅବଧି ମଧ୍ୟରେ ଆମର ବଜାର ଅଂଶ ୬୧.୪୨% ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାସକୁ ୯୦୦୦ ଟଙ୍କା ରୋଜଗାର କରିବାକୁ ଚାହାନ୍ତି କି? ପୋଷ୍ଟ ଅଫିସର ଏହି ଯୋଜନା ଜବରଦସ୍ତ; ନିବେଶ କରି… 

ନୂଆଦିଲ୍ଲୀ,୨୬।୧୦: ଭାରତର ସର୍ବପୁରାତନ ଅନୁଷ୍ଠାନ ମଧ୍ୟରୁ ପୋଷ୍ଟ ଅଫିସ(ଡାକଘର) ଅନ୍ୟତମ। ଏହା ଡାକ ସମ୍ବନ୍ଧୀୟ ସୁବିଧା ମିଳିବା ସହିତ ବିନିଯୋଗ ଲାଗି ଆକର୍ଷଣୀୟ ବିକଳ୍ପ ପ୍ରଦାନ...

ଆଇଡିବିଆଇର ଆର୍ଥିକ ଫଳାଫଳ

ନୂଆଦିଲ୍ଲୀ,୨୬।୧୦: ଆଇଡିବିଆଇ ବ୍ୟାଙ୍କର ନିର୍ଦ୍ଦେଶକମଣ୍ଡଳୀ ଆଇଡିବିଆଇ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବ୍ୟାଙ୍କର ଆଗାମୀ କାର୍ଯ୍ୟକଳାପ ଓ ଚଳିତ...

ପ୍ରିମିୟମ ବ୍ରାଣ୍ଡ୍‌ ଉପରେ ଆକର୍ଷଣୀୟ ଅଫର

ନୂଆଦିଲ୍ଲୀ,୨୬।୧୦: ବର୍ତ୍ତମାନ ଆମାଜନ୍‌ ଗ୍ରେଟ୍‌ ଇଣ୍ଡିଆନ୍‌ ଫେଷ୍ଟିଭାଲ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଏପରିକି ଆମାଜନ୍‌.ଇନ୍‌ରେ ଭଲ ଅଫର, ବଡ଼ ସଞ୍ଚୟ, ବ୍ଲକ୍‌ ବଷ୍ଟର ମନୋରଞ୍ଜନ ଏବଂ...

ରିଲାଏନ୍ସ ଡିଜିଟାଲରେ ଫେଷ୍ଟିଭାଲ୍‌ ଅଫ୍‌ ଇଲେକ୍ଟ୍ରୋନିକ୍ସ

ମୁମ୍ବାଇ,୨୬।୧୦: ପ୍ରତି ବର୍ଷ ଭଳି ଚଳିତ ବର୍ଷ ଦୀପାବଳିରେ ମଧ୍ୟ ରିଲାଏନ୍ସ ଡିଜିଟାଲର ଇଲେକ୍ଟ୍ରୋନିକ୍ସ ମହୋତ୍ସବ ପାଳନ କରାଯାଉଛି। ଏପରିକି ରିଲାଏନ୍ସ ଡିଜିଟାଲର ବହୁ ପ୍ରତୀକ୍ଷିତ...

ଖିମ୍‌ଜୀ ଜୁଏଲର୍ସର ନୂତନ ଅଭିଯାନ

ଭୁବନେଶ୍ୱର,୨୬।୧୦ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ସର୍ବପୁରାତନ ଗହଣା ବ୍ରାଣ୍ଡ୍‌ ଖିମ୍‌ଜୀ ଜୁଏଲର୍ସର ନୂତନ ଅଭିଯାନ ‘ରୌନକ ୱାଲି ଦିୱାଲି’ର ଶୁଭାରମ୍ଭ...

ଦିନକରେ ନିବେଶକ ହରାଇଲେ ୬ଲକ୍ଷ କୋଟି

ମୁମ୍ବାଇ,୨୬।୧୦: କ୍ରମାଗତ ଭାବେ ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟୁଥିଲାବେଳେ ପୁଞ୍ଜିବଜାରର ନିବେଶକମାନେ ଆଶା ଆଶଙ୍କା ମଧ୍ୟରେ କାରବାର କରୁଛନ୍ତି। ଏପରିକି ଚଳିତ କାର୍ଯ୍ୟ...

ଟ୍ରେନ୍‌ରେ ମିଳୁଥିବା କମ୍ବଳ-ଚାଦର କେତେ ଥର ଧୂଆ ଯାଇଥାଏ? ରେଲଓ୍ବେ କଲା ଚମକାଇବା ଭଳି ଖୁଲାସା

ନୂଆଦିଲ୍ଲୀ,୨୫।୧୦: ଭାରତୀୟ ରେଳ ହେଉଛି ବିଶ୍ୱର ଚତୁର୍ଥ ବୃହତ୍ତମ ରେଳ ନେଟଓ୍ବାର୍କ। ପ୍ରତିଦିନ କୋଟି କୋଟି ଲୋକ ଭାରତୀୟ ଟ୍ରେନ୍‌ରେ ଯାତ୍ରା କରିଥାନ୍ତି। ଯଦି ଆପଣ...

ସର୍ବଭାରତୀୟ ସ୍ତରରେ ସେବା ଦିବସ ପାଳିତ, ସମାଜରେ ସକାରାତ୍ମକ ପରିବର୍ତ୍ତନ ଆଣିବା ଲକ୍ଷ୍ୟ: ଶାଲୁ ଜିନ୍ଦଲ

ନୂଆଦିଲ୍ଲୀ,୨୩।୧୦: ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ ପାୱାର (ଜେଏସ୍‌ପି)ର ସାମାଜିକ ପ୍ରତିଷ୍ଠାନ (ସଙ୍ଗଠନ) ଜିନ୍ଦଲ ଫାଉଣ୍ଡେଶନ ପକ୍ଷରୁ ଫାଉଣ୍ଡେଶନର ଅଧ୍ୟକ୍ଷା ତଥା ବିଶିଷ୍ଟ ସାମାଜିକ କର୍ମୀ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri