ଆନ୍ଦୋଳନକୁ ଓହ୍ଲାଇଲେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ: ରୋଗୀ ହନ୍ତସନ୍ତ

ଛତ୍ରପୁର,୧୧।୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ୧୦୮ ଆମ୍ବୁଲାନ୍ସ ସେବା ବନ୍ଦ ରହିଛି। ଫଳରେ ରୋଗୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳିଛି। ଏହି ସେବା ନ ମିଳିବାରୁ ବହୁ ଲୋକ ଅଟୋରେ ଭଡାକରି ଆସୁଥିବା ଦେଖିବାକୁ ମିଳିଛି l ରୋଗୀ ଓ ତାଙ୍କ ସମ୍ପର୍କୀୟମାନେ ଅଧିକ ଖର୍ଚ୍ଚାନ୍ତ ହେବାକୁ ପଡୁଛି। ଏପରିକି ସଠିକ ସମୟରେ ୧୦୮ ସେବା ନ ମିଳିଲେ ତେବେ ଜୀବନ ଚାଲିଯିବାର ମଧ୍ୟ୍ୟ ଆଶଙ୍କା ରହିଛି ବୋଲି ରୋଗୀଙ୍କ ସମ୍ପର୍କୀୟମାନେ କହିଛନ୍ତି। ଅନ୍ୟ ପକ୍ଷରେ ବିଭିନ୍ନ ଦାବି ନେଇ ୧୦୮ ଆମ୍ବୁଲାନ୍ସ କର୍ମଚାରୀମାନେ ଦାବିପତ୍ର ପ୍ରଦାନ କରିଥିଲେ l ଦାବି ପୁରଣ ନ ହେବାରୁ ୧୦୮ ଆମ୍ବୁଲାନ୍ସ କର୍ମଚାରୀମାନେ ଜିପିଏସ ସେବା ବନ୍ଦ କରି ଆନ୍ଦୋଳନ କରିଛନ୍ତି। ସେମାନେ ଜିପିଏସ ବନ୍ଦ କରି ସେବା ଯୋଗାଇବେ ବୋଲି କହିଛନ୍ତି। ଜିପିଏସ ବନ୍ଦ କରିଥିବାରୁ କଲ ଦେବା ପାଇଁ କମ୍ପାନୀ କର୍ତ୍ତୃପକ୍ଷ ଅନୁମତି ଦେଉ ନ ଥିବା ସେମାନେ କହିଛନ୍ତି। ଏପରିକି ୧୨ ଘଣ୍ଟା ଡ୍ୟୁଟି କରିବାକୁ ବିରୋଧ କରିବା ସହିତ ୧୦୦ ଜଣ କର୍ମଚାରୀଙ୍କୁ ଚାକିରିରୁ ଛଟେଇକୁ ପ୍ରତିବାଦ କରି ସେମାନେ ଆନ୍ଦୋଳନକୁ ଓହ୍ଲାଇଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ପ୍ରତି ୧୦ ଲକ୍ଷ ଜନସଂଖ୍ୟାରେ ୧୫ ବିଚାରପତି

ନୂଆଦିଲ୍ଲୀ, ୧୬।୪ (ପି.ଟି.):ଭାରତରେ ପ୍ରତି ୧୦ ଲକ୍ଷ ଜନସଂଖ୍ୟାରେ କେବଳ ୧୫ ଜଣ ବିଚାରପତି ରହିଛନ୍ତି। ମଙ୍ଗଳବାର ଜାରି ହୋଇଥିବା ‘ଇଣ୍ଡିଆ ଜଷ୍ଟିସ୍‌ ରିପୋର୍ଟ ୨୦୨୫’ରୁ...

ପୋଷାକକୁ ନେଇ ବିବାଦରେ ହ୍ବାଇଟ ହାଉସ୍‌ ପ୍ରେସ୍‌ ସେକ୍ରେଟାରି

ଓ୍ବାଶିଂଟନ, ୧୬।୪:ଆମେରିକା ଏବଂ ଚାଇନା ମଧ୍ୟରେ ଚାଲିଥିବା ବାଣିଜି୍ୟକ ଯୁଦ୍ଧ ସୋସିଆଲ ମିଡିଆରେ ପହଞ୍ଚିଛି। ଏକ ଖବରଦାତା ସମ୍ମିଳନୀରେ ହ୍ବାଇଟ ହାଉସ୍‌ ପ୍ରେସ୍‌ ସେକ୍ରେଟାରି କାରୋଲିନ...

ଶରଣକୁଳ ଥାନା ଏସ୍‌ଆଇଙ୍କୁ ଧରିଲା ଭିଜିଲାନ୍ସ: ମାମଲାରେ ସହଯୋଗ ପାଇଁ ଲାନେଉଥିଲେ…

ଭୁବନେଶ୍ୱର,୧୬।୪(ସତ୍ୟଜିତ୍‌ ରାଉତ): ଏକ ଆପରାଧିକ ମାମଲାରେ ସହଯୋଗ କରିବା ପାଇଁ ବିଚାରବିଭାଗୀୟ ହାଜତରେ ଥିବା ଜଣେ ଅଭିଯୁକ୍ତଙ୍କ ଝିଅଙ୍କଠୁ ୪ ହଜାର ଟଙ୍କା ଲାଞ୍ଚ ନେବାବେଳେ...

ନ୍ୟାଶନାଲ ହେରାଲ୍ଡ ମାମଲା: ସୋନିଆ, ରାହୁଲଙ୍କ ନାଁରେ ଇଡିର ଚାର୍ଜଶିଟ୍‌

ନୂଆଦିଲ୍ଲୀ,୧୬।୪:ନ୍ୟାଶନାଲ ହେରାଲ୍ଡ ମନିଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସ୍ବତନ୍ତ୍ର ଅଦାଲତରେ ଚାର୍ଜଶିଟ୍‌ ଦାଖଲ କରିଛି। ଉକ୍ତ ଚାର୍ଜଶିଟ୍‌ରେ କଂଗ୍ରେସ ଏମ୍‌ପି ସୋନିଆ ଗାନ୍ଧୀ, ରାହୁଲ...

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଢେଙ୍କାନାଳ,୧୬।୪(ରତନ ନାୟାର): ଢେଙ୍କାନାଳ ଜିଲା ଆଠମଲ୍ଲିକ ସହକାରୀ ନିର୍ବାହୀ ଯନ୍ତ୍ରୀ ରାମଚନ୍ଦ୍ର ଶତପଥୀଙ୍କ ଘରେ ବୁଧବାର ଭିଜିଲାନ୍ସ ଚଢ଼ାଉ ହୋଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ...

ବିଭିନ୍ନ ଦାବି ନେଇ କଂଗ୍ରେସର ମଶାଲ ଶୋଭାଯାତ୍ରା

ଭଞ୍ଜନଗର,୧୬।୪(ବାବୁଲା ପ୍ରଧାନ):ସୋରଡା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସୋରଡ଼ା ଏବଂ ବେଲଗୁଣ୍ଠାରେ କଂଗ୍ରେସ ପକ୍ଷରୁ ମଙ୍ଗଳବାର ରାତିରେ ମଶାଲ ଶୋଭାଯାତ୍ରା ଅନୁଷ୍ଟିତ ହୋଇଥିଲା। ନାରୀ ସୁରକ୍ଷା ଓ...

SHG ମହିଳାଙ୍କ ପାଇଁ ଖୁସି ଖବର: ବିନା ସୁଧରେ ସରକାର ଦେବେ ୧୦ ଲକ୍ଷ ଟଙ୍କା ଋଣ

ଭୁବନେଶ୍ୱର, ୧୫ା୪(ସୁନିତ୍‌ ମିଶ୍ର):ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ(ଏସ୍‌ଏଚ୍‌ଜି)ଗୁଡ଼ିକ ପାଇଁ ସୁଧମୁକ୍ତ ଋଣ ବ୍ୟବସ୍ଥାକୁ ରାଜ୍ୟ ସରକାର ଜାରି ରଖିଲେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ...

ଅସହ୍ୟ ତାତି

ଆଧୁନିକ ଯନ୍ତ୍ରପାତି, କଳକାରଖାନା ଓ ଯାନବାହନରୁ ବାହାରୁଥିବା ଅଙ୍ଗାରକାମ୍ଳ ଓ ଧୂଅଁା ବାୟୁମଣ୍ଡଳକୁ ପ୍ରଦୂଷଣ କରିବାରେ ଲାଗିଛି। ଏହାଦ୍ୱାରା ବାୟୁମଣ୍ଡଳର ତାପମାତ୍ରା ମଧ୍ୟ ବୃଦ୍ଧି ହେବାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image