କନ୍ୟା ସନ୍ତାନକୁ ଜନ୍ମ ଦେଲେ ଦଶମ ଶ୍ରେଣୀ ଛାତ୍ରୀ: ଅଭିଯୁକ୍ତ ଥାନାରେ ଅଟକ

ଥୁଆମୂଳ ରାମପୁର,୧୭।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ଦଶମ ଶ୍ରେଣୀ ଛାତ୍ରୀ ମା’ ହେବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଏ ନେଇ ଛାତ୍ରୀଙ୍କ ପରିବାର ଲୋକେ ଥାନାର ଦ୍ୱାରସ୍ଥ ହୋଇ ନ୍ୟାୟ ଭିକ୍ଷା କରିଛନ୍ତି। ଛାତ୍ରୀଙ୍କ ସାନବାପା ଥାନାରେ କରିଥିବା ଅଭିଯୋଗ ଅନୁଯାୟୀ, ତାଙ୍କ ୧୬ ବର୍ଷୀୟା ଝିଆରୀ ବୁଧବାର ଅପରାହ୍ନରେ ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି।

ରାୟଗଡ଼ା ଜିଲା କାଶୀପୁର ଥାନା ମାଇକଞ୍ଚ ଗ୍ରାମର ନୀଳଧର ନାଏକ ନାମକ ଯୁବକ ବିବାହ ପ୍ରଲୋଭନ ଦେଖାଇ ଛାତ୍ରୀଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ସନ୍ତାନ ଜନ୍ମ ପରେ ଛାତ୍ରୀଙ୍କୁ ସାଙ୍ଗରେ ତାଙ୍କ ଘରକୁ ନେବା ଲାଗି କୁହାଯାଇଥିଲେ ମଧ୍ୟ ନୀଳଧର ଏଥିରେ ରାଜି ହୋଇ ନ ଥିଲେ। ବର୍ତ୍ତମାନ ଝିଅର ଭବିଷ୍ୟତ ନେଇ ପରିବାର ଚିନ୍ତିତ। ତାଙ୍କୁ ନ୍ୟାୟ ଦେବାକୁ ସେମାନେ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗ ଆଧାରରେ ପୋଲିସ ଏକ ମାମଲା (ନଂ.୧୭୨/୨୪) ରୁଜୁକରି ତଦନ୍ତ ଆରମ୍ଭ କରିଛି।

ଏହି ସମ୍ପର୍କରେ ତଦନ୍ତକାରୀ ଅଧିକାରୀ ରଶ୍ମି ରଞ୍ଜନ ବାଗଙ୍କୁ ପଚାରିବାରୁ ସେ କହିଥିଲେ, ଅଭିଯୁକ୍ତ ନିଳଧରଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରାଯାଉଛି। ଶୁକ୍ରବାର ପୀଡ଼ିତାଙ୍କ ମେଡିକାଲ ପରୀକ୍ଷା ପରେ ପୋକ୍ସୋ କୋର୍ଟରେ ମାଜିଷ୍ଟ୍ରେଟଙ୍କ ଆଗରେ ବୟାନ ନିଆଯିବ ଏବଂ ତଦନୁସାରେ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ତଦନ୍ତକାରୀ ଅଧିକାରୀ ସୂଚନା ଦେଇଛନ୍ତି। ଅନ୍ୟପକ୍ଷେ ନାବାଳିକା ଛାତ୍ରୀ ଓ ତାଙ୍କ ଶିଶୁକନ୍ୟାକୁ ସରକାରଙ୍କ ତରଫରୁ ଥଇଥାନ କରିବା ପାଇଁ ପରିବାର ଓ ଗ୍ରାମବାସୀଙ୍କ ପକ୍ଷରୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋଇ ନ ଥିବା ପ୍ରକଳ୍ପ କାମ ଶୀଘ୍ର ଆରମ୍ଭ କର

ଭବାନୀପାଟଣା,୧୭ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଗୁରୁବାର ପଞ୍ଚାୟତିରାଜ ଓ ପାନୀୟ ଜ ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ...

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

ଅକ୍ଟୋବର ୨୧, ୨୮ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: କରିବାକୁ ହେବ ଆଗୁଆ ପଞ୍ଜୀକରଣ

ଭୁବେନେଶ୍ୱର,୧୭।୧୦: ଅକ୍ଟୋବର ୨୧ ଏବଂ ୨୮ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ୧୮ତାରିଖ ପୂର୍ବାହ୍ନ ୧୧ରୁ ଆଗୁଆ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହେବ।...

ସ୍ତ୍ରୀ, ଶାଶୁଙ୍କୁ ହତ୍ୟା କରି ଫିଙ୍ଗିଥିଲେ: ଖପୁରି ହାଡ଼ ଟାଣି ଖାଉଥିଲା କୁକୁର

ବାସୁଦେବପୁର,୧୭।୧୦(ନାରାୟଣ ପ୍ରସାଦ ବାରିକ୍‌):  ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମୁଣ୍ଡା ପଞ୍ଚାୟତର ପାଞ୍ଚଘେରିଆ ଗାଁରେ ଯୋର ନିକଟରୁ ଅଖା ବସ୍ତାରୁ ମଣିଷ ଖପୁରି ହାଡ଼...

ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ମୃତ୍ୟୁ ମାମଲା: ହତ୍ୟା ଅଭିଯୋଗ ଆଣିଲେ ଭଉଣୀ 

ବାରିପଦା,୧୭ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଖଇରବଣିଠାରେ ବେତନଟୀ ବସ୍‌ଷ୍ଟାଣ୍ଡ ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ବେହେରାଙ୍କ ମୃତ୍ୟୁ ଘଟଣାରେ ପୋଲିସର...

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼

ଯାଜପୁର,୧୭ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନ ମଣ୍ଡଳିରେ ରାଜନୈତିକ ଆକ୍ରୋଶ କ୍ରମଶଃ ବଢିବାରେ ଲାଗିଛି। ବିଜେଡି, ଭାଜପା ଓ ସ୍ବାଧୀନ ବିଧାୟକ ସମର୍ଥକଙ୍କ ମଧ୍ୟରେ...

ପାଣ୍ଡିଆନ୍‌ଙ୍କ ଗୁମର ଖୋଲିଲେ ପ୍ରସନ୍ନ ପାଟ୍ଟଶାଣୀ: ବିଜୁ ପଟ୍ଟନାୟକ-ଗୀତା ମେହେଟ୍ଟାଙ୍କୁ ନେଇ କଲେ ବଡ଼ ଖୁଲାସା

ଭୁବନେଶ୍ୱର,୧୭।୧୦: ଗତ ନିର୍ବାଚନରେ ବିଜେଡିର ପରାଜୟ ପରେ ଦଳରେ ଥିବା ଓ ଅନ୍ୟ ଦଳକୁ ଯାଇଥିବା ବରିଷ୍ଠ ନେତାମାନେ ଜଣକ ପରେ ଜଣେ ବୟାନ ଦେଉଛନ୍ତି।...

ନଷ୍ଟ କରାଗଲା ୧ କୁଇଣ୍ଟାଲ ଆଇସ୍‌କ୍ରିମ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ବିନା ଲାଇସେନ୍ସ ଏବଂ ଅସ୍ବାସ୍ଥ୍ୟକର ପରିବେଶରେ ଆଇସ୍‌କ୍ରିମ୍‌ ପ୍ରସ୍ତୁତ କରି ମାର୍କେଟକୁ ବିକ୍ରି ପାଇଁ ପଠାଯାଉଥିଲା। ଆଇସ୍‌କ୍ରିମ୍‌ ପ୍ୟାକେଟ୍‌ ଉପରେ ବ୍ୟାଚ୍‌ ନମ୍ବର,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri