୧୧.୫ କୋଟି ପାନ୍ କାର୍ଡ ବନ୍ଦ କଲେ ସରକାର, ଏବେ ଦେବାକୁ ପଡ଼ିବ ଭାରି ଜରିମାନା

ନୂଆଦିଲ୍ଲୀ,୧୦।୧୧: କେନ୍ଦ୍ର ସରକାର ୧୧.୫ କୋଟି ପାନ କାର୍ଡ ବନ୍ଦ କରି ଦେଇଛନ୍ତି। ପାନ କାର୍ଡରେ ଆଧାର କାର୍ଡ ଲିଙ୍କ ନ କରିବାରୁ ଏହି ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ସରକାର। ଏକ ଆରଟିଆଇ ଜବାବରେ ସେଣ୍ଟ୍ରାଲ ବୋର୍ଡ ଅଫ ଡାଇରେକ୍ଟ ଟାକ୍ସଚେଞ୍ଜ(ସିବିଡି଼ଟି) ସୂଚନା ଦେଇଛନ୍ତି ଯେ, ପାନ କାର୍ଡ ସହିତ ଆଧାର କାର୍ଡ ଲିଙ୍କ କରିବାର ସମୟ ସିମନରେ ୩୦ ଜୁନ ଥିଲା। ଯେଉଁ ଲୋକମାନେ ଏହି ସମୟସୀମା ମଧ୍ୟରେ ଦୁଇ କାର୍ଡ଼ର ଲିଙ୍କ କରି ନଥିଲେ ସେମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି।

ଦେଶରେ ବର୍ତମାନ ପନକାର୍ଡ ସଂଖ୍ୟା ୭୦.୨୪ କୋଟି ଟଙ୍କାରେ ପହଞ୍ଚିଛି। ଏଥିରୁ ୫୭.୨୪ କୋଟି ଲୋକେ ପାନ କାର୍ଡକୁ ଆଧାର କାର୍ଡ ସହିତ ଲିଙ୍କ କରିଛନ୍ତି। ପ୍ରାୟ ୧୨ କୋଟି ଲୋକେ ଧାର୍ଯ୍ୟ ସମୟସୀମା ମଧ୍ୟରେ ଏହି ପ୍ରକ୍ରିୟାକୁ ପାଳନ କରିନାହାନ୍ତି। ଏଥିରୁ ୧୧.୫ କୋଟି କାର୍ଡ ଦିଆକ୍ଟିଭେଟ କରିଦିଆଯାଇଛି।

ଏହି ଆରଟିଆଇ ମଧ୍ୟପ୍ରଦେଶର ଆରଟିଆଇ କାର୍ଯ୍ୟକର୍ତ୍ତା ଚନ୍ଦ୍ରଶେଖର ଗୌରଙ୍କ ଦ୍ୱାରା ଦାଖଲ କରାଯାଇଥିଲା। ଏହାର ଜବାବରେ ସୂଚନା ଦିଆଯାଇଥିଲା ଯେ ନୂତନ ପ୍ୟାନ କାର୍ଡ ତିଆରି କରିବା ସମୟରେ ଆଧାର ସହିତ ସଂଯୁକ୍ତ। ଯେଉଁମାନେ ଜୁଲାଇ ୧, ୨୦୧୭ ପୂର୍ବରୁ ପାନ୍ କାର୍ଡ ତିଆରି କରିଥିଲେ ସେମାନଙ୍କ ପାଇଁ ଏହି ନିର୍ଦ୍ଦେଶ ଜାରି କରାଯାଇଥିଲା।

ଆୟକର ଅଧିନିୟମର ଧାରା ୧୩୯ଏଏ ଅନୁଯାୟୀ, ପାନ୍ କାର୍ଡ ଏବଂ ଆଧାରକୁ ଲିଙ୍କ୍ କରିବା ବାଧ୍ୟତାମୂଳକ କରାଯାଇଛି। ଏହି ଆଦେଶ ଅନୁଯାୟୀ, ଯେଉଁମାନେ ପାନ୍-ଆଧାର ଲିଙ୍କ୍ ପାଇବାରେ ବିଫଳ ହୁଅନ୍ତି, ସେମାନେ ୧୦୦୦ ଟଙ୍କା ଜୋରିମାନା ଦେଇ ସେମାନଙ୍କ କାର୍ଡକୁ ପୁଣିଥରେ ସକ୍ରିୟ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

‘ମନ୍‌ କି ବାତ୍‌’ରେ ମୋଟୁ-ପତ୍‌ଲୁ, ଛୋଟା ଭୀମ୍‌ କଥା କହିଲେ ମୋଦି, କାରଣ ଜାଣିଲେ…

ନୂଆଦିଲ୍ଲୀ,୨୭ା୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମର ୧୧୫ତମ ପର୍ଯ୍ୟାୟରେ ତାଙ୍କ ଜୀବନର ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତଗୁଡ଼ିକୁ ମନେ ପକାଇଛନ୍ତି। ମୋଦି କହିଛନ୍ତି, ସେ...

ଷ୍ଟେଶନରେ ଦଳାଚକଟା, ୯ ଆହତ

ମୁମ୍ବାଇ,୨୭ା୧୦: ଦେଶର ବିଭିନ୍ନ ସ୍ଥାନରୁ ଲୋକମାନେ ଦୀପାବଳି ଏବଂ ଛଟ୍‌ପୂଜା ପାଇଁ ନିଜ ଘରକୁ ଯାଉଛନ୍ତି।  କିଛି ଲୋକ ମାସେ ପୂର୍ବରୁ ଟିକେଟ୍‌ ବୁକିଂ କରିଥିଲେ,...

୬୯୯ଟଙ୍କାରେ ମିଳୁଛି ଜିଓ ଭାରତ ୪ଜି ଫୋନ୍‌

ମୁମ୍ବାଇ,୨୭।୧୦ (ଅଭୟ ଦାଶ): ରିଲାଏନ୍ସ ଜିଓର ବହୁ ପ୍ରତୀକ୍ଷିତ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକିି ଏହି ସୀମିତ ସମୟ ଅଫର ମଧ୍ୟରେ ଆଶାୟୀ ଉପଭୋକ୍ତାମାନେ...

ପଶ୍ଚିମବଙ୍ଗ ଶିକ୍ଷକ ନିଯୁକ୍ତିରେ ଦୁର୍ନୀତି: ୧୬୩ କୋଟି ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତ କଲା ଇଡି

ନୂଆଦିଲ୍ଲୀ,୨୬ା୧୦: ପଶ୍ଚିମବଙ୍ଗ ସ୍କୁଲ୍‌ ସେବା ଆୟୋଗ (ଡବ୍ଲ୍ୟୁବିଏସ୍‌ଏସ୍‌ସି) ଦ୍ୱାରା ଗ୍ରୁପ୍‌ ସି ଏବଂ ଡି କର୍ମଚାରୀ ନିଯୁକ୍ତିରେ ବ୍ୟାପକ ଦୁର୍ନୀତି ହୋଇଥିଲା। ଏହାର ମନିଲଣ୍ଡରିଂ ଦିଗ...

ଭାରତ-ଚାଇନା ଚୁକ୍ତିକୁ ନେଇ ଜୟଶଙ୍କର କହିଲେ ସଫଳତା ପଛରେ…

ପୁଣେ,୨୬ା୧୦: ଦୀର୍ଘ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ପୂର୍ବ ଲଦାଖ ଅନ୍ତର୍ଗତ ଏଲ୍‌ଏସିରେ ଲାଗି ରହିଥିବା ଅଚଳାବସ୍ଥା ଦୂର ପାଇଁ ଉଭୟ ଭାରତ ଓ...

ଖାଲିଟାରେ ଗର୍ଜୁ ନାହାଁନ୍ତି ଗିରିରାଜ…

ପାଟନା,୨୬।୧୦: ବିହାରରେ ଯେଉଁ ଆଡେ ନଜର ପକାଇଲେ ଦେଖିବେ, ଆଜିକାଲି କେବଳ ଭାଜପାର ଫାୟାର ବ୍ରାଣ୍ଡ ନେତା ତଥା କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂଙ୍କ ‘ହିନ୍ଦୁ...

ଭାରତ ଆଡକୁ କାହିଁକି ଆକର୍ଷିତ ହେଉଛି ବିଶ୍ୱ? ଜୟଶଙ୍କର ଦେଲେ ଏମିତି ଜବାବ

ପୁଣେ,୨୬।୧୦: ଶନିବାର ଅର୍ଥାତ୍‌ ଅକ୍ଟୋବର ୨୬ରେ ପୁଣେରେ ଛାତ୍ରମାନଙ୍କ ସହ କଥାବାର୍ତ୍ତା ବେଳେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ ଜୟଶଙ୍କର କହିଛନ୍ତି ଯେ ଆଜି...

ବାବା ସିଦ୍ଦିକୀ ହତ୍ୟାକାଣ୍ଡର ଖୋଲିଲା ବଡ଼ ଗୁମର, ପୋଲିସ କହିଲା କିଏ ମାମଲାର ମୋଷ୍ଟ ଓ୍ବାଣ୍ଟେଡ

ମୁମ୍ବାଇ,୨୬।୧୦: ବରିଷ୍ଠ ଏନସିପି ନେତା ବାବା ସିଦ୍ଦିକୀଙ୍କ ହତ୍ୟା ମାମଲାରେ ଏକ ବଡ଼ ଥା ସାମ୍ନାକୁ ଆସିଛି। ଏହି ହତ୍ୟା ମାମଲାରେ ମୁମ୍ବାଇ କ୍ରାଇମ ବ୍ରାଞ୍ଚ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri