ମଝି ସମୁଦ୍ରରେ ୧୧ ଡଙ୍ଗା: ଫେରାଇ ଆଣିବାକୁ ମୁଖ୍ୟମନ୍ତ୍ରୀ ଦେଲେ ନିର୍ଦ୍ଦେଶ

ଭୁବନେଶ୍ୱର,୨୧।୧୦: ଲୋକସେବା ଭବନରେ ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଅପରାହ୍ନରେ ସମୀକ୍ଷା କରିଛନ୍ତି। ବୈଠକରେ ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ସରକାର ପ୍ରସ୍ତୁତ ରହିଥିବା କୁହାଯାଉଛି। ଲୋକଙ୍କୁ ଭୟଭୀତ ନ ହେବାକୁ ସରକାରଙ୍କ ତରଫରୁ ପରାମର୍ଶ ଦିଆଯାଇଛି। ବୈଠକରେ ରାଜସ୍ବ ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ଏସ୍‌ଆର୍‌ସିଙ୍କ ସହ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀ ମଝି ସମୁଦ୍ରରେ ରହିଥିବା ୧୧ଟି ଡଙ୍ଗାର ସୂଚନା ପାଇ ଉଦ୍‌ବେଗ ପ୍ରକାଶ କରିଥିଲେ।

ସମୁଦ୍ରରେ ପୁରୀର ୨, ଜଗତ୍‌ସିଂହପୁରର ୯ ଡଙ୍ଗା ରହିଥିବା ଜଣାପଡିଛି। ତୁରନ୍ତ ଡଙ୍ଗାକୁ କୂଳକୁ ଫେରାଇ ଆଣିବା ଲାଗି ମୁଖ୍ୟମନ୍ତ୍ରୀ ବାତ୍ୟା ସ୍ଥିତିର ସମୀକ୍ଷା ବେଳେ ନିର୍ଦ୍ଦେଶ ଦେଇଛନ୍ତି। ଘଟଣା ଉପରେ ନଜର ରଖିବାକୁ ମତ୍ସ୍ୟ ଓ ପଶୁ ସମ୍ପଦ ସଚିବଙ୍କୁ କୁହାଯାଇଛି।

ସୂଚନାଯୋଗ୍ୟ, ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଓ ପୁରୀ ଏବଂ ପଶ୍ଚିମବଙ୍ଗର ସାଗର ଦୀପପୁଞ୍ଜ ମଧ୍ୟରେ ବାତ୍ୟା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାର ପ୍ରଭାବରେ ଉପକୂଳବର୍ତ୍ତୀ ଜିଲାଗୁଡିକ ସହିତ କିଛି ଆଭ୍ୟନ୍ତରୀଣ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୦୦ରୁ ୧୨୦ କି.ମି. ରହିପାରେ ବୋଲି ପୂର୍ବାନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଖୋଜର ୧୬ ଦିନ ପରେ ନାଳରୁ ମିଳିଲା ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ

ଝରିଗାଁ,୨୩ା୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାା ଝରିଗାଁ ଥାନା ଅର୍ନ୍ତଗତ ଗୁରୁସିଙ୍ଗା ଜଙ୍ଗଲ ମଧ୍ୟରେ ରହିଥିବା ଶୁଷ୍କ ନାଳ ମଧ୍ୟରୁ ସ୍ଥାନୀୟ ପୋଲିସ ଏକ ଗଳିତ...

ଅଫ୍‌ଲାଇନ୍‌ରେ ବାଲିଯାତ୍ରା ଷ୍ଟଲ୍‌ ପଞ୍ଜୀକରଣ ସ୍ଥଗିତ

କଟକ,୨୩ା୧୦: ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି କଟକ ବାଲିଯାତ୍ରାରେ ଷ୍ଟଲ୍‌ ଖୋଲିବା ନିମନ୍ତେ ପ୍ଲଟ୍‌ ପଞ୍ଜୀକରଣ ଦୁଇ ଦିନ ପାଇଁ ବନ୍ଦ ରଖାଯିବାକୁ ନିଷ୍ପତ୍ତି...

ଘରେ ପଶି ସୁନାଗହଣା ଲୁଟି ନେଇଥିଲେ ୩ ନାବାଳକ, ଚୋରିର ଏମିତି ପର୍ଦ୍ଦାଫାଶ କଲା ପୋଲିସ

ଦିଗପହଣ୍ଡି/ପାଟପୁର,୨୩ା୧୦(ଅଶେଷ ନାଥ ମିଶ୍ର/ସୀମାଞ୍ଚଳ ସାହୁ): ଗଞ୍ଜାମ ଜିଲା ପାଟପୁର ଥାନା ନୂଆଗଡ଼ ଗ୍ରାମରେ ଗତ ୯ ତାରିଖ ସାରେ ଘରେ ପଶି ସୁନାଗହଣା ଲୁଟ୍‌ ଘଟଣାର...

ବାତ୍ୟା ‘ଦାନା’ ପ୍ରଭାବ, ଏସବୁ ଜିଲାରେ ମଦ ଦୋକାନ ବନ୍ଦ କରିବାକୁ ସରକାରଙ୍କ ନିଷ୍ପତ୍ତି

ଭୁବନେଶ୍ୱର,୨୩।୧୦: ବାତ୍ୟା ପ୍ରଭାବିତ ଜିଲାରେ ମଦ ଦୋକାନ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି ଓଡ଼ିଶା ସରକାର। ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର...

ବାତ୍ୟା ମୁକାବିଲା ପ୍ରସ୍ତୁତିର ତଦାରଖ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩ା୧୦: ବୁଧବାର ବାତ୍ୟା ମୁକାବିଲା ପ୍ରସ୍ତୁତିର ତଦାରଖ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉକ୍ତ ବୈଠକରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସହିତ ମୁଖ୍ୟ...

ମହିଳା କମିଶନ ଭଙ୍ଗ କଲେ ସରକାର

ଭୁବନେଶ୍ୱର,୨୩ା୧୦: ରାଜ୍ୟ ସରକାର ବୁଧବାର ମହିଳା କମିଶନ ଭଙ୍ଗ କରିଛନ୍ତି। ସରକାର ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷାଙ୍କୁ ଦାୟିତ୍ୱରୁ ହଟାଇବା ସହ ଅନ୍ୟ ସଦସ୍ୟମାନଙ୍କୁ ମଧ୍ୟ...

ବିଲକୁ ଯାଇଥିବାବେଳେ ଆକ୍ରମଣ କଲା ବାର୍‌ହା, ଚାଲିଗଲା ମହିଳାଙ୍କ ଜୀବନ

ଛତ୍ରପୁର,୨୩ା୧୦(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ପୋଟଲାମପୁର ଗାଁରେ ବାର୍‌ହା ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତ ମହିଳାଙ୍କ ନାମ ଶୋଭା...

ଓଡ଼ିଶା ରେଞ୍ଜକୁ ପସିଲା ବାତ୍ୟା! ରାତିରେ ୧୦୦ ଛୁଇଁବ ପବନ, ମାଡି ଆସିବ ଜୁଆର…

ଭୁବନେଶ୍ୱର,୨୩।୧୦: ଭୀଷଣ ବେଗରେ ସ୍ଥଳଭାଗଆଡକୁ ମାଡି ଆସୁଛି ବାତ୍ୟା ‘ଦାନା’। ଘଣ୍ଟାପ୍ରତି ୧୨ କିମି ବେଗରେ ଉତ୍ତର ପଶ୍ଚିମ ଦିଗରେ ବାତ୍ୟା ଗତି କରୁଛି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri