ଦୁଗ୍ଧଚାଷୀଙ୍କୁ ୧୧ କୋଟିର ସହାୟତା

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଓମ୍‌ଫେଡ ଦୁଗ୍ଧଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ୧୧ କୋଟି ଟଙ୍କାର କୋଭିଡ୍‌ ସହାୟତା ଘୋଷଣା କରିଛନ୍ତି। ପ୍ରତ୍ୟେକ ଦୁଗ୍ଧଚାଷୀଙ୍କୁ ଗୋଖାଦ୍ୟ ଖର୍ଚ୍ଚ ବାବଦ ସର୍ବାଧିକ ୬ ହଜାର ଟଙ୍କା ପର୍ଯ୍ୟନ୍ତ ସହାୟତା ଯୋଗାଇ ଦିଆଯିବ। ଏହାଦ୍ୱାରା ରାଜ୍ୟର ୧ ଲକ୍ଷ ୨୦ ହଜାର ଦୁଗ୍ଧଚାଷୀ ଉପକୃତ ହେବେ। ଏହି ଘୋଷଣା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କୋଭିଡ୍‌ ମହାମାରୀ ପରିପ୍ରେକ୍ଷୀରେ ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ ଚାହିଦାରେ ବଡ଼ ଧରଣର ହ୍ରାସ ଘଟିଥିବାରୁ ଏହା ଦୁଗ୍ଧଚାଷୀଙ୍କ ଜୀବିକାକୁ ଗୁରୁତର ଭାବରେ ପ୍ରଭାବିତ କରିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଦୁଗ୍ଧଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଏହା ଚାଷୀଙ୍କ ଆର୍ଥିକ ଉନ୍ନତିରେ ସହାୟକ ହେବ ବୋଲି ଆଶାପ୍ରକାଶ କରିଛନ୍ତି।

Share