ରାଜ୍ୟରେ ଆଖି ବୁଜିଲେ ଆଉ ୧୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୨।୯(ବ୍ୟୁରୋ): ରାଜ୍ୟରେ ବୁଧବାର ଆଉ ୧୧ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ଫଳରେ ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୧୪ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଗଞ୍ଜାମ ଜିଲାରୁ ସର୍ବାଧିକ ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଖୋର୍ଦ୍ଧାରୁ ୨ ରହିଛନ୍ତି। ସେହିପରି ପୁରୀ, ରାୟଗଡ଼ା, ସମ୍ବଲପୁର, ଜଗତ୍‌ସିଂହପୁର, ବାଲେଶ୍ୱର ଓ ଭଦ୍ରକ ଜିଲାରୁ ଜଣେ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Share