Advertisement

୧୧୧ ଦିନ ପରେ ସର୍ବନିମ୍ନ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୬।୭: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟାରେ ଲଗାମ୍‌ ଲାଗିଛି। ଦୈନିକ ସଂକ୍ରମଣ ଲଗାତାର ୨ଦିନ ଧରି ୪୦ ହଜାର ତଳେ ରହିଛି। ୧୧୧ ଦିନ ପରେ ଦୈନିକ ସଂକ୍ରମର ସର୍ବନିମ୍ନ ହୋଇଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩୪ ହଜାର ୭୦୩ ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୫୫୩ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୫୧ ହଜାର ୮୬୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ବଢ଼ିବାରେ ଲାଗିଛି। ଏହା ୯୭.୧୭ ପ୍ରତିଶତ ଛୁଇଁଛି। ଅପରପକ୍ଷରେ ୪ ଲକ୍ଷ ୬୪ ହଜାର ୩୫୭ ଜଣ ଚିକିତ୍ସିତ ହେଉଛନ୍ତି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୩ ହଜାର ୨୮୧ ଛୁଇଁଛି। ବର୍ତ୍ତମାନ ସୁଦ୍ଧା ୩୫ କୋଟି ୭୫ ଲକ୍ଷ ୫୩ ହଜାର ୬୧୨ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ଇତିମଧ୍ୟରେ ୪୧ କୋଟି ୯୭ ଲକ୍ଷ ୭୭ ହଜାର ୪୫୭ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share