ଦିନେ ବଢ଼ିଲେ ଦିନେ କମୁଛି: ରାଜ୍ୟରେ ଗତ ୨୪ଘଣ୍ଟାରେ ୧,୧୩୨ଆକ୍ରାନ୍ତ ଚିହ୍ନଟ, ଚିନ୍ତା ବଢ଼ାଉଛି ଖୋର୍ଦ୍ଧା-କଟକ

ଭୁବନେଶ୍ୱର,୧୪।୮(ବ୍ୟୁରୋ): ଗତ କିଛି ଦିନ ହେଲା ଓଡ଼ିଶାରେ କରୋନା ଗ୍ରାଫ୍‌ ସ୍ଥିର ରହୁଛି। ଦୈନିକ ସଂକ୍ରମଣ କେବେ ବଢ଼ୁଛି ତ ପୁଣି କେବେ କମୁଛି। ଇତିମଧ୍ୟରେ ଶୁକ୍ରବାର ରାଜ୍ୟରେ ୧,୧୯୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର ଏହି ସଂଖ୍ୟାରେ ହ୍ରାସ ଘଟିଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୧,୧୩୨ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୬୫୭ଜଣ କ୍ୱାରାଣ୍ଟାଇନ୍‌ରୁ ହୋଇଥିବା ବେଳେ ୪୭୫ଲୋକାଲ କେସ୍‌ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ୨୯ଟି ଜିଲାରୁ ନୂଆ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୪୧୦ଜଣ ରହିଛନ୍ତି। ସେହିପରି ଅନୁଗୋଳରୁ ୨୫, ବାଲେଶ୍ୱର ୭୦, ବରଗଡ଼ ୧୦, ଭଦ୍ରକ ୧୪, ବଲାଙ୍ଗୀର ୭, ବୌଦ୍ଧ ୪, କଟକ ୧୯୭, ଦେବଗଡ଼ ୪, ଢ଼େଙ୍କାନାଳ ୧୧, ଗଜପତି ୬, ଗଞ୍ଜାମ ୨, ଜଗତସିଂହପୁର ୪୨, ଯାଜପୁର ୨୯, ଝାରସୁଗୁଡ଼ା ୧, କଳାହାଣ୍ଡି ୭, କନ୍ଧମାଳ ୪, କେନ୍ଦ୍ରାପଡ଼ା ୨୭, କେନ୍ଦୁଝର ୧୫, କୋରାପୁଟ ୩, ମାଲକାନଗିରି ୧୦, ମୟୁରଭଞ୍ଜ ୪୦, ନବରଙ୍ଗପୁର ୧, ନୟାଗଡ଼ ୩୧, ପୁରୀ ୨୨, ରାୟଗଡ଼ା ୭, ସମ୍ବଲପୁର ୧୫, ସୁବର୍ଣ୍ଣପୁର ୧, ସୁନ୍ଦରଗଡ଼ ୨୩ ଓ ଷ୍ଟେଟ ପୁଲରୁ ୯୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଶନିବାର ନୂଆପଡ଼ାରୁ କୌଣସି ବି ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯,୯୩,୫୦୭ରେ ପହଞ୍ଚିଛି। ସେଥିମଧ୍ୟରୁ ୯,୭୫,୯୯୯ଜଣ ସୁସ୍ଥ ହୋଇଥିବା ବେଳେ ୧୦,୬୩୨ସକ୍ରିୟ ମାମଲା ରହିଥିବା ନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।

Share