Posted inଜାତୀୟ

ସତ୍‌ସଙ୍ଗରେ ଦଳାଚକଟା: ୧୧୬ ମୃତ

ହାଥରସ୍‌(ୟୁପି),୩ା୭: ଉତ୍ତରପ୍ରଦେଶର ହାଥରସ୍‌ ଜିଲାର ପୁଲରାଇ ଗ୍ରାମରେ ମଙ୍ଗଳବାର ଅପରାହ୍ନରେ ସତ୍‌ସଙ୍ଗ ଚାଲିଥିବାବେଳେ ଦଳାଚକଟା ଘଟି ୧୧୬ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରୁ ଅଧିକାଂଶ ମହିଳା ଓ ଛୋଟ ପିଲା। ଆହତମାନଙ୍କୁ ହାଥରସ୍‌ ଏବଂ ଇଟାହ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବାବେଳେ ସେମାନଙ୍କ ମଧ୍ୟରୁ କେତେଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା କରାଯାଉଛି। ଧର୍ମୀୟ କାର୍ଯ୍ୟକ୍ରମରେ ଅତ୍ୟଧିକ ଜନସମାଗମ ଯୋଗୁ ଏଭଳି ଅଭାବନୀୟ ଘଟଣା ଘଟିଥିବା କୁହାଯାଉଛି। ଭୋଲେ ବାବା ଭାବେ ପରିଚିତ ଆତ୍ମଘୋଷିତ ଗଡ୍‌ମ୍ୟାନ୍‌ ନାରାୟଣ ସାକର ହରିଙ୍କ ମାନବ ମଙ୍ଗଳ ମିଲନ ସଦ୍‌ଭାବନା ସମାଗମ କମିଟି ପକ୍ଷରୁ ଏହି ସତ୍‌ସଙ୍ଗର ଆୟୋଜନ କରାଯାଇଥିଲା।
୧୧୬ ଜଣଙ୍କ ମୃତ୍ୟୁ ଘଟିଥିବା ଆଲିଗଡ଼ କମିଶନ ଚୈତ୍ରା ଭି. ସ୍ପଷ୍ଟ କରିଛନ୍ତି। ସେମାନଙ୍କ ମଧ୍ୟରୁ ୨୭ ଜଣ ଇଟାହ ଜିଲାର। ଷ୍ଟାମ୍ପେଡ୍‌ରେ ୧୮ ଜଣ ଆହତ ହୋଇଥିବା ସେ କହିଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନିର୍ଦ୍ଦେଶକ୍ରମେ ଘଟଣାର ତଦନ୍ତ ପାଇଁ ଏକ କମିଟି ଗଢ଼ାଯାଇଛି। ମୃତକଙ୍କ ପରିବାରକୁ ୨ ଲକ୍ଷ ଏବଂ ଆହତମାନଙ୍କୁ ୫୦ ହଜାର ଟଙ୍କା ଆର୍ଥତ୍କ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଦଳାଚକଟାରେ ଏତେ ସଂଖ୍ୟାରେ ଲୋକଙ୍କ ଜୀବନ ଯିବା ଘଟଣାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକବ୍ୟକ୍ତ କରିବା ସହ ମୃତକମାନଙ୍କ ପରିବାରକୁ ସବବେଦନା ଜଣାଇଛନ୍ତି। ଏଥିସହିତ ସେମାନେ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। କେନ୍ଦ୍ର ସରକାର ରାଜ୍ୟକୁ ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଇଦେବେ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ମୁଖ୍ୟମନ୍ତ୍ରୀ ଆଦିତ୍ୟନାଥ କହିଛନ୍ତି, ବର୍ତ୍ତମାନ ଉଦ୍ଧାର ଓ ରିଲିଫ୍‌ କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ଚାଲିବା ସହ ଆହତମାନଙ୍କୁ ହସ୍ପିଟାଲରେ ଉପଯୁକ୍ତ ଚିକିତ୍ସା ଯୋଗାଇଦେବା ଲାଗି ସେ ନିର୍ଦ୍ଦେଶ ଦେଇଛନ୍ତି। ଘଟଣାସ୍ଥଳକୁ ରାଜ୍ୟ ମନ୍ତ୍ରୀ ଲକ୍ଷ୍ମୀନାରାୟଣ ଚୌଧରୀ ଏବଂ ସନ୍ଦୀପ୍‌ ସିଂ ଯାଇଥିବାବେଳେ ମୁଖ୍ୟ ଶାସନ ସଚିବ ଓ ପୋଲିସ ମହାନିର୍ଦ୍ଦେଶକ (ଡିଜିପି)ଙ୍କୁ ମଧ୍ୟ ସେଠାକୁ ପଠାଯାଇଛି। ପୋଲିସ କହିବା ଅନୁଯାୟୀ ସତ୍‌ସଙ୍ଗ କାର୍ଯ୍ୟକ୍ରମ ବେଳେ ଅତ୍ୟଧିକ ଗହଳି ଯୋଗୁ ଲୋକେ ଶ୍ୱାସରୁଦ୍ଧ ଭଳି ସ୍ଥିତି ଉପୁଜିଥିଲା। ଫଳରେ ଲୋକେ ସତ୍‌ସଙ୍ଗ ସ୍ଥଳ ଛାଡ଼ି ଦୌଡ଼ିବା ଆରମ୍ଭ କରିବାରୁ ଦଳାଚକଟା ହୋଇଥିଲା। ପ୍ରତ୍ୟକ୍ଷ ଦର୍ଶୀଙ୍କ କହିବା ଅନୁଯାୟୀ ଦଳାଚଳକଟା ବେଳର ଦୃଶ୍ୟ ଅତ୍ୟନ୍ତ ଭୟାବହ ଥିଲା। ସତ୍‌ସଙ୍ଗରେ ପ୍ରବଳ ଜନଗହଳି ହୋଇଥିଲା। ଏହା ସରିବା ପରେ ଲୋକେ ସଭାସ୍ଥଳ ଛାଡ଼ି ଏକ ସଂକୀର୍ଣ୍ଣ ପଥ ଦେଇ ବାହାରିଥିଲେ। ଏହି ସମୟରେ ହଠାତ୍‌ ହଇଚଇ ସୃଷ୍ଟି ହୋଇଥିଲା। ପ୍ରସ୍ଥାନ ରାସ୍ତା ଏକ ଡ୍ରେନ୍‌ ଉପରେ ନିର୍ମାଣ ହୋଇଥିଲା। ଜଣକ ପରେ ଜଣେ ଲୋକ ଡ୍ରେନ୍‌ ଭିତରକୁ ଖସିପଡ଼ିଥିଲେ ଓ ଦଳାଚକଟାରେ ଅନେକଙ୍କର ମୃତ୍ୟୁ ଘଟିଥିଲା ବୋଲି ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି।
ପଶ୍ଚିମ ୟୁପିର ଭୋଲେ ବାବା ଖୁବ୍‌ ଲୋକପ୍ରିୟ, ଯାହାଙ୍କ ପ୍ରବଚନ ଶୁଣିବା ପାଇଁ ବିଭିନ୍ନ ରାଜ୍ୟରୁ ହଜାର ହଜାର ଲୋକ ଏକତ୍ରିତ ହୋଇଥାନ୍ତି। ତାଙ୍କର ପ୍ରକୃତ ନାମ ସୂରଜପାଲ ହୋଇଥିବାବେଳେ ଲୋକେ ତାଙ୍କୁ ହରି ଭୋଲେ ବାବା ଭାବେ ଜାଣନ୍ତି। କାସଗଞ୍ଜର ପଟିୟାଲି ଗ୍ରାମରେ ରହୁଥିବା ବାବାଙ୍କର ସେଠାରେ ଏକ ଆଶ୍ରମ ରହିଛି। ସେ ୧୮ ବର୍ଷ ପୂର୍ବରୁ ପୋଲିସ ଚାକିରି କରିଥିଲେ। ୨୦୦୬ରେ ସେ ଚାକିରିରୁ ସ୍ବେଚ୍ଛାକୃତ ଅବସର ନେଇ ବୁଲି ବୁଲି ଭଗବାନଙ୍କ ଭକ୍ତିର ପ୍ରସାର କରିଥିଲେ। ଧୀରେ ଧୀରେ ସେ ସତ୍‌ସଙ୍ଗ ଆୟୋଜନ କରିବା ସହ ଉତ୍ତରପ୍ରଦେଶରେ ବେଶ୍‌ ଲୋକପ୍ରିୟ ହୋଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ୟୁପି ମର୍ମନ୍ତୁଦ ଦୁର୍ଘଟଣା: ମୃତକଙ୍କ ପରିବାର ପାଇଁ ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ମିର୍ଜାପୁର,୪ା୧୦: ଉତ୍ତରପ୍ରଦେଶର ମିର୍ଜାପୁରରେ  ଶ୍ରମିକମାନଙ୍କୁ ନେଇ ଯାଉଥିବା ଏକ ଟ୍ରାକ୍ଟରକୁ ଟ୍ରକ୍‌ ଧକ୍କା ଦେବାରୁ ୧୦ ଜଣଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ୩ ଜଣ...

ଲଗେଜ୍‌ ହଜାଇ ଦେଲେ ଅନୁଷ୍କା ଶଙ୍କର: ସହାର୍ଯ୍ୟ ପାଇଁ କରିଥିଲେ…

ନୂଆଦିଲ୍ଲୀ,୪ା୧୦: ଖ୍ୟାତନାମା ସିତାର ବାଦକ ଅନୁଷ୍କା ଶଙ୍କର ଜର୍ମାନୀର ବର୍ଲିନ୍‌ରେ ତାଙ୍କ ଲଗେଜ୍‌ ହଜାଇ ସାହାଯ୍ୟ ପାଇଁ ଚିତ୍କାର କରୁଥିବା ଦେଖାଯାଇଥିଲା, ଯାହା ଅନେକ ସୋସିଆଲ...

ମହାରାଷ୍ଟ୍ରରେ ଯୁବତୀଙ୍କୁ ଗଣବଳାତ୍କାର

ପୁଣେ,୪ା୧୦: ମହାରାଷ୍ଟ୍ରର ପୁଣେରେ ଜଣେ ୨୧ ବର୍ଷୀୟା ଯୁବତୀଙ୍କୁ ୩ ଜଣ ଯୁବକ ଗଣବଳାତ୍କାର କରିଛନ୍ତି। ଯୁବତୀ ଜଣକ ତାଙ୍କର ବନ୍ଧୁଙ୍କ ସହ ବୋପଦେବ ଘାଟ...

ବଡ଼ଧରଣର ଏନ୍‌କାଉଣ୍ଟର: ଗଡ଼ିଲା ଗୋଟିଏ ପରେ ଗୋଟିଏ ମାଓବାଦୀଙ୍କ ମୁଣ୍ଡ

ଦାନ୍ତଓ୍ବୋଡ଼ା,୪।୧୦: ଓଡ଼ିଶା ସିମାନ୍ତ ଛତିଶଗଡ଼ ଦାନ୍ତେୱାଡ଼ାରେ ଶୁକ୍ରବାର ସୁରକ୍ଷା କର୍ମୀଙ୍କୁ ଏକ ବଡ଼ଧରଣର ସଫଳତା ମିଳିଛି। ସୁରକ୍ଷା କର୍ମୀଙ୍କ ଏନ୍‌କାଉଣ୍ଟରରେ ୩୬ଜଣ ମାଓବାଦୀ ନିହତ ହୋଇଥିବା...

ଏନସିପିର ଏକମାତ୍ର ବିଧାୟକ ଏବେ ଭାଜପାରେ

ରାଞ୍ଚି,୪।୧୦: ଝାଡ଼ଖଣ୍ଡ ଏନସିପି (ଅଜିତ ପାୱାର) ବିଧାୟକ ତଥା ଦଳର ରାଜ୍ୟ ସଭାପତି କମଲେଶ କୁମାର ସିଂ ଶୁକ୍ରବାର ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି।...

ବଡ଼ ଭବିଷ୍ୟବାଣୀ: ମୁଖ୍ୟମନ୍ତ୍ରୀ ନୁହେଁ ପ୍ରଧାନମନ୍ତ୍ରୀ ହେବେ ପ୍ରଶାନ୍ତ କିଶୋର

ରୋହତାସ,୪।୧୦: ନିର୍ବାଚନ ରାଜନୀତିର ଚାଣକ୍ୟ ଭାବେ ବିବେଚିତ ପ୍ରଶାନ୍ତ କିଶୋର ଜନ ସୁରାଜ ନାମକ ଏକ ଦଳ ଘୋଷଣା କରିଛନ୍ତି। ପିକେଙ୍କ ଏହି ନିଷ୍ପତ୍ତିକୁ ନେଇ...

ନୀତୀଶ କୁମାରଙ୍କ ବଡ଼ ଘୋଷଣା: ବିଜୟା ଦଶମୀ ପୂର୍ବରୁ…

ପାଟନା,୪।୧୦: ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ବନ୍ୟା ପୀଡିତଙ୍କୁ ପ୍ରତ୍ୟେକଙ୍କୁ ୭ ହଜାର ଟଙ୍କା ଦିଆଯିବ। ଶୁକ୍ରବାର ଅପରାହ୍ନରେ...

୫ ହଜାର ନୁହେଁ ମହିଳାଙ୍କ ଖାତାକୁ ଯିବ ୫୦ହଜାର ଟଙ୍କା, ସରକାରଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ସରକାର ମହିଳାଙ୍କ ପାଇଁ ବହୁ କଲ୍ୟାଣକାରୀ ଯୋଜନା ଆରମ୍ଭ କରିଛନ୍ତି। ଏହା ଅଧୀନରେ କେନ୍ଦ୍ର ସରକାର ମହିଳା ସଶକ୍ତିକରଣ ଲକ୍ଷ୍ୟରେ ଆଉ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri