ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାଜ୍ୟରେ କମୁଛି ସଂକ୍ରମଣ। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୨ କରୋନା ସଂକ୍ରମଣ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବୟସର ପିଲା ୩ ଜଣ ରହିଛନ୍ତି। ସେହିପରି କ୍ୱାରାଣ୍ଟାଇନ୍ରୁ ୭ ଜଣ ଚିହ୍ନଟ ହୋଇଥିବା ବେଳେ ୫ ଜଣ ଲୋକାଲ କେସ୍ ରହିଛି। ଏ ନେଇ ଶନିବାର ରାଜ୍ୟ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆକ୍ରାନ୍ତଙ୍କ ମଧ୍ୟରେ କଟକରୁ ୩ ଜଣ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୨ ଜଣ ଅଛନ୍ତି। ସେହିପରି ବଲାଙ୍ଗୀର, ଯାଜପୁର, ନୂଆପଡା, ରାୟଗଡା, ସମ୍ବଲପୁର, ସୁନ୍ଦରଗଡ ଏବଂ ଷ୍ଟେଟ୍ ପୁଲ୍ରୁ ଜଣେ ଲେଖାଏ ଆକ୍ରାନ୍ତ ରହିଛନ୍ତି।