ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୨ କରୋନା ପଜିଟିଭ୍‌

ଭୁବନେଶ୍ୱର,୪।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୧୮ ବର୍ଷରୁ କମ୍‌ ପିଲାଙ୍କ ମଧ୍ୟରେ ଜଣେ ଚିହ୍ନଟ ହୋଇଛନ୍ତି। ସେହିପରି କ୍ୱାରାଣ୍ଟାଇନ୍‌ରୁ ୭ ଜଣ ଚିହ୍ନଟ ହୋଇଥିବା ବେଳେ ୫ ଜଣ ଲୋକାଲ କେସ ଚିହ୍ନଟ ହୋଇଛନ୍ତି। ଏ ନେଇ ଶନିବାର ରାଜ୍ୟ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ସୂଚନା ପକ୍ଷରୁ ସୂଚନା ଦିଆଯାଇଛି।
ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କଟକ, କେନ୍ଦ୍ରାପଡ଼ା ଏବଂ ନୂଆପଡ଼ାରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୬ ଜଣ ଚିହ୍ନଟ ହୋଇଛନ୍ତି।

Share