ରାଜଧାନୀରେ ହୁ ହୁ ହୋଇ ମାଡ଼ୁଛି କରୋନା: ଆଜି ୧୪ଶହ ଟପିଲା କରୋନା ଆକ୍ରାନ୍ତ ସଂଖ୍ୟା

ଭୁବନେଶ୍ୱର,୨୩।୭(ବ୍ୟୁରୋ): ରାଜଧାନୀରେ ଗୁରୁବାର ୧୨୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୯୩ କ୍ୱାରାଣ୍ଟାଇନ୍‌ କେସ୍‌ ରହିଥିବା ବେଳେ ୩୩ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୪୬୯କୁ ବୃଦ୍ଧି ପାଇଛି। ସେଥିରୁ ୮୦୫ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୬୫୧ ଆକ୍ଟିଭ୍‌ କେସ୍‌ ରହିଛି। ସେହିଭଳି ୧୧ଜଣଙ୍କ ମୃତ୍ୟୁ ଘଟିଥିବା ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଅପରାହ୍ନରେ ଟୁଇଟ୍‌ କରି ସୂଚନା ଦିଆଯାଇଛି।

Share