ସୃଷ୍ଟି ହେବ ୧୨୭୩ ଇଞ୍ଜିନିୟରିଂ ପଦବୀ

ଭୁବନେଶ୍ୱର,୧୬ା୯(ଅନିଲ ଦାସ): ଓଡ଼ିଶା ଇଞ୍ଜିନିୟରିଂ ସର୍ଭିସ ଏବଂ ଓଡ଼ିଶା ଡିପ୍ଲୋମା ଇଞ୍ଜିନିୟରିଂ ସର୍ଭିସରେ ୧୨୭୩ଟି ନୂଆ ପଦବୀ ସୃଷ୍ଟି ହେବ। ପୂର୍ତ୍ତ ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ ଶୁକ୍ରବାର ରାଜ୍ୟ କ୍ୟାବିନେଟ୍‌ ଅନୁମୋଦନ କରିଛି। ଓଡ଼ିଶା ଇଞ୍ଜିନିୟରିଂ ସର୍ଭିସରେ କ୍ୟାଡର ପଦବୀ ସଂଖ୍ୟା ୬୪୨ରୁ ୧୦୧୧କୁ ଏବଂ ଓଡ଼ିଶା ଡିପ୍ଲୋମା ଇଞ୍ଜିନିୟରିଂ ସର୍ଭିସ କ୍ୟାଡ଼ର ପଦବୀ ସଂଖ୍ୟା ୯୪୪ରୁ ୧୮୪୮କୁ ବୃଦ୍ଧି ପାଇବ। ଏହି କ୍ୟାଡର ପୁନର୍ଗଠନ ପରେ ଓଡ଼ିଶା ଇଞ୍ଜିନିୟରିଂ ସର୍ଭିସରେ ସିଧାସଳଖ ୧୬୬ଟି ଆସିଷ୍ଟାଣ୍ଟ ଏକଜିକ୍ୟୁଟିଭ ଇଞ୍ଜିନିୟର ଏବଂ ଓଡ଼ିଶା ଡିପ୍ଲୋମା ଇଞ୍ଜିନିୟରିଂ ସର୍ଭିସରେ ସିଧାସଳଖ ୩୦୯ଟି ଜୁନିୟର ଇଞ୍ଜିନିୟର ନିଯୁକ୍ତି ପାଇପାରିବେ। ଏଥିସହିତ ଇଞ୍ଜିନିୟରମାନଙ୍କ ପଦୋନ୍ନତି ମଧ୍ୟ ଅଧିକ ବ୍ୟାପକ ହୋଇପାରିବ। ପୂର୍ତ୍ତ ବିଭାଗ ଅଧୀନ ସମସ୍ତ ଇଞ୍ଜିନିୟରିଂ ପ୍ରତିଷ୍ଠାନ ଯଥା ଇଞ୍ଜିନିୟରିଂ ସେକ୍ସନରୁ ମୁଖ୍ୟ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ସମସ୍ତ ଅନୁଷ୍ଠାନର ସମ୍ପ୍ରସାରଣ ହେବ । ଏହାବ୍ୟତୀତ ରାଜ୍ୟର ସରକାରୀ ଉଦ୍ୟୋଗ ଯଥା- ଓଡ଼ିଶା ସେତୁ ଓ ନିର୍ମାଣ ନିଗମ, ଇଡ୍‌କୋ, ବିଡିଏ, ଓଡ଼ିଶା ରାଜ୍ୟ ଗୃହନିର୍ମାଣ ନିଗମ, ଓଡ଼ିଶା ପୋଲିସ ହାଉସିଂ ବୋର୍ଡ ନିଗମ, ସ୍ମାର୍ଟ ସିଟି ପ୍ରକଳ୍ପ, ବିଶ୍ୱବିଦ୍ୟାଳୟ , ପଞ୍ଚୟତିରାଜ ଓ ପାନୀୟ ଜଳ ବିଭାଗ ଆଦିର ପରିଚାଳନା ନିମନ୍ତେ ଆବଶ୍ୟକ ବୈଷୟିକ କର୍ମଚାରୀ(ସିଭିଲ୍‌ ଇଞ୍ଜିନିୟର)ମାନଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ନୂଆ ଇଞ୍ଜିନିୟର ପଦବୀ ସୃଷ୍ଟି ଯୋଗୁ ରାଜ୍ୟ ସରକାରଙ୍କ ଉପରେ ବାର୍ଷିକ ୫୮.୬୦ କୋଟି ଟଙ୍କାର ଆର୍ଥିକ ବୋଝ ପଡ଼ିବ। ସେହିପରି ଓଡ଼ିଶା ସ୍ବାସ୍ଥ୍ୟ ଗୋଇନ୍ଦା ଓ ଗୁରୁତ୍ୱପୂର୍ଣ୍ଣ ପରିସଂଖ୍ୟାନ ସେବା(ନିଯୁକ୍ତି ଓ ସେବା ସର୍ତ୍ତାବଳୀ) ନିୟମାବଳୀ-୨୦୨୩କୁ କ୍ୟାବିନେଟ୍‌ ମଞ୍ଜୁରୀ ମିଳିଛି। ଓଡ଼ିଶା ଷ୍ଟାଫ ସିଲେକ୍ସନ କମିଶନ ଏହି ପରିସଂଖ୍ୟାନ ସହାୟକ ପଦବୀ ପାଇଁ ନିଯୁକ୍ତି ପ୍ରକ୍ରିୟା କରିବେ। ଏହି ପଦବୀ ପାଇଁ ଶିକ୍ଷାଗତ ଯୋଗ୍ୟତା ଯୁକ୍ତ୨ କମ୍ପ୍ୟୁଟର ପରିବର୍ତ୍ତେ ସ୍ନାତକ ଡିଗ୍ରୀ ସହ ଗଣିତ କିମ୍ବା ପରିସଂଖ୍ୟାନ ସହିତ କମ୍ପ୍ୟୁଟର ଅଭିଜ୍ଞତାକୁ ବାଧ୍ୟତାମୂଳକ କରାଯାଇଛି। ଏହି ପଦବୀ ପାଇଁ ଆବେଦନ ବୟସ ୧୮ରୁ ୨୧ବର୍ଷକୁ ବୃଦ୍ଧି କରାଯାଇଛି। ସେହିପରି ଷୋଡ଼ଶ ବିଧାନସଭାର ତ୍ରୟୋଦଶ ଅଧିବେଶନରେ ଆହୁତ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ ମିଳିଛ। ଏଥିସହିତ ଓଡ଼ିଶା ଜିଏସ୍‌ଟି ଆଇନ-୨୦୧୭ର ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ ମିଳିଛି। ଅନଲାଇନ୍‌ ମନି ଗେମିଂ ଯୋଗାଣ ପାଇଁ ଭାରତ ବାହାରେ ଥିବା କୌଣସି ସ୍ଥାନରୁ ଭାରତର ଜଣେ ବ୍ୟକ୍ତିଙ୍କୁ ବାଧ୍ୟତାମୂଳକ ପଞ୍ଜୀକରଣ ନେବା ପାଇଁ ବ୍ୟବସ୍ଥା କରାଯିବ।
କ୍ୟାବିନେଟ୍‌ ବୈଠକରେ ଓଡ଼ିଶା ସିଭିଲ ସର୍ଭିସେସ୍‌ (ଯୋଗାଣ ନିରୀକ୍ଷକଙ୍କର ନିଯୁକ୍ତି ପ୍ରକ୍ରିୟା ଏବଂ ଚାକିରୀ ସର୍ଭାବଳୀ) ସଂଶୋଧନ ନିୟମ- ୨୦୨୩ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ଏହି ନିୟମରେ ଥିବା ବ୍ୟବସ୍ଥା ଅନୁଯାୟୀ ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ପରିଚାଳିତ ପ୍ରତିଯୋଗିତାମୂଳକ ପରୀକ୍ଷା ମାଧ୍ୟମରେ ପ୍ରତ୍ୟକ୍ଷ ନିଯୁକ୍ତି ଦ୍ବାରା ପଦବୀ ପୂରଣ ହେବ। ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ବିଭାଗ ସହିତ ପରାମର୍ଶ କରି ଆୟୋଗ ନିଷ୍ପତ୍ତି ନେବେ। ନିଯୁକ୍ତ ପ୍ରତ୍ୟେକ ବ୍ୟକ୍ତି ଏହି ପଦବୀରେ ଯୋଗଦେବା ଦିନଠାରୁ ୨ ବର୍ଷ ପର୍ଯ୍ୟନ୍ତ ପ୍ରୋବେଶନରେ ରହିବେ। ଏହାଦ୍ବାରା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନ ଯୋଗାଣ ନିରୀକ୍ଷକ କ୍ୟାଡରର କାର୍ଯ୍ୟ ତଥା ସୁପରିଚାଳନା ତ୍ୱରାନ୍ବିତ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା: ନଭେମ୍ବର ୨ ସୁଦ୍ଧା କ୍ଷୟକ୍ଷତି ରିପୋର୍ଟ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ଵର,୨୭ା୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ସନ୍ଧ୍ୟାରେ ସ୍ଵତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ସମୀକ୍ଷା କରି ନଭେମ୍ବର ୨ ତାରିଖ ସୁଦ୍ଧା ବାତ୍ୟା ଜନିତ...

ଗାଡ଼ି ଯାଞ୍ଚବେଳେ ଧରାପଡ଼ିଲେ ଦମ୍ପତ୍ତି

ଦାରିଙ୍ଗବାଡି,୨୭।୧୦(ଅରୁଣ ସାହୁ ): ସ୍କୁଟିରେ ଗଞ୍ଜେଇ ଚୋରାଚାଲାଣ କରୁଥିବା ଅଭିଯୋଗରେ ବ୍ରାହ୍ମଣୀଗାଁ ପୋଲିସ ସ୍ବାମୀ ଏବଂ ସ୍ତ୍ରୀଙ୍କୁ ଅଟକ ରଖିଛି। ମିଳିଥିବା ସୂଚନା ମୁତାବକ, ବ୍ରାହ୍ମଣୀଗାଁ...

ପୁଣି ବାଜି ମାରିନେଲା ଭୁବନେଶ୍ୱର: କେନ୍ଦ୍ର ସରକାର ଦେଲେ ”ସର୍ବଶ୍ରେଷ୍ଠ ଜନସାଧାରଣ ପରିବହନ ବ୍ୟବସ୍ଥା” ପୁରସ୍କାର

ଗାନ୍ଧିନଗର, ୨୭ା୧୦: ଗୁଜରାଟର ଗାନ୍ଧିନଗର ଠାରେ ତିନି ଦିନିଆ ୧୭ ତମ ସହରୀ ମୋବିଲିଟି ଇଣ୍ଡିଆ (UMI) ସମ୍ମିଳନୀ ଏବଂ ପ୍ରଦର୍ଶନୀ ଆରମ୍ଭ ହୋଇଯାଇଛି। ଏହି...

ପୂର୍ବଶତ୍ରୁତାରୁ ବୋମାମାଡ଼: ଜେଲ ଫେରନ୍ତା ଫିଙ୍ଗିଥିଲେ ବୋମା, ସମସ୍ତ ଅଭିଯୁକ୍ତ ଫେରାର

ଦିଗପହଣ୍ଡି,୨୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରରେ ଘଟିଥିବା ବୋମାମାଡ ପୂର୍ବଶତ୍ରୁତାକୁ ନେଇ ଘଟିଥିବା ଥାନା ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ପ୍ରକାଶ କରିଛନ୍ତି।...

ସୁଧୁରୁନି ସମସ୍ୟା: ପୁଣି ଖଟିଆରେ ବୁହାହୋଇ ଆସିଲେ ରୋଗୀ

ନୂଆପଡ଼ା,୨୭।୧୦ (ମକାରୁ ବେମାଲ): ଗାଁକୁ ଭଲ ରାସ୍ତା ନ ଥିବାରୁ ଆମ୍ବୁଲାନ୍ସ ଯାଇପାରିଲା ନାହିଁ। ଫଳରେ ରୋଗୀଙ୍କୁ ୨କି.ମି. ଖଟିଆରେ ବୋହି ଆମ୍ବୁଲାନ୍ସ ନିକଟକୁ ଅଣାଯାଇଥିଲା।...

ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀଙ୍କ ବାତ୍ୟାଞ୍ଚଳ ପରିଦର୍ଶନ: ତୁରନ୍ତ କ୍ଷୟକ୍ଷତି ଆକଳନ ପାଇଁ ନିର୍ଦ୍ଦେଶ

ଭୁବନେଶ୍ଵର, ୨୭ା୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଅପରାହ୍ଣରେ ହେଲିକପ୍ଟର ଯୋଗେ ବାତ୍ୟା ପ୍ରଭାବିତ ଅଞ୍ଚଳଗୁଡିକ ପରିଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ପାରାଦୀପ,...

ନଭେମ୍ବର ୧ରୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରିବେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ

ପୁରୀ,୨୭।୧୦: ନୂଆ ଟେଣ୍ଡର ପାଇଥିବା କମ୍ପାନୀ ବିରୋଧରେ ପୁରୀ ୧୦୮ ଆମ୍ବୁଲାନ୍ସ କର୍ମଚାରୀ ମହାସଂଘ ଅସନ୍ତୋଷ ପ୍ରକାଶ କରି ରବିବାର କାର୍ଯ୍ୟ ବନ୍ଦ ଆନ୍ଦୋଳନ କରିବାକୁ...

ଶିମିଳିପାଳକୁ ଆସିଲା ମହାରାଷ୍ଟ୍ର ମହାବଳ

ଭୁବନେଶ୍ୱର,୨୭ା୧୦: ରାଜ୍ୟରେ ବାଘର ବଂଶ ବିସ୍ତାର ପାଇଁ ବଡ଼ ପଦକ୍ଷେପ ନେଇଛନ୍ତି ସରକାର। ଏଥିପାଇଁ ମହାରାଷ୍ଟ୍ରରୁ ଏକ ମହାବଳ ବାଘ ଆଣି ମୟୁରଭଞ୍ଜର ଶିମିଳିପାଳରେ ଛଡ଼ାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri