ଭୁବନେଶ୍ୱରରେ ଆଉ ୧୨୮ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୩୧।୭(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ଆଜି ୧୨୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ୮୫ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୪୩ ଜଣ ସ୍ଥାନୀୟ ସଂକ୍ରମଣର ଶିକାର ହୋଇଛନ୍ତି। ଭୁବନେଶ୍ୱର ମହାନଗର ନିଗମ(ବିଏମସି) ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ଭୁବନେଶ୍ୱରରୁ ଏ ପର୍ଯ୍ୟନ୍ତ ୨୭୩୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧୪୩୩ ଜଣ ସୁସ୍ଥ ହୋଇସାରିଛନ୍ତି। ଏବେ ୧୨୮୫ ଜଣ କରୋନା ଆକ୍ରାନ୍ତ ସକ୍ରିୟ ଥିବା ବେଳେ ୧୫ ଜଣଙ୍କର ମୃତ୍ୟୁ ହୋଇଛି।

Share