ଭୁବନେଶ୍ୱର, ୨୧।୧୦(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ଆଉ ୧୩ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୮୧କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ମୟୂରଭଞ୍ଜରୁ ସର୍ବାଧିକ ୪ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ପୁରୀରୁ ୩, ଭୁବନେଶ୍ୱର ୨, ବାଲେଶ୍ୱର-ଅନୁଗୋଳ-ନୂଆପଡ଼ା-ବଲାଙ୍ଗୀରରୁ ଜଣେ ଲେଖାଏଙ୍କ ମୃତ୍ୟୁ ଘଟିଛି।