ତାଇପେ,୧୪।୧୦: ତାଇଓ୍ବାନର ଦକ୍ଷିଣ ଅଞ୍ଚଳରେ ଗୁରୁବାର ଏକ ୧୩ ମହଲା କୋଠାରେ ଅଗ୍ନିକାଣ୍ଡ ଘଟି ୩୧ ଜଣଙ୍କ ଜୀବନ୍ତ ଦଗ୍ଧ ହୋଇଛନ୍ତି। ୫୫ ଜଣଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ୧୪ ଜଣ ଆହତଙ୍କ ମୃତ୍ୟୁ ହସ୍ପିଟାଲରେ ଘଟିଛି। ମୃତ୍ୟୁ ସଂଖ୍ୟା ୪୬କୁ ବୃଦ୍ଧି ପାଇଛି। ଆହତଙ୍କ ମଧ୍ୟରୁ କେତେକଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ଥିବା ହସ୍ପିଟାଲ ପକ୍ଷରୁ କୁହାଯାଇଛି। ଫଳରେ ମୃତକଙ୍କ ସଂଖ୍ୟା ବଢ଼ିବାର ଆଶଙ୍କା ରହିଛି।
ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡ଼ି ନାହିଁ। ତେବେ ବିସ୍ଫୋରଣ ହେବାପରେ ୪୦ ବର୍ଷ ପୁରୁଣା ଏହି କୋଠାରେ ଅଗ୍ନିକାଣ୍ଡ ଘଟିଥିବା ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି। ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧା କାର୍ଯ୍ୟ ଜାରି ରହିଛି।