୧୩,୦୨୦ ଏସ୍‌ସି, ଏସ୍‌ଟି, ଓବିସିଙ୍କୁ ଦକ୍ଷତା ବିକାଶ ତାଲିମ

ଭୁବନେଶ୍ୱର,୨୫ା୧୧(ବ୍ୟୁରୋ): ଓଡ଼ିଶା ସରକାରଙ୍କ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ୫-ଟି ଉପକ୍ରମରେ ପ୍ରୟାସ ଯୋଜନାର ଦ୍ୱିତୀୟ ପର୍ଯ୍ୟାୟର କାର୍ଯ୍ୟକାରିତା ନିମନ୍ତେ ବୁଧବାର ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ଓଡ଼ିଶା ଜନଜାତି ବିକାଶ ସମିତି (ଓଟିଡିଏସ୍‌) ଏବଂ ଓଡ଼ିଶା ଜାତି ଓ ଜନଜାତି ଆର୍ଥତ୍କ ବିକାଶ ସମବାୟ ସଂସ୍ଥା (ଓଏସ୍‌ଏଫ୍‌ଡିସି) ପକ୍ଷରୁ ମିଶନ ମୋଡ୍‌ରେ ମିଳିତ ଭାବେ ପ୍ରୟାସ ଯୋଜନାରେ ଦକ୍ଷତା ବିକାଶ ତାଲିମ ପ୍ରଦାନ କରାଯାଉଛି। ଦ୍ୱିତୀୟ ପର୍ଯ୍ୟାୟରେ ବିଭାଗ ପକ୍ଷରୁ ୨୦୨୨ ଜୁନ୍‌ ସୁଦ୍ଧା ୧୩,୦୨୦ ଏସ୍‌ସି, ଏସ୍‌ଟି ଏବଂ ଓବିସି ଯୁବବର୍ଗଙ୍କୁ ଦକ୍ଷତା ତାଲିମ ଓ ନିଯୁକ୍ତି ନିମନ୍ତେ ଲକ୍ଷ୍ୟ ରଖାଯାଇଛି। ପ୍ଲେସ୍‌ମେଣ୍ଟ ଲିଙ୍କ୍‌ଡ ଏମ୍ପ୍ଲୟବିଲିଟି ଟ୍ରେନିଂ ଯୋଜନା ଅଧୀନରେ ଏନ୍‌ଏସ୍‌ଡିସି ଦ୍ୱାରା ସ୍ବୀକୃତିପ୍ରାପ୍ତ ପାଠ୍ୟକ୍ରମ ସହିତ ସଫ୍ଟ ସ୍କିଲ୍‌ ଟ୍ରେନିଂ ମଧ୍ୟ ପ୍ରଦାନ କରାଯାଉଛି। ଜିଲାସ୍ତରରେ ପିଏ, ଆଇଟିଡିଏ ଏବଂ ଜିଲା ମଙ୍ଗଳ ଅଧିକାରୀ ଓ ଅନ୍ୟ ଅଧିକାରୀମାନେ ପ୍ରଶିକ୍ଷଣ କେନ୍ଦ୍ର ନିୟମିତ ଗସ୍ତକରି ସେମାନଙ୍କର ପ୍ରଶିକ୍ଷାର୍ଥୀଙ୍କ ସୁରକ୍ଷା ନିମନ୍ତେ ସୁସ୍ଥ ବାତାବରଣ ନିଶ୍ଚିତ କରିବେ। ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣର ବୈଷୟିକ ସହାୟତାରେ ପ୍ରୟାସ ମାର୍ଗଦର୍ଶିକା ପ୍ରସ୍ତୁତ କରାଯାଇଛି। ପ୍ରୟାସ ଯୋଜନା ଅଧୀନରେ ଏସ୍‌ଟି, ଏସ୍‌ସି, ଓବିସି ଏବଂ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବବର୍ଗଙ୍କୁ ନିଯୁକ୍ତିଭିତ୍ତିକ ତାଲିମ ପ୍ରଦାନ କରିବା ପାଇଁ ୩୨ ପ୍ରକଳ୍ପ କାର୍ଯ୍ୟକାରୀ ସଂସ୍ଥା ସହିତ ବିଭାଗୀୟ ନିର୍ଦ୍ଦେଶକ (ଏସ୍‌ଟି) ଓ ବିଭାଗୀୟ ନିର୍ଦ୍ଦେଶକ (ଏସ୍‌ସି) ବିଭାଗ ପକ୍ଷରୁ ଏହି ବୁଝାମଣାପତ୍ର ସ୍ବାକ୍ଷର କରିଥିଲେ। କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ସଭାପତିତ୍ୱ କରିଥିଲେ। ବିଭାଗୀୟ ପ୍ରମୁଖ ଶାସନ ସଚିବ ରଞ୍ଜନା ଚୋପ୍ରା, ବିଭାଗୀୟ ନିର୍ଦ୍ଦେଶକ ଗୁହା ପୁନମ୍‌ ତାପସ କୁମାର, ନିୟୋଜନ ନିର୍ଦ୍ଦେଶାଳୟ ତଥା ସିଇଓ, ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣର ରେଘୁ ଜି., ବିଭାଗୀୟ ନିର୍ଦ୍ଦେଶକ (ଏସ୍‌ସି) ଲକ୍ଷ୍ମଣ ମଲ୍ଲିକ ଏବଂ ଓଏଫ୍‌ଏସ୍‌ଡିସିର ଜେନେରାଲ ମ୍ୟାନେଜର ଉପସ୍ଥିତ ଥିଲେ। ଭର୍ଚୁଆଲ ମାଧ୍ୟମରେ କେନ୍ଦ୍ର ଆଦିବାସୀ ମନ୍ତ୍ରଣାଳୟର ଯୁଗ୍ମସଚିବ ନଭଲ୍‌ଜିତ୍‌ କପୁର, ପିଏ, ଆଇଟିଡିଏ ଏବଂ ଜିଲା ମଙ୍ଗଳ ଅଧିକାରୀମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ଲେଫ୍ଟ ଫ୍ରି’ ନିୟମ ବାଟବଣା

ଭୁବନେଶ୍ୱର,୨୩ା୧୨(ସତ୍ୟଜିତ୍‌ ରାଉତ): ରାଜଧାନୀ ଭୁବନେଶ୍ୱରରେ ଟ୍ରାଫିକ୍‌ ଯନ୍ତ୍ରଣା ଅସହ୍ୟ ହେଉଛି। ବିଭିନ୍ନ ସମୟରେ ଅସମ୍ଭାଳ ଭିଡ଼ ଯୋଗୁ ଲୋକେ ରାସ୍ତାରେ ଘଣ୍ଟାଘଣ୍ଟା ଧରି ଅପେକ୍ଷା କରି...

କାଲି ଘରୁ ବାହାରକୁ ଯାଇ ଆଉ ଫେରି ନ ଥିଲେ ଯୁବକ, ଆଜି ଟ୍ରେନ୍‌ ଲାଇନ୍‌ରୁ ମିଳିଲା ମୃତଦେହ

ପରଜଙ୍ଗ,୨୩ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନୁଗୋଳ-ଡ଼ୁବୁରୀ ନୂତନ ରେଳପଥର ପରଜଙ୍ଗ ରେଳ ଷ୍ଟେଶନଠାରୁ ଅଳ୍ପ ଦୂରରେ ଟ୍ରେନ୍‌ରେ କଟି ରବିବାର ବିଳମ୍ବିତ ରାତିରେ...

୩୫ ଲକ୍ଷ ଟଙ୍କାରେ ବଜ୍ରକାପ୍ତା ବିକ୍ରି ପାଇଁ ହୋଇଥିଲା ଡିଲ୍‌: ମାଡ଼ିବସିଲା ବନ ବିଭାଗ

ଟିଟିଲାଗଡ଼,୨୩।୧୨(ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ବନାଞ୍ଚଳ ଅଧୀନ ବର୍ଣ୍ଣେଇ ରିଜର୍ଭ ଜଙ୍ଗଲରୁ ଏକ ବଜ୍ରକାପ୍ତା ଧରି ବିକ୍ରି କରୁଥିବା ବେଳେ ବନ ବିଭାଗ ହାତରେ...

ପାଟଣାଗଡ଼ ପାର୍ସଲ ବୋମା ମାମଲା: ଆଜି ସାକ୍ଷୀ ଦେବେ କି ଅରୁଣ ବୋଥ୍ରା

ବଲାଙ୍ଗୀର,୨୩ା୧୨: ବଲାଙ୍ଗୀର ପାଟଣାଗଡ଼ର ବହୁଚର୍ଚ୍ଚିତ ପାର୍ସଲ ବୋମା ମାମଲାରେ ସୋମବାର ପାଟଣାଗଡ଼ ଏଡିଜେ କୋର୍ଟରେ ସାକ୍ଷ୍ୟ ଗହଣ କରାଯିବ। ଏହି ଘଟଣାରେ ତତ୍କାଳୀନ କ୍ରାଇମ୍‌ବ୍ରାଞ୍ଚ ଏଡିଜି...

ବ୍ରାଉନସୁଗାର ଧରିବାକୁ ଆସି ଅବକାରୀ ଟିମ୍‌ ହଟହଟା, ଗାଡ଼ି ଚାବି ଛଡ଼ାଇ ନେବା ସହ ମୁଲତାନୀ ମାଟିକୁ କହିଲେ…

ଜଳେଶ୍ୱର,୨୩ା୧୨(ନବୀନ ସାହୁ): ବ୍ରାଉନସୁଗାର ଧରିବାକୁ ଆସି ଜଳେଶ୍ୱର ଅବକାରୀ ଟିମ୍‌କୁ ହଟହଟା ହେବାକୁ ପଡ଼ିଛି। କମର୍ଦ୍ଦା ବଜାର ନିକଟରେ ବ୍ରାଉନସୁଗାର କାରବାର ଚାଲିଥିବା ଅଭିଯୋଗ ଅନୁଯାୟୀ,...

ଏସ୍‌ସିବିରେ ସ୍ଥାନାନ୍ତର ହେବ ନନ୍‌ଟ୍ରମା କାଜୁଆଲ୍‌ଟି

କଟକ,୨୩ା୧୨(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲର ନନ୍‌ଟ୍ରମା କାଜୁଆଲ୍‌ଟି ସ୍ଥାନାନ୍ତର ହେବ। ଏବେ କାଜୁଆଲ୍‌ଟି ଯେଉଁ ସ୍ଥାନରେ କାର୍ଯ୍ୟ କରୁଛି, ସେଠାରୁ ଉଠିଯାଇ ଭେଷଜ ୱାର୍ଡର ୟୁନିଟ୍‌-୬ରେ...

ବଡ଼ଦିନ, ନୂଆବର୍ଷରେ ସ୍ବାଦିଷ୍ଟ ଖାଦ୍ୟର ମଜାନେବେ ସହରବାସୀ

କଟକ,୨୩ା୧୨(ଶିଳ୍ପା ପ୍ରିୟଦର୍ଶିନୀ): ଦିନ କେଇଟା ପରେ ବଡ଼ଦିନ ଓ ନୂଆବର୍ଷ। ପ୍ରଭୁ ଯିଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ସହ ନୂତନ ବର୍ଷକୁ ସ୍ବାଗତ କରିବା ପାଇଁ ସହରବାସୀ...

ଅଭିନେତ୍ରୀଙ୍କଠାରୁ ୮.୨୫ ଲକ୍ଷ ଟଙ୍କା ଠକି ନେଇ ଗିରଫ ହେଲେ ଯାତ୍ରା ପାର୍ଟି ମାଲିକ

ଭୁବନେଶ୍ୱର,୨୩ା୧୨(ସୂର୍ଯ୍ୟକାନ୍ତ ବେହେରା): ଅଭିନେତ୍ରୀଙ୍କୁ ମିଥ୍ୟା ଆଶ୍ୱାସନା ଦେବା ସହ ପ୍ରତାରଣା କରି ୮ ଲକ୍ଷରୁ ଅଧିକ ଟଙ୍କା ଠକିବା ମାମଲାରେ ଲିଙ୍ଗରାଜ ପୋଲିସ ଜଣେ ଯାତ୍ରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri