ଜରାଜୀର୍ଣ୍ଣ ଅବସ୍ଥାରେ ୧୩୪ ବର୍ଷର ବିଦ୍ୟାଳୟ

ବାଲିଗୁଡ଼ା,୨୫ା୭(ସଞ୍ଜୟ କୁମାର ପାଣିଗ୍ରାହୀ): ଖରା ହେଲେ ବାରଣ୍ଡାରେ ପାଠପଢ଼ା, ବର୍ଷା ହେଲେ ଛତା ଧରି ଛାତ ତଳେ ପାଠ ପଢ଼ା। ଏମିତି ଦୃଶ୍ୟ ଦେଖିବାକୁ ମିଳିଛି କନ୍ଧମାଳ ଜିଲା ବାଲିଗୁଡ଼ା ବିଜ୍ଞାପିତ ପରିଷଦ ଅଞ୍ଚଳରେ ଥିବା ବ୍ରିଟିଶ ଅମଳର ବଡ଼ଗାଁ ପ୍ରାଥମିକ ବିଦ୍ୟାଳୟରେ। ୧୮୮୯ ମସିହାରେ ପ୍ରତିଷ୍ଠା ହୋଇଥିଲା ଏହି ସରକାରୀ ପ୍ରଥମିକ ବିଦ୍ୟାଳୟ। ଅନୁସୂଚିତ ଜନଜାତି ଓ ଜାତି ଛାତ୍ରୀଛାତ୍ରମାନଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। କିନ୍ତୁ ବଡ଼ଗାଁ ବିଦ୍ୟାଳୟଟି ପ୍ରତିଷ୍ଠା ଦିନଠାରୁ ସେହି ପୁରୁଣା କୋଠାରେ ଚାଲିଛି। ଏହି ବିଦ୍ୟାଳୟରେ ପ୍ରଥମ ଠାରୁ ପଞ୍ଚମ ପର୍ଯ୍ୟନ୍ତ ରହିଛି। ପ୍ରଥମରେ ୭ ଜଣ, ଦ୍ୱିତୀୟରେ ୪ଜଣ, ତୃତୀୟରେ ୫ ଜଣ, ଚତୁର୍ଥରେ ୮ଜଣ, ପଞ୍ଚମ ରେ ୫ ଜଣ ମୋଟ ୩୦ଜଣ ଛାତ୍ରୀଛାତ୍ର ପାଠ ପଢ଼ୁଛନ୍ତି। ବର୍ଷା ହେଲେ ଛତା ଧରି ଛାତ ତଳେ, ଖରା ହେଲେ ବାରଣ୍ଡାରେ ପାଠ ପଢୁଛନ୍ତି। ରାଜ୍ୟ ସରକାରଙ୍କ ୫-ଟି ମାଧ୍ୟମରେ ସ୍ମାର୍ଟ ସ୍କୁଲ ନିର୍ମାଣ କରି ପିଲାମାନଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରୁଥିବା ନେଇ ପ୍ରଚାର ପ୍ରସାର କରୁଥିବା ବେଳେ ଏହି ବଡଗାଁ ବିଦ୍ୟାଳୟ ଶିକ୍ଷା ବ୍ୟବସ୍ଥାର ଅସଲ ଚିତ୍ରକୁ ପଦାରେ ପକାଇଦେଇଛି। ବିଦ୍ୟାଳୟ କୋଠା ଠିକ ନଥିବାରୁ ପିଲାଙ୍କ ଉପସ୍ଥାନ ହ୍ରାସ ପାଉଛି। ନୂତନ ଶ୍ରେଣୀ କୋଠରୀ ଯୋଗାଇ ଦେବାକୁ ଅନୁରୋଧ କରିଛନ୍ତି ବିଦ୍ୟାଳୟର ଛାତ୍ରୀଛାତ୍ର ଓ ଅଭିଭାବକ। ବାଲିଗୁଡ଼ା ଶିକ୍ଷା ଜିଲାର ସର୍ବପୁରାତନ ବିଦ୍ୟାଳୟ କହିଲେ ଏହି ବିଦ୍ୟାଳୟକୁ ବୁଝାଯିବ। ଏହି ବିଦ୍ୟାଳୟ ରେ ୩୦ଜଣ ଛାତ୍ରୀଛାତ୍ର ପାଠ ପଢ଼ୁଛନ୍ତି ଓ ଦୁଇ ଜଣ ଶିକ୍ଷକ ଓ ଶିକ୍ଷୟତ୍ରୀ ରହିଛନ୍ତି। କିନ୍ତୁ ଶ୍ରେଣୀ କୋଠରୀର ଆବଶ୍ୟକ ରହିଛି। ଯେଉଁ କୋଠରୀ ରହିଛି ତାହା ବିପଦ ସଙ୍କୁଳ ଅବସ୍ଥାରେ ରହିଛି। ତେଣୁ ଆବଶ୍ୟକ ଶିକ୍ଷକ ଶିକ୍ଷୟତ୍ରୀ ଏବଂ ନୂତନ ଶ୍ରେଣୀ କୋଠରୀ ନିର୍ମାଣ ପାଇଁ ଲିଖିତ ଭାବେ ଅନୁରୋଧ କରାଯାଇଥିବା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଆର୍ତ୍ତ ଚନ୍ଦ୍ର ଖଟୁଆ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଳୁନି ମାଟି, ସଙ୍କଟରେ କୁମ୍ଭକାରଙ୍କ ଜୀବିକା

କାକଟପୁର/ଅସ୍ତରଙ୍ଗ(ଶୁଭଦର୍ଶନ ମିଶ୍ର/ ପ୍ରଦୀପ୍ତ କୁମାର ଦୀକ୍ଷିତ)୨୮ା୧୦: ଓଡ଼ିଆ ଚଳଣି ଓ ପରମ୍ପରା ନିଆରା। ସବୁ ପର୍ବପର୍ବାଣି, ପୂଜାର୍ଚ୍ଚନା ଓ ଯାନିଯାତ୍ରା ସମୟରେ ମାଟିତିଆରି ସାମଗ୍ରୀ ଖୋଜାପଡ଼େ।...

ବରାହିପୁର ସରପଞ୍ଚ ନିଲମ୍ବିତ

ମାହାଙ୍ଗା,୨୮ା୧୦(ଯଯାତି ସିଂହ): କଟକ ଜିଲା ମାହାଙ୍ଗା ବ୍ଲକ ଅନ୍ତର୍ଗତ ବରାହିପୁର ପଞ୍ଚାୟତରେ ସରକାରୀ ଅର୍ଥ ତୋସାରପାତ ଅଭିଯୋଗରେ ସରପଞ୍ଚଙ୍କୁ ନିଲମ୍ବିତ କରାଯାଇଛି। ଓଡ଼ିଶା ସରକାରଙ୍କ ପଞ୍ଚାୟତିରାଜ...

ଗ୍ୟାସ୍‌ ସିଲିଣ୍ଡର ଫାଟି ଜଳିଗଲା ୧୦ ବଖରା, ସବୁ ଜଳିପୋଡ଼ି ଛାରଖାର

ଖଲ୍ଲିକୋଟ,୨୮ା୧୦: ଗଞ୍ଜାମ ଜିଲା ଖଲ୍ଲିକୋଟର କମଳାପଦର ଗାଁରେ ଏକ ଦୁଃଖଦାୟକ ଘଟଣା ଘଟିଛି। ଗ୍ୟାସ୍‌ ସିଲିଣ୍ଡର୍‌ ଫାଟି ଗାଁର ୩ ପରିବାରର ୧୦ ବଖରା ଜଳିପୋଡ଼ି...

ପ୍ରକାଶ ସେଠୀଙ୍କ ନାଁରେ ୩ ଏତଲା

କଟକ ସଦର,୨୮ା୧୦(ସୁଶାନ୍ତ କୁମାର ଜେନା): କଟକ ସଦରର ପୂର୍ବତନ ବିଧାୟକ ଚନ୍ଦ୍ରସାରଥି ବେହେରା ବିଜେଡି ଛାଡ଼ି ଭାଜପାର ସଦସ୍ୟତା ଗ୍ରହଣ କରିଥିବା ନେଇ ଏକ ହ୍ବାଟ୍ସଆପ୍‌...

ବିଦେଶାଗତ ପକ୍ଷୀଙ୍କ କଳରବରେ ଚିଲିକା ତଟଦେଶ ମୁଖରିତ

କୃଷ୍ଣପ୍ରସାଦ,୨୮ା୧୦(କୈଳାସ ଚନ୍ଦ୍ର ପଟ୍ଟନାୟକ): ଶୀତଋତୁ ଆସିଲେ ଚଳଚଞ୍ଚଳ ହୋଇଉଠେ ଚିଲିକାର ପରିବେଶ। ରଙ୍ଗବେରଙ୍ଗର ବିଦେଶାଗତ ପକ୍ଷୀଙ୍କ କଳରବରେ ମୁଖରିତ ହୁଏ ଚିଲିକା ଓ ଏହାର ଉପକୂଳବର୍ତ୍ତୀ...

ଦେବଦେବୀଙ୍କ ଫଟୋ ଥିବା ବାଣ ବିକ୍ରି ବନ୍ଦ କରାଯାଉ

ସରଣ୍ଡା, ୨୭।୧୦(ଯୁଧିଷ୍ଠିର ମହାପାତ୍ର): ଦେବଦେବୀଙ୍କ ଫଟୋ ଥିବା ବାଣ ବିକ୍ରି ଉପରେ ରୋକ୍‌ ଲଗାଇବା ଦାବି ନେଇ ରବିବାର ବରଗଡ଼ ଜିଲା ଅତାବିରା ବିଶ୍ବ ହିନ୍ଦୁ...

ଜଙ୍ଗଲ ସୁରକ୍ଷା ପାଇଁ ନେଲେ ଶପଥ

କୋକସରା,୨୭।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଧର୍ମଗଡ଼ ବନାଞ୍ଚଳ ଅଧୀନରେ ଥିବା ସାହାଜଖୋଲ ସଂରକ୍ଷିତ ଜଙ୍ଗଲ ୧୨ହଜାର ୯ ଶହ ୮୯ହେକ୍ଟର ପରିମିତ ଅଞ୍ଚଳରେ ରହିଥିବା ବେଳେ କଳାହାଣ୍ଡି,...

ଗାଡ଼ି ଯାଞ୍ଚବେଳେ ଧରାପଡ଼ିଲେ ଦମ୍ପତ୍ତି

ଦାରିଙ୍ଗବାଡି,୨୭।୧୦(ଅରୁଣ ସାହୁ ): ସ୍କୁଟିରେ ଗଞ୍ଜେଇ ଚୋରାଚାଲାଣ କରୁଥିବା ଅଭିଯୋଗରେ ବ୍ରାହ୍ମଣୀଗାଁ ପୋଲିସ ସ୍ବାମୀ ଏବଂ ସ୍ତ୍ରୀଙ୍କୁ ଅଟକ ରଖିଛି। ମିଳିଥିବା ସୂଚନା ମୁତାବକ, ବ୍ରାହ୍ମଣୀଗାଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri