ରାଜଧାନୀରେ କରୋନା କାୟା: ଆଜି ଚିହ୍ନଟ ହେଲେ ୧୩୭ ନୂଆ ଆକ୍ରାନ୍ତ, କେଉଁଠୁ କେତେ ଜାଣନ୍ତୁ..

ଭୁବନେଶ୍ୱର,୫।୮(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ବୁଧବାର ୧୩୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜଧାନୀରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୩୫୪କୁ ବୃଦ୍ଧି ପାଇଛି। ସେଥିରୁ ୨୦୧୬ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୨୭୩ଜଣ ଆକ୍ଟିଭ୍‌ କେସ୍‌ ରହିଛି। ସେହିଭଳି ୧୮ଜଣଙ୍କ ମୃତ୍ୟୁ ଘଟିଛି। ନୂତନ ଆକ୍ରାନ୍ତଙ୍କ ମଧ୍ୟରେ ୧୧୩ କ୍ୱାରାଣ୍ଟାଇନ୍‌ କେସ୍‌ ରହିଥିବା ବେଳେ ୨୪ ଲୋକାଲ କେସ୍‌ ରହିଛି। ଏହାଛଡ଼ା ୧୧୮ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବିଏମ୍‌ସି ପକ୍ଷରୁ ଅପରାହ୍ନରେ ଟୁଇଟ୍‌ କରି ସୂଚନା ଦିଆଯାଇଛି।

Share