Posted inଅପରାଧ

ପୋଲିସ ପାଟ୍ରୋଲିଂ ବେଳେ ୧୪ ବସ୍ତା ଗଞ୍ଜେଇ ଜବତ: ମାଫିଆ ଚମ୍ପଟ

ବାଲିଗୁଡ଼ା,୧୬।୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ସିର୍ତ୍ତିିଗୁଡା ପଞ୍ଚାୟତର ଜଙ୍ଗୁଙ୍ଗିଆ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଲାଣ ହେଉଥିବା ପୋଲିସ କୌଣସି ସୂତ୍ରରୁ ଖବର ପାଇ ସେଠାରେ ପହଞ୍ଚିଥିଲା। ତେବେ ପୋଲିସ ଗାଡି ଆସୁଥିବା ଜାଣି ଚାଲାଣକାରୀ ଚମ୍ପଟ ମାରିଥିବା ବେଳେ ରାସ୍ତା କଡ଼ରେ ଗଞ୍ଜେଇ ଭର୍ତ୍ତି ୧୪ ବସ୍ତା ଜବତ ହୋଇଥିବା ସୂଚନା ମିଳିଛି।

ପୋଲିସଠାରୁ ମିଳିଥିବା ସୂଚନା ଅନୁସାରେ ଉକ୍ତ ରାସ୍ତା ପାଶର୍‌ବରେ ଗଞ୍ଜେଇ ଚାଲାଣ କରିବା ପାଇଁ ଚାଲାଣକାରୀ ଅପେକ୍ଷା କରିଥିବା ବେଳେ ପୋଲିସ ଗାଡ଼ିକୁ ଦେଖି ଅଭିଯୁକ୍ତମାନେ ଜଙ୍ଗଲକୁ ଦୌଡ଼ି ପଳାଇଥିଲେ। ପୋଲିସ ପେଟ୍ରୋଲିଂ ପାର୍ଟିରେ ଥିବା ଥାନା ଓଆଇସି ଅଶୋକ କୁମାର ତ୍ରିପାଠୀ ଓ ଦମୟନ୍ତୀ ବେହେରା, ଏଏସ୍‌ଆଇ ଉମାଶଙ୍କର ପେଡେଣ୍ଟି ଓ ସୁରେନ୍ଦ୍ର ରାଜହଂସଙ୍କ ସହିତ ପୋଲିସ କର୍ମଚାରୀଙ୍କ ସହ ମାଜିଷ୍ଟେଟ ଭାବେ କ.ନୂଆଗାଁ ତହସିଲଦାର ଆନନ୍ଦ କୁମାର ପଣ୍ଡାଙ୍କ ଉପସ୍ଥିତିରେ ଉକ୍ତ ଅଖାରେ ଥିବା ୩୫୭ କେଜି ଗଞ୍ଜେଇ ଜବତ କରିଥିଲେ। ଏ ସକ୍ରାନ୍ତରେ ଥାନା କେସ ନଂ ୬୭/୨୫ ରେ ଏକ ଏନଡିପିଏସ୍‌ ମାମଲା ରୁଜୁ କରି ଅଭିଯୁକ୍ତମାନଙ୍କୁ ଧରିବା ପାଇଁ ତଦନ୍ତ ଚାଲିଥିବା ଥାନା ଅଧିକାରୀ ଅଶୋକ କୁମାର ହାଁସଦା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯାଜପୁର ଏମ୍‌ପିଙ୍କ ଘର ଉପରକୁ ଆକ୍ରମଣ, ୨ ଜଣଙ୍କୁ ବାନ୍ଧି…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍‌ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର...

ରାତି ଅନିଦ୍ରା ହୋଇ ୪ ଚୋରଙ୍କୁ ଧରିଲେ ଗ୍ରାମବାସୀ, ଆଉ ତା’ ପରେ…

ଜଗନ୍ନାଥପ୍ରସାଦ,୨୯ା୧୨: ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଅଳସୁ ଗ୍ରାମରେ ୪ ଜଣଙ୍କୁ ଚୋର ଭାବି ଗାଁ ଲୋକେ ଧରି ପୋଲିସ ଜିମା ଦେଇଛନ୍ତି। ୪...

ଚୋରକୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…

ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

୫ମ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଛାତିଥରା…ସ୍ତ୍ରୀ ଉପରେ ପେଟ୍ରୋଲ ଢାଳି ଜୀଅନ୍ତା ଜାଳିଦେଲେ ସ୍ବାମୀ, ପରେ ଝିଅକୁ ବି ଠେଲିଦେଲେ

ନୂଆଦିଲ୍ଲୀ,୨୬।୧୨: ତେଲେଙ୍ଗାନାର ହାଇଦ୍ରାବାଦରୁ ଏକ ଭୟଙ୍କର ଘଟଣା ସାମ୍ନାକୁ ଆସିଛି । ଏଠାରେ ସନ୍ଦେହ ହେତୁ ଜଣେ ମାନସିକ ବିକୃତ ବ୍ୟକ୍ତି ନାଲ୍ଲାକୁଣ୍ଟା ଅଞ୍ଚଳରେ ତାଙ୍କ...

ନାବାଳିକାଙ୍କ ଚାଞ୍ଚଲ୍ୟକର ବୟାନ: ପ୍ରେମିକ ଶାରୀରିକ ସମ୍ପର୍କ ରଖିବା ପରେ ତାଙ୍କୁ…

ଭଦ୍ରକ,୨୬।୧୨(ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିଠାରେ ବୁଧବାର ସନ୍ଧ୍ୟାରେ ଜଣେ ନାବାଳିକା ବୈତରଣୀ ନଦୀକୁ ଡେଇଁବା ଘଟଣା ଗୁରୁବାର ନୂଆ ମୋଡ଼ ନେଇଛି। ଭଦ୍ରକ ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri