Categories: ଜାତୀୟ

ବାଦଲ ଫଟା ବର୍ଷା ନେଲା ୧୪ ଜଣଙ୍କ ଜୀବନ, ୧୦ ନିଖୋଜ

ଶିମ୍‌ଲା,୮ା୮: ହିମାଚଳ ପ୍ରଦେଶରେ ବାଦଲ ଫଟା ବର୍ଷା ହୋଇ ୧୪ ଜଣଙ୍କ ପ୍ରାଣହାନି ଘଟିଥିବା ବେଳେ ବର୍ତ୍ତମାନ ସୁଦ୍ଧା ୧୦ ଜଣ ନିଖୋଜ ରହିଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ସାମେଜ ଏବଂ ବାଗି ବ୍ରିଜ୍‌ ଅଞ୍ଚଳରେ ପ୍ରବଳ ବର୍ଷା ହେବାରୁ ଅନେକ ଲୋକ ଭାସିଯାଇଥିଲେ। ସେମାନଙ୍କ ମଧ୍ୟରୁ ୧୪ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ୧୦ ଜଣ ନିଖୋଜ ଅଛନ୍ତି। ଏନ୍‌ଡିଆର୍‌ଏଫ୍‌ ଟିମ୍‌ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛନ୍ତି।

Share