ଭୁବନେଶର,୭।୫(ବ୍ୟୁରୋ): ରାଜ୍ୟରେହ୍ରାସ ପାଉଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୧୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବୟସର ପିଲା ଜଣେ ରହିଛନ୍ତି। ସେହିପରି ୯ ଜଣ କ୍ୱାରାଣ୍ଟାଇନ୍ ରହିଥିବା ବେଳେ ୫ ଜଣ ଲୋକାଲ କେସ୍ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୧୩୧ ଜଣକୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୬ ଜଣ, କଟକରୁ ୨ ଜଣ, ବାଲେଶ୍ବର, ବଲାଙ୍ଗୀର, ଦେବଗଡ଼ ଓ ନୂଆପଡ଼ା ଜିଲାରୁ ଜଣେ ଲେଖାଏ ଏବଂ ଷ୍ଟେଟ୍ ପୁଲ୍ରୁ ୨ ଜଣ ଆକ୍ରାନ୍ତ ରହିଛନ୍ତି।