କରୋନାରୁ ସୁସ୍ଥ ହେଲେ ଆଉ ୧୪୪୮, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୪୪୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ମୋଟ ଆରୋଗ୍ୟ ସଂଖ୍ୟା ୨,୯୧,୧୩୭କୁ ବୃଦ୍ଧି ପାଇଛି। ଆରୋଗ୍ୟ ବ୍ୟକ୍ତିଙ୍କ ମଧ୍ୟରୁ ଖୋର୍ଦ୍ଧାର ସର୍ବାଧିକ ୧୬୧ଜଣ ରହିଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।

Share