ପୁଣି କରୋନାରେ ଆଖିବୁଜିଲେ ୧୫ ଆକ୍ରାନ୍ତ

ଭୁବନେଶ୍ୱର,୪।୫(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନାରେ ୧୫ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୮୮ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୧୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୫ ଜଣ ମୃତ୍ୟୁବରଣ କରିଛନ୍ତି। ଏହାବାତ ରାୟଗଡ଼ା ଜିଲାରୁ ୩ ଜଣ ଆକ୍ରାନ୍ତ ଆଖି ବୁଜିଛନ୍ତି। ସୁନ୍ଦରଗଡ ଓ କଳାହାଣ୍ଡିରେ ୨ ଜଣ ଲେଖାଏ ଏବଂ କଟକ, ପୁରୀ ଓ ସୁବର୍ଣ୍ଣପୁରରୁ ଜଣେ ଲେଖାଏ ପ୍ରାଣ ହରାଇଛନ୍ତି।

Share