କୃତ୍ରିମ ପ୍ରଜନନ ପ୍ରକ୍ରିୟାରେ ସାମିଲ ହେବ ୧୫ ଲକ୍ଷ ଗୋସମ୍ପଦ

ଭୁବନେଶ୍ୱର,୮।୮(ବ୍ୟୁରୋ): ଜାତୀୟ କୃତ୍ରିମ ପ୍ରଜନନ କାର୍ଯ୍ୟକ୍ରମର ଦ୍ୱିତୀୟ ପର୍ଯ୍ୟାୟରେ ୧୫ ଲକ୍ଷ ଗୋସମ୍ପଦକୁ ସାମିଲ କରାଯିବ। ଏହି କାର୍ଯ୍ୟକ୍ରମ ଅଗଷ୍ଟ ୧୦ରୁ ଆରମ୍ଭ କରାଯିବ। ପ୍ରତ୍ୟେକ ଜିଲାରେ ୫୦୦ ଗ୍ରାମକୁ ଏଥିନିମନ୍ତେ ଚିହ୍ନଟ କରାଯିବ। ଏହାଛଡା ଡିପ୍‌ଲିଟର ପଦ୍ଧତିରେ ୫୦୦ କ୍ଷମତା ବିଶିଷ୍ଟ କୁକୁଡ଼ା ଚାଷ, ୧୦୦୦ କ୍ଷମତା ବିଶିଷ୍ଟ ଅଣ୍ଡାଦିଆ କୁକୁଡ଼ା ଚାଷ, ୨୦୦ କ୍ଷମତା ବିଶିଷ୍ଟ ଡିପ୍‌ଲିଟର ପଦ୍ଧତିରେ ମହିଳା ସ୍ବୟଂସହାୟକ ଗୋଷ୍ଠୀ ଦ୍ୱାରା ଅଣ୍ଡାଦିଆ କୁକୁଡ଼ା ଚାଷ ନିମନ୍ତେ ରାଜ୍ୟ ଯୋଜନା ଏବଂ ରାଷ୍ଟ୍ରୀୟ କୃଷି ବିକାଶ ଯୋଜନାରେ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଏହାକୁ ପୂରଣ କରିବା ପାଇଁ କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମାଛ, କୁକୁଡ଼ା, ଅଣ୍ଡା, ଦୁଗ୍ଧ ଆଦି ଉତ୍ପାଦନ କ୍ଷେତ୍ରରେ ସ୍ବାବଲମ୍ବୀ ହେବା ସହିତ ଓଡ଼ିଶାକୁ ଏକ ବଳକା ରାଜ୍ୟରେ ପରିଣତ କରିବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଛି ବୋଲି ମନ୍ତ୍ରୀ କହିଛନ୍ତି।
ଶୁକ୍ରବାର ଆୟୋଜିତ ଭର୍ଚୁଆଲ୍‌ ବୈଠକରେ ବିଭାଗ ଦ୍ୱାରା କାର୍ଯ୍ୟକାରୀ କରାଯାଇଥିବା ବିଭିନ୍ନ ଯୋଜନାର ଅଗ୍ରଗତି ସମ୍ପର୍କରେ ମନ୍ତ୍ରୀ ସମୀକ୍ଷା କରିଥିଲେ। କୋଭିଡ୍‌-୧୯ ସ୍ଥିତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଘୋଷିତ ସ୍ବତନ୍ତ୍ର ପ୍ୟାକେଜ୍‌ କାର୍ଯ୍ୟକାରୀ କରି ଲୋକମାନଙ୍କୁ ରୋଜଗାର ଯୋଗାଇ ଦେବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟରେ ମତ୍ସ୍ୟ ଉତ୍ପାଦନ ବୃଦ୍ଧି ନିମନ୍ତେ ମାଛଚାଷୀମାନଙ୍କୁ ଆଗୁଆ ଯାଆଁଳ ଯୋଗାଇ ଦେବାର ଆବଶ୍ୟକତା ରହିଛି। ଏହିଦୃଷ୍ଟିରୁ ଅଗଷ୍ଟ ୩୧ ସୁଦ୍ଧା ସରକାରୀ ଓ ଓପିଡିସି ଫାର୍ମ ଜରିଆରେ ବିଭିନ୍ନ ପ୍ରକାରର ମାଛ ଯାଆଁଳ ଉତ୍ପାଦନ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ମତ୍ସ୍ୟ ପୋଖରୀ ଯୋଜନାରେ ମାଛଚାଷକୁ ବ୍ୟାପକ କରିବା ପାଇଁ ହିତାଧିକାରୀ ଚୟନ ଓ ଅନୁମୋଦନ ପ୍ରକ୍ରିୟା ସେପ୍ଟେମ୍ବର ୩୦ ସୁଦ୍ଧା ଶେଷ କରିବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ମତ୍ସ୍ୟଚାଷୀ ପରିବାରଙ୍କୁ କିଷାନ କ୍ରେଡିଟ୍‌ କାର୍ଡ ଯୋଗାଇ ଦେବା ଲକ୍ଷ୍ୟରେ ଜୁନ୍‌ ୧୦ରୁ ଅଗଷ୍ଟ ୧୦ ପର୍ଯ୍ୟନ୍ତ ଏକ ସ୍ବତନ୍ତ୍ର ଅଭିଯାନ ଗ୍ରହଣ କରାଯାଇଛି। ଏହି ମର୍ମରେ ଜିଲା ମତ୍ସ୍ୟ ଅଧିକାରୀମାନେ ଗ୍ରହଣ କରିଥିବା ଆବେଦନପତ୍ରଗୁଡ଼ିକ ସମ୍ପୃକ୍ତ ବ୍ୟାଙ୍କଗୁଡ଼ିକୁ ଅଗଷ୍ଟ ୩୧ ସୁଦ୍ଧା ପ୍ରେରଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ବୈଠକରେ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗର କମିଶନର ଆର୍‌. ରଘୁପ୍ରସାଦ, ପ୍ରାଣୀପାଳନ ଓ ପ୍ରାଣୀପାଳନ ଚିକିତ୍ସା ନିର୍ଦ୍ଦେଶକ ରତ୍ନାକର ରାଉତ, ମତ୍ସ୍ୟ ନିର୍ଦ୍ଦେଶକ ସ୍ମୃତି ରଞ୍ଜନ ପ୍ରଧାନଙ୍କ ସମେତ ଜିଲାର ସମସ୍ତ ସିଡିଭିଓ, ଜିଲା ମତ୍ସ୍ୟ ଅଧିକାରୀ ଓ ବିଭାଗୀୟ ବରିଷ୍ଠ ଅଧିକାରୀ ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଲି ଆସିବ ବଡ଼ ନିଷ୍ପତ୍ତି, ଭରତପୁର ଘଟଣାରେ ପୋଲିସର ଭୁବନେଶ୍ୱରରେ ବସିବ ବଡ଼ ବୈଠକ

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

ସୃଷ୍ଟିହେଲା ୨ଟି ଘୂର୍ଣ୍ଣିବଳୟ, ୧୨ଜିଲାରେ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୧।୯: ବଙ୍ଗୋପସାଗର ଓ ତତ୍‌ ସଂଲଗ୍ନ ଅଞ୍ଚଳରେ ୨ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୩ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri