ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ରାଜ୍ୟରେ କରୋନାରେ ବୁଧବାର ଆଉ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନୀତ ମୃତ୍ୟୁ ସଂଖ୍ୟା ୧୫୭୫ରେ ପହଞ୍ଚିଛି।
ସୁନ୍ଦରଗଡ଼ ଜିଲାରୁ ସର୍ବାଧିକ ୩ଜଣ କରୋନାରେ ଆଖି ବୁଜିଥିବା ବେଳେ ଗଜପତି, ସୁବର୍ଣ୍ଣପୁର ଓ ସମ୍ବଲପୁରରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେହିପରି ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା, କୋରାପୁଟ, ମୟୂରଭଞ୍ଜ ଓ ଖୋର୍ଦ୍ଧା ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କୁ ମୃତ୍ୟୁ ଘଟିଛି।