Posted inଖେଳ

ଓ୍ବେଷ୍ଟଇଣ୍ଡିଜ ଆଗରେ ୧୫୩ ରନ୍‌ର ବିଜୟ ଟାର୍ଗେଟ୍‌

ଗୁଏନା,୬ା୮: ଭାରତ ଓ ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ଅନୁଷ୍ଠିତ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ରବିବାର ଗୁୟାନାର ପ୍ରୋଭିଡେନ୍ସ ଷ୍ଟାଡିୟମରେ ଖେଳାଯାଉଥିବା ଦ୍ୱିତୀୟ ମ୍ୟାଚ୍‌ରେ ଅର୍ଦ୍ଧଶତକ ହାସଲ କରିଛନ୍ତି ତିଳକ ବର୍ମା। କ୍ୟାରିୟରର ଦ୍ୱିତୀୟ ମ୍ୟାଚ୍‌ ଖେଳୁଥିବା ୨୦ ବର୍ଷୀୟ ତିଳକ ୫୧ ରନ୍‌ ବଳରେ ଭାରତ ନିର୍ଦ୍ଧାରିତ ଓଭରରେ ୭ ଉଇକେଟ ହରାଇ ୧୫୨ ରନ୍‌ ସଂଗ୍ରହ କରିଛି। ଫଳରେ ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୧୫୩ ରନ୍‌ର ବିଜୟ ଟାର୍ଗେଟ୍‌ ରଖିଛି ଭାରତ। ଟସ୍‌ ଜିତି ଭାରତ ବ୍ୟାଟିଂ ନିଷ୍ପତ୍ତି ନେଇଥିବା ବେଳେ ଦଳ ଗୋଟିଏ ପରିବର୍ତ୍ତନ ସହ ଓହ୍ଲାଇଥିଲା। ଆହତ କୁଲଦୀପ୍‌ ଯାଦବଙ୍କ ସ୍ଥାନରେ ରବି ବିଷ୍ଣୋଇଙ୍କୁ ସାମିଲ କରିଥିଲା।

ଭାରତର ଦୁଇ ଓପନର ଇଶାନ୍‌ କିଶନ୍‌(୨୭) ଓ ଶୁବମାନ ଗିଲ୍‌(୭) ପ୍ରଥମ ଉଇକେଟରେ ୧୬ ରନ୍‌ ଯୋଡିଥିଲେ। ଆଲଜାରି ଯୋଶେଫଙ୍କ ବଲରେ ଗିଲ୍‌ ଆଉଟ ହେବା ପରେ ସୂର୍ଯ୍ୟକୁମାର ଯାଦବ ମଧ୍ୟ ବିଶେଷ କିଛି କରି ପାରି ନ ଥିଲେ। ମାତ୍ର ୧ ରନ୍‌ କରି ସେ କାଇଲ ମେୟର୍ସଙ୍କ ଦ୍ୱାରା ରନ୍‌ ଆଉଟ ହୋଇଥିଲେ। ପ୍ରଥମ ମ୍ୟାଚ୍‌ରେ ୪୧ ରନ୍‌ କରିଥିବା ତିଳକ କ୍ରିଜ୍‌ରେ ଯୋଗ ଦେଇ ଇଶାନ କିଶନଙ୍କ ସହିତ ୪୨ ରନ୍‌ ଯୋଡିଥିଲେ। ଇଶାନ ୨୩ ବଲ୍‌ ଖେଳି ଦୁଇଟି ଲେଖାଏ ଛକା ଓ ଚୌକା ମାରିଥିଲେ। ପରେ ସଞ୍ଜୁ ସାମସନ୍‌ ମାତ୍ର ୭ ରନ୍‌ କରି ଆଉଟ ହେବାରୁ ଭାରତ ୭୬ ରନ୍‌ରେ ୪ ଉଇକେଟ ହରାଇଥିଲା। ତିଳକ ୪୧ ବଲ୍‌ ଖେଳି ୫ ଚୌକା ଓ ୧ ଛକା ସହିତ ୫୧ ରନ୍‌ କରିବାରୁ ଭାରତ ଏକ ସମ୍ମାନ ଜନକ ସ୍କୋରରେ ପହଞ୍ଚିଥିଲା। ମାତ୍ର ୧୩ ବଲ୍‌ ବ୍ୟବଧାନରେ ତିଳକ ବର୍ମା ଓ ହାର୍ଦ୍ଦିକ ପାଣ୍ଡ୍ୟା ୨୪ ରନ୍‌ କରି ଆଉଟ ହେବାରୁ ଭାରତର ସ୍କୋର ୧୫୦ ଛୁଇଁବା ନେଇ ଆଶଙ୍କା ଦେଖା ଦେଇଥିଲା। ଶେଷ ଆଡକୁ ଅକ୍ଷର ପଟେଲ ୧୪, ରବି ବିଷ୍ଣୋଇ ୮* ଓ ଅର୍ଶଦୀପ ସିଂ ୬*ରନ୍‌ ସ୍କୋର କରିବାରୁ ଭାରତର ସ୍କୋର ୧୫୦ ପାର କରିଥିଲା। ଯବାବରେ ଓ୍ବେଷ୍ଟଇଣ୍ଡିଜ୍‌ ୯ ଓଭର ଖେଳ ସୁଦ୍ଧା ୮୨ ରନ୍‌ କରି ଉଇକେଟ ହରାଇ ବ୍ୟାଟିଂ ଜାରି ରଖିଛି।

 


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗିଲ୍‌ଙ୍କ ଚମତ୍କାର ଶତକ: ବାଂଲାଦେଶକୁ ବିଶାଳ ଟାର୍ଗେଟ୍‌

ଚେନ୍ନାଇ,୨୧।୯: ବାଂଲାଦେଶ ବିପକ୍ଷରେ ୨୮୭/୪ ସ୍କୋରରେ ଭାରତ ଦ୍ୱିତୀୟ ଇନିଂସ ଘୋଷଣା କରିଛି। ଟିମ ଇଣ୍ଡିଆ ପ୍ରଥମ ଇନିଂସରେ ୩୭୬ ରନ ସଂଗ୍ରହ କରିଥିଲା। ଏଥି...

କିଛି ଜିନିଷ ସିକ୍ରେଟ୍‌ ରହିବା ଭଲ: ରିଷଭ ପନ୍ତଙ୍କ ସହ ଡେଟିଂଙ୍କୁ ନେଇ ମୁହଁ ଖୋଲିଲେ ଉର୍ବଶୀ

ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲା ପ୍ରାୟତଃ ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ସହ ଡେଟିଂ ବିଷୟରେ ଗୁଜବ ପ୍ରଚାର କରିଥା’ନ୍ତି। ସୋସିଆଲ ମିଡିଆରେ ବାରମ୍ବାର ଆଲୋଚନା...

୬୩୭ ଦିନ ପରେ ଟେଷ୍ଟରେ କମାଲ୍‌ କଲେ ପନ୍ତ

ଚେନ୍ନାଇ,୨୧।୯: ଟିମ ଇଣ୍ଡିଆର ତାରକା ଉଇକେଟ କିପର-ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କ ଟେଷ୍ଟ କ୍ରିକେଟ ପ୍ରତ୍ୟାବର୍ତ୍ତନ ଦୃଢ ଼ ପ୍ରମାଣିତ ହେଉଛି। ଦେଢ ବର୍ଷରୁ ଅଧିକ ସମୟ...

ପାଟିରେ କଳାଫିତା କାମୁଡି ବ୍ୟାଟିଂ କଲେ ବାଂଲାଦେଶ ବ୍ୟାଟ୍ସମ୍ୟାନ୍‌: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୧।୯: ଚେନ୍ନାଇ ଟେଷ୍ଟର ଦ୍ୱିତୀୟ ଦିନରେ ବାଂଲାଦେଶ ଅଲରାଉଣ୍ଡର ଶାକିବ ଅଲ ହାସନ ପାଟିରେ ଏକ କଳାଫିତା କାମୁଡି ବ୍ୟାଟିଂ କରିବାକୁ ବାହାରିଥିଲେ। ଶାକିବଙ୍କ ଭିଡିଓ...

୫୧ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଲେ ଯଶସ୍ବୀ ଜୟସ୍ବାଲ: ଗାଭାସ୍କରଙ୍କୁ ପଛରେ ପକାଇଲେ

ଚେନ୍ନାଇ,୨୧।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ଏକ ରୋମାଞ୍ଚକର ମୋଡ଼ରେ ପହଞ୍ଚିଛି। ଦୁଇ ଦିନ ମଧ୍ୟରେ ଦୁଇଟି ଇନିଂସ ଶେଷ ହୋଇଛି।...

ଦକ୍ଷିଣ ଆଫ୍ରିକାକୁ ଧୂଳିଚଟାଇ ଇତିହାସ ରଚିଲା ଆଫଗାନିସ୍ତାନ

ନୂଆଦିଲ୍ଲୀ,୨୧।୯: ଆଫଗାନିସ୍ତାନ ଇତିହାସ ସୃଷ୍ଟି କରିଛି। ଦିନିକିଆ ସିରିଜରେ ଆଫଗାନିସ୍ତାନ ପ୍ରଥମ ଥର ପାଇଁ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛନ୍ତି। ଆଫଗାନିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା...

ଭାରତ ୩୦୮ ରନ୍‌ରେ ଆଗୁଆ

ଚେନ୍ନାଇ,୨୧ା୯: ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତୀୟ ପେସ୍‌ ବୋଲର ଚମତ୍କାର ବୋଲିଂ କରିଥିବା ବେଳେ ଦ୍ୱିତୀୟ ଦିନର ଷ୍ଟମ୍ପ ଅପସାରଣ ବେଳକୁ...

ପଦାର୍ପଣରେ ତେଜ ଦେଖାଇଲା କୋଣାର୍କ ସୂର୍ଯ୍ୟସ

ଯୋଧପୁର, ୨୧।୯ (ତପନ ସ୍ବାଇଁ): ଲିଜେଣ୍ଡ୍‌ସ ଲିଗ୍‌ କ୍ରିକେଟ ଟୁର୍ନାମେଣ୍ଟରେ ନିଜର ପ୍ରଥମ ପଦାର୍ପଣରେ ତେଜ ଦେଖାଇଛି ସନ୍‌ପ୍ରିୟା ଗ୍ରୁପ୍‌ ମାଲିକାନାରେ ଥିବା କୋଣାର୍କ ସୂର୍ଯ୍ୟସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri