Advertisement

ଗତ ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୫୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୭।୧୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୧୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୬ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୯୧ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୬୩ ଜଣ ଲୋକାଲ କେସ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୫୨ ହଜାର ୪୭୨ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭୯ ଆକ୍ରାନ୍ତ ଥିବା ବେଳେ ଭଦ୍ରକରୁ ୩, ବଲାଙ୍ଗୀରରୁ ୧, ବୌଦ୍ଧରୁ ୧, କଟକରୁ ୨୦, ଦେବଗଡ଼ରୁ ୭, ଢେଙ୍କାନାଳରୁ ୨, ଗଞ୍ଜାମରୁ ୪, ଜଗତ୍‌ସିଂହପୁରରୁ ୨, ଯାଜପୁରରୁ ୨, କଳାହାଣ୍ଡିରୁ ୧, ମୟୂରଭଞ୍ଜରୁ ୪, ନୟାଗଡରୁ ୧, ପୁରୀରୁ ୨, ଓ ରାୟଗଡ଼ାରୁ ୧ ଆକ୍ରାନ୍ତ ଅଛନ୍ତି। ସେହିପରି ସମ୍ବଲପୁରରୁ ୩ ଓ ସୁନ୍ଦରଗଡ଼ରୁ ୨ ଜଣ ଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୧୯ ଅଛନ୍ତି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share