ରାଜ୍ୟରେ ୧,୫୫୮ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩୦।୭(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୧,୫୫୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୯୦୪ ଜଣ କ୍ୱାରାଣ୍ଟାଇନ୍‌ ଥିଲେ। ବାକି ୬୫୪ଟି ହେଉଛି ଲୋକାଲ କେସ। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪୭୯ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୨୪୧ ଜଣ ଚିହ୍ନଟ ହୋଇଛନ୍ତି।
୧,୫୫୮ଟି ନୂଆ କେସ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୭୫ ହଜାର ୬୯୦ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୫୩ହଜାର ୦୮୮ ଜଣ ସୁସ୍ଥ ହୋଇସାରିଛନ୍ତି। ୧୬ ହଜାର ୭୧୫ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି।

Share