ରାଜ୍ୟରେ ନୂଆ ୧୫୭ କରୋନା ପଜିଟିଭ ଚିହ୍ନଟ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୩୭୨୩ରେ ପହଞ୍ଚିଲା

ଭୁବନେଶ୍ୱର, ୨୦।୧(ବ୍ୟୁରୋ): ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ବୁଧବାର ଦିନ ରାଜ୍ୟରୁ ୧୫୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୩୭୨୩ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୩ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୬୪ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳରୁ ୮ ଜଣ ରହିଥିବା ବେଳେ ବାଲେଶ୍ୱରରୁ ୧୨, ବରଗଡ଼ ୭, ଭଦ୍ରକ ୧, ବଲାଙ୍ଗୀର ୩, ବୌଦ୍ଧ ୧, କଟକ ୫, ଗଞ୍ଜାମ ୩, ଜଗତସିଂହପୁର ୪, ଯାଜପୁର ୮, ଝାରସୁଗୁଡ଼ା ୪, କଳାହାଣ୍ଡି ୧, ଖୋର୍ଦ୍ଧା ୮, କୋରାପୁଟ ୨, ମୟୂରଭଞ୍ଜ ୩, ନବରଙ୍ଗପୁର ୧, ନୂଆପଡ଼ା ୯, ପୁରୀ ୨୦, ରାୟଗଡ଼ା ୨, ସମ୍ବଲପୁର ୧୮, ସୋନପୁର ୧, ସୁନ୍ଦରଗଡ଼ ୩୦ ଏବଂ ଷ୍ଟେଟ ପୁଲରୁ ୨ଜଣ ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବୁଢା ଡଙ୍ଗର ଲକୋମହୋତ୍ସବ ଆରମ୍ଭ: ନିଶାନ ବାଜାରେ ଦୁଲୁକିଲା କେସିଙ୍ଗା ସହର

କେସିଙ୍ଗା୨୩।୧୨: କଳାହାଣ୍ଡି ଜିଲା କେସିଙ୍ଗା ସ୍ଥିତ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ବୁଢା ଡଙ୍ଗର ଲୋକ ମହୋତ୍ସବ ରବିବାର ଆରମ୍ଭ ହୋଇଯାଇଛି। ପ୍ରଥମ ଦିନରେ ସ୍ଥାନୀୟ...

ପ୍ରେସର କୁକର୍ ଗୋଦାମରେ ଅଗ୍ନିକାଣ୍ଡ

ଭୁବନେଶ୍ୱର,୨୩।୧୨: ସତ୍ୟନଗର ସ୍ଥିତ ଏକ ପ୍ରେସର କୁକର୍ ଗୋଦାମରେ ଅଗ୍ନିକାଣ୍ଡ ଘଟିଛି। ନିଆଁର ପ୍ରଭାବ ବହୁତ ଅଧିକ ଥିବା ଅବେଳେ ଏଥିରେ ଗୋଦାମରେ ଥିବା ସାମଗ୍ରୀ...

ଅଦିନିଆ ବର୍ଷାରେ ଫସଲ କ୍ଷୟକ୍ଷତି: ଚାଷୀଙ୍କ ପାଇଁ ବଡ଼ ଘୋଷଣା କଲେ ରାଜସ୍ଵ ମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତଦିନରେ ଅଦିନିଆ ବର୍ଷା କାରଣରୁ ଚାଷୀମାନେ କ୍ଷତିର ସାମ୍ନା କରିଛନ୍ତି। ଅନେକ ଜିଲାରେ ଧାନ ବିଲରେ ଧାନ ଭାସି ଯାଇଥିବା ବେଳେ ବାଦାମ...

ଗୋଟେ ଲଘୁଚାପ ଯାଉଯାଉ ପୁଣି ଆସୁଛି ଆଉ ଏକ ଲଘୁଚାପ, ଚାଷୀ ଛାନିଆ

ନିରାକାରପୁର, ୨୩।୧୨(ମାନସ ଚନ୍ଦ୍ର ପଟ୍ଟନାୟକ ): ଚଳିତ ମାସରେ ହୋଇଥିବା ଅଦିନିଆ ଲଗାଣ ବର୍ଷା ଚାଷୀ ମେରୁଦଣ୍ଡକୁ ଦୋହଲେଇଦେଇଥିବା ବେଳେ ପୁଣି ଆଉ ଗୋଟିଏ ଲଘୁଚାପ...

୨୦୨୪ ନିର୍ବାଚନରେ ଅନିୟମିତତା ଅଵିହଯୋଗ ଆଣିଲା ବିଜେଡି, ଭୋଟ୍ ପାର୍ଥକ୍ୟ ନେଇ ଆପତ୍ତି

ଭୁବନେଶ୍ୱର,୨୩।୧୨: ୨୦୨୪ ଗତ ସାଧାରଣ ନିର୍ବାଚନରେ ବଡ଼ ଅନିୟମିତତା ଅଭିଯୋଗ ଆଣିଛି ବିଜୁ ଜନତା ଦଳ। ସୋମବାର ବିଜେଡି ସଂସଦୀୟ ଟିମ୍‌ ନିର୍ବାଚନ କମିଶନରଙ୍କୁ ଭେଟି...

ଆଉ ଦିନକ ପରେ ବଡଦିନ: ରାଇକିଆ ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ,୨୩।୧୨(ପ୍ରଦୀପ ବେହେରା): ଆଉ ଦିନକ ପରେ ବଡଦିନ। ଏନେଇ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସଜସଜ୍ଜା ସାଙ୍ଗକୁ ବ୍ୟାପକ ପ୍ରସ୍ତୁତି ଚାଲିଛି।...

ଶୀତ ମହୋତ୍ସବ ପାଇଁ ସଜବାଜ: ନୂତନ କମିଟି ଚୟନ ପାଇଁ ନିଷ୍ପତି

ଦାରିଙ୍ଗବାଡି,୨୩୧୨( ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡିରେ ୨୦୨୫ ଶୀତ ମହୋତ୍ସବ ପାଳନ କରାଯିବା ପାଇଁ ସୋମବାର ଶୀତ ମହୋତ୍ସବ ପାଳନ କମିଟିର ସମ୍ପାଦକ ତଥା ବିଡ଼ିଓ...

ପୋଖରୀକୁ ଗାଧୋଇବାକୁ ଯାଇ ଆଉ ଫେରିଲେନି

ହିଞ୍ଜିଳିକାଟୁ,୨୩।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ଅର୍ନ୍ତଗତ ସମରଝୋଳ ଗ୍ରାମ ପୋଖରୀ ପାଣିରେ ବୁଡି ସୋମବାର ଭୋର୍‌ରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri