Posted inଜାତୀୟ

ଏହି ୧୬ ଔଷଧକୁ ବିଷାକ୍ତ ଘୋଷଣା କଲା ଡିସିଜିଆଇ

ନୂଆଦିଲ୍ଲୀ,୨୩ା୯:ଭାରତର ଔଷଧ ମହାନିୟନ୍ତ୍ରକ (ଡିସିଜିଆଇ) ୧୬ଟି ସାଧାରଣ ବ୍ୟବହୃତ ଔଷଧକୁ ବିଷାକ୍ତ ଘୋଷଣା କରିଛନ୍ତି। ଏହି ଔଷଧଗୁଡ଼ିକ ନିୟାମକର ମାନ ଏବଂ ନରାପତ୍ତା ପରୀକ୍ଷାରେ ବିଫଳ ହୋଇଛି। ବିଷାକ୍ତ ଘୋଷିତ ଔଷଧ ମଧ୍ୟରେ ରହିଛି ରକ୍ତଚାପ ନିୟନ୍ତ୍ରଣ ପାଇଁ ବହୁଳ ବ୍ୟବହୃତ ଗ୍ଲେନ୍‌ମାର୍କ ଫାର୍ମାସ୍ୟୁଟିକାଲର ଟେଲ୍‌ମା ଏଚ୍‌, ପିତ୍ତାଶୟ ପଥୁରୀ ଚିକିତ୍ସା ପାଇଁ ବ୍ୟବହୃତ ସନ୍‌ ଫାର୍ମାସ୍ୟୁଟିକାଲର ଓସ୍ରୋକଲ୍‌-୩୦୦, ଫୁସ୍‌ଫୁସୀୟ ଧମନୀ ଉଚ୍ଚ ରକ୍ତଚାପ ଚିକିତ୍ସାରେ ଲାଗୁଥିବା ପୁଲମୋସିଲ୍‌ ଇଞ୍ଜେକ୍‌ାନ ଏବଂ ଗ୍ୟାଷ୍ଟ୍ରିକ୍‌ ଚିକିତ୍ସା ପାଇଁ ପାଣ୍ଟୋସିଡ୍‌। ବିଦେଶରେ କେତେକ ଭାରତୀୟ ଔଷଧ ମାନକ ପରୀକ୍ଷାରେ ଫେଲ୍‌ ମାରିବା ପରେ କେନ୍ଦ୍ରୀୟ ଔଷଧ ମାନ ନିୟନ୍ତ୍ରଣ ସଂଗଠନ (ସିଡିଏସ୍‌ସିଓ) ଏବଂ ରାଜ୍ୟ ଔଷଧ ନିୟନ୍ତ୍ରକ (ଏସ୍‌ଡିସି)ଗୁଡ଼ିକ ଗତ ବର୍ଷକ ମଧ୍ୟରେ ୪୦୦ରୁ ଊର୍ଦ୍ଧ୍ୱ ଔଷଧ କମ୍ପାନୀ ପରିସରରେ ଅନୁଧ୍ୟାନ କରିଥିଲେ। ୩୦୦ରୁ ଅଧିକ କାରଣ ଦର୍ଶାଅ ନୋଟିସ୍‌ ଜାରି କରାଯିବା ସହ ଉତ୍ପାଦନ ଅର୍ଡର ବନ୍ଦ କରିବା, ସ୍ଥଗିତ ରଖିବା, ଲାଇସେନ୍ସ ବାତିଲ ଆଦି କାର୍ଯ୍ୟାନୁଷ୍ଠାନ ନିଆଯାଇଥିଲା। ନିୟାମକ ଡେଟାବେସ୍‌ ଦ୍ୱାରା ପାଜିଭା-୪୦, ପାଣ୍ଟୋମେଡ୍‌-୪୦, ସେଫିକ୍ସାଇମ୍‌ ଓରାଲ ସସ୍ପେନ୍‌ଶନ ଆଇପି, ମକ୍ସିମେଡ୍‌ ସିଭି, ଫ୍ରୁସ୍‌ମାଇଡ୍‌ ଇଞ୍ଜେକ୍‌ଶନ ଆଇପି ୨୦ ଏମ୍‌ଜି, ନୋଡୋସିସ୍‌ ଟାବ୍‌ଲେଟ୍‌, ପାଣ୍ଟୋପ୍ରାଜୋଲ ଇଞ୍ଜେକ୍‌ଶନ, ବିଭି ୪୦ ଏମ୍‌ଜି ଉପଯୁକ୍ତ ମାନର ହୋଇ ନ ଥିବା ତାଲିକାରେ ରଖାଯାଇଥିଲା। ତେବେ ରଦ୍ଦ ହୋଇଥିବା ଏକ ନିର୍ଦ୍ଦିଷ୍ଟ ବ୍ୟାଚ୍‌ର ଔଷଧକୁ ସନ୍‌ ଫାର୍ମାସ୍ୟୁଟିକାଲ୍ସ ଏବଂ ଗ୍ଲେନ୍‌ମାର୍କ ଫାର୍ମାସ୍ୟୁଟିକାଲ ଉତ୍ପାଦନ କରି ନ ଥିବା ଡିସିଜିଆଇକୁ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଗୁଳିରେ ବଳାତ୍କାର ଅଭିଯୁକ୍ତଙ୍କ ମୃତ୍ୟୁ

ମୁମ୍ବାଇ,୨୩ା୯:ମହାରାଷ୍ଟ୍ରର ବଦଲାପୁରର ଏକ ନର୍ସରୀ ସ୍କୁଲରେ ଦୁଇ ଛାତ୍ରୀଙ୍କୁ ବଳାତ୍କାର କରିଥିବା ଅଭିଯୁକ୍ତ ସୋମବାର ପୋଲିସ ଗୁଳିରେ ନିହତ ହୋଇଛନ୍ତି। ଅଭିଯୁକ୍ତ ଅକ୍ଷୟ ସିନ୍ଧେଙ୍କୁ ତାଲୋଜା...

ଆଣ୍ଟିବାୟୋଟିକ୍‌ରେ ଭଲ ହେଉନି ଟାଇଫଏଡ୍‌, ନିମୋନିଆ: ଆଇସିଏମ୍‌ଆର୍‌

ନୂଆଦିଲ୍ଲୀ,୨୩ା୯: ମୁତ୍ରନଳୀରେ ସଂକ୍ରମଣ (ୟୁଟିଆଇ), ରକ୍ତ ସଂକ୍ରମଣ, ନିମୋନିଆ, ଟାଇଫଏଡ୍‌ ଭଳି କେତେକ ରୋଗ ସାଧାରଣ ଆଣ୍ଟିବାୟୋଟିକ୍‌ରେ ଆଉ ଭଲ ହେଉନାହିଁ। ଏହି ରୋଗ ସୃଷ୍ଟି...

“ଧର୍ମନିରପେକ୍ଷତା ୟୁରୋପୀୟ ଧାରଣା, ଭାରତରେ ଏହାର ଆବଶ୍ୟକତା ନାହିଁ”: ତାମିଲନାଡୁ ରାଜ୍ୟପାଳ

ଚେନ୍ନାଇ,୨୩।୯: ଧର୍ମନିରପେକ୍ଷତାର ଉତ୍ପତ୍ତି ତଥା ଏହାର ଅର୍ଥ ଉପରେ ତାମିଲନାଡୁର ରାଜ୍ୟପାଳ ଆର.ଏନ୍ ରବିଙ୍କ ମନ୍ତବ୍ୟ ପୁଣି ଏକ ବଡ଼ ବିବାଦ ସୃଷ୍ଟି କରିଛି। ଏହି...

ପୋଲିସ ଉପରକୁ ଗୁଳି ଚଳାଇଲେ ବଦ୍‌ଲାପୁର ଅଭିଯୁକ୍ତ

ପୁଣେ,୨୩।୯: ମହାରାଷ୍ଟ୍ରର ବଦଲାପୁର ଯୌନ ନିର୍ଯାତନା ମାମଲାର ମୁଖ୍ୟ ଅଭିଯୁକ୍ତ ଅକ୍ଷୟ ଶିନ୍ଦେ ସୋମବାର ପୋଲିସ ଉପରକୁ ଗୁଳି ଚଳାଇନ୍ତି। ସେ ଏହି ଘଟଣା କରିବାବେଳେ...

ଚତୁର୍ଥଥର ଭାଜପା ସରକାର ଆସିବ କୌଣସି ଗ୍ୟାରେଣ୍ଟି ନାହିଁ, କିନ୍ତୁ…କାହିଁକି ଏମିତି କହିଲେ ନିତିନ ଗଡକରୀ

ନାଗପୁର,୨୩।୯: ନାଗପୁରରେ ଏକ କାର୍ଯ୍ୟକ୍ରମରେ କେନ୍ଦ୍ର ପରିବହନ ମନ୍ତ୍ରୀ ନିତିନ ଗଡକରୀ ମୋଦି ସରକାରଙ୍କ ମନ୍ତ୍ରୀ ତଥା ରିପବ୍ଲିକାନ ପାର୍ଟି ଅଫ ଇଣ୍ଡିଆର ମୁଖ୍ୟ ରାମଦାସ...

ତିରୁପତି ଲଡୁ ବିବାଦ: ମୋଦି ସରକାର ନେଲେ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୨୩।୯: ତିରୁପତି ମନ୍ଦିର ସହ ଜଡିତ ଲଡୁ ବିବାଦରେ ମୋଦିସରକାର ବଡ ପଦକ୍ଷେପ ନେଇଛନ୍ତି। ସୋମବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଘିଅ ଯୋଗାଣକାରୀ କମ୍ପାନୀକୁ ଏକ କାରଣ...

ନୂଆ ରଣନୀତିରେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୩ା୯: ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ରାଷ୍ଟ୍ରୀୟ ଆବାହକ ଅରବିନ୍ଦ କେଜ୍‌ରିଓ୍ବାଲ ଏକ ନୂଆ ରାଜନୈତିକ ରଣନୀତି ଆପଣାଇଛନ୍ତି। କେଜ୍‌ରିଓ୍ବାଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ...

ପାତାଳରେ ରହିଲେ ବି ବଞ୍ଚି ପାରିବ ନାହିଁ ଚାଇନା-ପାକିସ୍ତାନ! ଡିଲ ପକ୍କା କରିବେ ଡୋଭାଲ

ନୂଆଦିଲ୍ଲୀ,୨୩।୯: ଭାରତ ଏବଂ ଫ୍ରାନ୍ସ ମଧ୍ୟରେ ଏଭଳି ଚୁକ୍ତି ହେବାକୁ ଯାଉଛି, ଯାହାକୁ ଶୁଣିଲେ ପାତାଳରେ ଥିବା ଶତ୍ରୁମାନଙ୍କର ଦାନ୍ତବି ଖଟା ହୋଇଯିବ। ଭାରତର କୂଟନୈତିକ,...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri