ପୁରୀ-କୋଣାର୍କ ବୁଲିଲେ ଷୋଡ଼ଶ ଅର୍ଥ କମିଶନ: ସହରର ଉନ୍ନତିକରଣ, ଭିତ୍ତିଭୂମି ବିକାଶ ପାଇଁ ଆଲୋଚନା

ଭୁବନେଶ୍ୱର, ୫ା୨: ଓଡିଶାକୁ ଚାରିଦିନିଆ ଗସ୍ତରେ ଆସିଥିବା ଷୋଡ଼ଶ ଅର୍ଥ କମିଶନ ଅଧ୍ୟକ୍ଷ ଡ଼ଃ ଅରବିନ୍ଦ ପାନାଗାରିଆଙ୍କ ନେତୃତ୍ୱରେ ଦ୍ଵିତୀୟ ଦିନରେ ଶ୍ରୀକ୍ଷେତ୍ର ପୁରୀ ଗସ୍ତରେ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିଛନ୍ତି।

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ପରେ କମିଶନର ସଦସ୍ୟମାନେ ପୁରୀ ରାଜଭବନରେ ସ୍ଥାନୀୟ ପୌର ପ୍ରଶାସନ ସହିତ ସହରର ଉନ୍ନତିକରଣ, ଭିତ୍ତିଭୂମି ବିକାଶ ଏବଂ ନାଗରିକ ସୁବିଧା ବୃଦ୍ଧି ପାଇଁ ଆବଶ୍ୟକ ଆର୍ଥିକ ଆବଣ୍ଟନ ସମ୍ପର୍କରେ ବିଷଦ ଆଲୋଚନା କରିଥିଲେ।

ବୈଠକରେ ପୌର ପ୍ରଶାସନ ଶ୍ରଦ୍ଧାଳୁ ଓ ଜନସଂଖ୍ୟା ବୃଦ୍ଧିକୁ ଲକ୍ଷ୍ୟକରି ସହରର ପରିମଳ, ବର୍ଜ୍ୟବସ୍ତୁ ପରିଚାଳନା, ଆଲୋକୀକରଣ ଓ ଅନ୍ୟାନ୍ୟ ଭିତ୍ତିଭୂମିକୁ ଆହୁରି ଅଧିକ ବ୍ୟବସ୍ଥିତ ଓ ପରିମାର୍ଜିତ କରାଯିବାର ଆବଶ୍ୟକତା ରହିଛି ବୋଲି କମିଶନଙ୍କୁ ଅବଗତ କରିଥିଲେ।

ଅର୍ଥ କମିଶନ ପୁରୀର ସମୃଦ୍ଧ ଐତିହ୍ୟକୁ ସଂରକ୍ଷିତ ରଖାଯାଇ ସାମଗ୍ରିକ ସହରାଞ୍ଚଳ ବିକାଶ ସୁନିଶ୍ଚିତ କରିବା ପାଇଁ ସମୁଚିତ ସମ୍ବଳ ବଣ୍ଟନ ଉପରେ ଗୁରୁତ୍ୱାରୋପ କରିଥିଲେ।

ଅପରାହ୍ନରେ ଅର୍ଥ କମିଶନର ସଦସ୍ୟମାନେ ବ୍ଲୁ ଫ୍ଲାଗ୍ ବେଳାଭୂମି ପରିଦର୍ଶନ କରିଥିଲେ ​। ସନ୍ଧ୍ୟାରେ ୟୁନେସ୍କୋଦ୍ୱାରା ବିଶ୍ୱ ଐତିହ୍ୟ ସ୍ଥଳ ଘୋଷିତ କୋଣାର୍କର ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରି ଏହାର ଇତିହାସ ସମ୍ବନ୍ଧରେ ଶୁଣି ଓ କାରୁକାର୍ଯ୍ୟଦେଖି ଅଭିଭୂତ ହୋଇଥିଲେ।

ଓଡିଶା ସରକାରଙ୍କ ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର, ପୌର ପ୍ରଶାସକ ତଥା ନଗର ଉନ୍ନୟନ ବିଭାଗର ଅତିରିକ୍ତ ଶାସନ ଅରିନ୍ଦମ ଡାକୁଆ, ପୁରୀ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ, ପୁରୀ ଆରକ୍ଷୀ ଅଧିକ୍ଷକ ବିନିତ ଅଗ୍ରୱାଲ, କମିଶନର ସଦସ୍ୟ ଆନି ଜର୍ଜ ମାଥ୍ୟୁ, ଅଜୟ ନାରାୟଣ ଝା, ଡ଼ଃ ମନୋଜ ପଣ୍ଡା ପ୍ରମୁଖ ଏହି ଗସ୍ତ ସମୟରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୭ ବର୍ଷ ପରେ IPL’ରେ ଅର୍ଦ୍ଧଶତକ ହାସଲ କଲେ ଇଣ୍ଡିଆ ଷ୍ଟାର, ଇଣ୍ଟରନେଟରେ ଛାଇଗଲେ

ନୂଆଦିଲ୍ଲୀ,୧୩ା୪: କରୁଣ ନାୟାର ସାତ ବର୍ଷ ମଧ୍ୟରେ ତାଙ୍କର ପ୍ରଥମ ଆଇପିଏଲ ଅର୍ଦ୍ଧଶତକ ହାସଲ କରିଛନ୍ତି।ଯେଉଁଥିରେ ସେ ଜସପ୍ରିତ ବୁମରାହଙ୍କ ଭଳି ବୋଲରଙ୍କୁ ଗଳି କ୍ରିକେଟ...

ହକି ଚାମ୍ପିୟନଶିପ୍‌: ମଧ୍ୟପ୍ରଦେଶ-ପଞ୍ଜାବ ଫାଇନାଲ

ଝାନ୍ସି,୧୩ା୪: ମଧ୍ୟପ୍ରଦେଶ ଓ ପଞ୍ଜାବ ନିଜ ନିଜର ସେମିଫାଇନାଲ ମ୍ୟାଚରେ ଯଥାକ୍ରମେ ମଣିପୁର ଓ ଉତ୍ତର ପ୍ରଦେଶକୁ ପରାସ୍ତକରି ରବିବାର ଜାତୀୟ ହକି ଚାମ୍ପିୟନଶିପ୍‌ ଫାଇନାଲରେ...

କଲେଜ ପିଲାଙ୍କୁ ଜୟ ଶ୍ରୀରାମ କହିବାକୁ କହି ବିବାଦରେ ତାମିଲନାଡୁ ରାଜ୍ୟପାଳ

ମଦୁରାଇ,୧୩।୪: ରାଜ୍ୟ ବିଧାନସଭାରେ ଗୃହୀତ ବିଲ୍‌ଗୁଡ଼ିକୁ ମଞ୍ଜୁରୀ ନ ଦେଇ ଦୀର୍ଘଦିନ ପକାଇରଖିବା ଘଟଣାରେ ଗତ ୮ ତାରିଖରେ ସୁପ୍ରିମକୋର୍ଟରୁ ଭର୍ତ୍ସିତ ହୋଇଥିବା ତାମିଲନାଡୁ ରାଜ୍ୟପାଳ...

ବିବାହର ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ,୧୩।୪(ଦ୍ବିତୀକୃଷ୍ଣ ପଣ୍ଡା): ନାବାଳିକାଙ୍କୁ ବିବାହର ପ୍ରଲୋଭନ ଦେଖାଇ ଅପହରଣ କର ବଳାତ୍କାର କରିବା ଏବଂ ପରବର୍ତ୍ତୀ ସମୟରେ ଶାରୀରିକ ନିର୍ଯାତନା ଦେବା ନେଇ ହିଞ୍ଜିଳି ଥାନାରେ...

ଭୁଲ ବୁଝାମଣାରୁ ଏମ୍‌କେସିଜିରେ ଫାର୍ମାସୀ ଛାତ୍ରଙ୍କୁ ମାଡ଼, କ୍ଷମା ମାଗିଲେ ରୋଗୀଙ୍କ ସମ୍ପର୍କୀୟ

ବ୍ରହ୍ମପୁର,୧୩।୪(ସୁବାସ ଚନ୍ଦ୍ର ପାଢ଼ୀ): ଏମ୍‌କେସିଜି ମେଡିକାଲରେ ଜଣେ ଫାର୍ମାସୀ ଛାତ୍ରଙ୍କୁ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି। କାଜୁଆଲିଟିରେ ଜଣେ ରୋଗୀଙ୍କ ମୃତ୍ୟୁ ହେବା ଘଟଣାକୁ ନେଇ...

ବଲାଙ୍ଗୀରରେ ପୁଣି ଗଡ଼ିଲା ମୁଣ୍ଡ: ଗ୍ରୋସରୀ ଦୋକାନୀଙ୍କୁ ହାଣି ହତ୍ୟା

ବଲାଙ୍ଗୀର,୧୩।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ୨ ଦିନରେ ଗଡିଛି ୨ ମୁଣ୍ଡ। ଶନିବାର ଦିନ ଦ୍ୱିପ୍ରହରରେ ଜଣେ ଯୁବକଙ୍କୁ ଟାଙ୍ଗିଆରେ ହାଣି ଅତି ବିଭତ୍ସ...

ପଶ୍ଚିମବଙ୍ଗ ପରେ ଆସାମକୁ ବ୍ୟାପିଲା ଓ୍ବକ୍‌ଫ ନିଆଁ : ବିକ୍ଷୋଭକାରୀଙ୍କ ଟେକାମାଡ଼, ପୋଲିସର ଲାଠିଚାର୍ଜ

ଗୁଆହାଟୀ,୧୩ା୪: ପଶ୍ଚିମବଙ୍ଗରେ ଲାଗିଥିବା ଓ୍ବକ୍‌ଫ ଆଇନ ବିରୋଧୀ ଆନ୍ଦୋଳନର ନିଆଁ ରବିବାର ଆସାମକୁ ବ୍ୟାପିଛି। କେନ୍ଦ୍ର ସରକାରଙ୍କ ଏହି ସଂଶୋଧିତ ଆଇନ ବିରୋଧରେ ଆସାମର ଚମରାଗୁଡ଼ମ୍‌,...

୫ ସରପଞ୍ଚ, ୨ ସମିତି ସଭ୍ୟ, ୯ ଓ୍ବାର୍ଡ ସଭ୍ୟ ଲାଗି ହେବ ଉପନିର୍ବାଚନ

ଛତ୍ରପୁର,୧୩ା୪(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାର ୫ ପଞ୍ଚାୟତର ସରପଞ୍ଚ, ୨ ପଞ୍ଚାୟତ ସମିତିସଭ୍ୟ ଏବଂ ୯ ଓ୍ବାର୍ଡ ସଭ୍ୟ ପଦବୀ ଖାଲି ରହିଛି। ଏହି ପଦବୀଗୁଡ଼ିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image